-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ

08-May-2022



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣଙ୍କ ସହଯୋଗରେ ଫୁଲବାଣୀ  ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୨ ମୌସୁମୀ ସମୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସମ୍ବନ୍ଧୀୟ ପ୍ରସ୍ତୁତିର ସମୀକ୍ଷା ସହିତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା କରିବା ପାଇଁ ଅଦ୍ୟାବଧି ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିଭାଗୀୟ ସରକାରୀ ପଦାଧିକାରୀ ମାନେ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହର ମୁକାବିଲା ପାଇଁ ସଜାଗ ହେବା ଯେମିତିକି ଶୁଷ୍କ ଖାଦ୍ୟ ଦ୍ରବ୍ୟ, ଔଷଧ, ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା, ଦୁର୍ବଳ ସ୍ଥିତିରେ ଥିବା ନଦୀ ଓ କେନାଲ ବନ୍ଧ ନିର୍ମାଣ ଆଦି ପ୍ରତି ଗୁରୁତ୍ୱ ଦେବା ସହିତ ବିପର୍ଯ୍ୟୟ ପରେ ଥଇଥାନ ପଦକ୍ଷେପକୁ ସଠିକ ଭାବେ ପରିଚାଳନା କରିବାକୁ ବୈଠକରେ ଉପସ୍ଥିତ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ନନ୍ଦିନୀ ମଲିକ ପରାମର୍ଶ ଦେଇଥିଲେ।ସେହିପରି ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ବହୁ ଧନ ଜୀବନ ନଷ୍ଟକୁ ରୋକିବା ପାଇଁ ଆମେ ସମସ୍ତେ ପ୍ରସ୍ତୁତ ରହି ସଠିକ ସମୟରେ ଆବଶ୍ୟକ ପଦକ୍ଷେପ ନେବା ବୋଲି କହିଥିଲେ। କନ୍ଧମାଳ ଜିଲ୍ଲାପାଳ ଡା.ବୃନ୍ଦା ଡି. ଜିଲ୍ଲାରେ କ୍ଷୁଦ୍ର ଜଳସେଚନର କୌଣସି ନଦୀ ବନ୍ଧ ଭାଙ୍ଗିଯିବା ଅବସ୍ଥାରେ ଅଛି କି ନାହିଁ ପଚାରି ବୁଝିଥିଲେ। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଦୁର୍ବଳ ସ୍ଥିତିରେ ଥିବା ସ୍ଥାନ ଓ ଅଞ୍ଝଳ ଆଦିର ପରିଦର୍ଶନ କରି ସଂପୃକ୍ତ ବିଭାଗକୁ ଅବଗତ କରିବାକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର୍‍ ମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରିବା ସଙ୍ଗେସଙ୍ଗେ ତୁରନ୍ତ ମରାମତି ପାଇଁ ଆବଶ୍ୟକୀୟ ସାମଗ୍ରୀ ଓ ସରଞ୍ଜାମ ସହିତ ପ୍ରସ୍ତୁତ ରହିବାକୁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ କୋଠାବାଡ଼ି, କ୍ଷୁଦ୍ର ଜଳସେଚନ, ବିଦ୍ୟୁତ ଏବଂ ବିଜ୍ଞାପିତ ଅଂଚଳ ପରିଷଦ ଓ ପୌ÷ର ପରିଷଦର ନିର୍ବାହୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ଲୋକମାନଙ୍କୁ ବିପର୍ଯ୍ୟୟ ପୂର୍ବରୁ ଏବଂ ପରେ ସଚେତନ କରିବା ପାଇଁ ପଦକ୍ଷେପ ନେବାକୁ କହିଥିଲେ। ତେବେ ଏ ଦିଗରେ ଏନଜିଓମାନଙ୍କର ସହଯୋଗ ନିହାତି ଆବଶ୍ୟକ ବୋଲି ସେ କହିଥିଲେ। ବିଜ୍ଞାପିତ ଅଂଚଳ ପରିଷଦ ଓ ପୌରପରିଷଦର ନିର୍ବାହୀ ଅଧିକାରୀମାନେ ଆବଶ୍ୟକ ପରିମାଣର ବ୍ଲିଚିଂ ପାଉଡର୍‍ ଯୋଗାଇ ଦେବା ସହିତ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା କାର୍ଯ୍ୟ ତଦାରଖ କରିବେ। ବନ୍ୟା ପରେ ପରେ ସମ୍ଭାବ୍ୟ ମହାମାରୀ ଭଳି ରୋଗକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳରେ ଥିବା ଡାକ୍ତରଖାନା, ଅଙ୍ଗନୱାଡ଼ି କେନ୍ଦ୍ର, ବିଶେଷକରି ଅପହଞ୍ଚ ଅଞ୍ଚଳ ଏବଂ ଆଶାମାନଙ୍କ ପାଖରେ ପର୍ଯ୍ୟାପ୍ତ ପରିମାଣର ବ୍ଲିଚିଂ ପାଉଡର୍‍, ହାଲୋଜିନ୍‍ ବଟିକା ଓ ଅନ୍ୟାନ୍ୟ ଦରକାରୀ ଔଷଧ ମହଜୁଦ୍‍ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିଭଳି ବିଦ୍ୟୁତ, ଟେଲି ଯୋଗାଯୋଗ ଏବଂ ରାସ୍ତା ଆଦିର ମରାମତି ପାଇଁ ଆବଶ୍ୟକ ସ୍ଥଳେ ଓଡ୍ରାଫ୍‍, ଏନଡିଆରଏଫର ସାହାଯ୍ୟ ନିମନ୍ତେ ଆଗୁଆ ଯୋଜନା କରାଯାଇଛି। ପ୍ରତି ବ୍ଲକରେ ଆଗୁଆଭାବେ ଆବଶ୍ୟକ ପଲିଥିନ ସିଟ୍‍ ମହଜୁଦ ରଖିବା ପାଇଁ ଜିଲ୍ଲାର ସମସ୍ତ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଜିଲ୍ଲା ଆପତ୍‍କାଳୀନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ପ୍ରାରମ୍ଭିକ ସମ୍ଭାଷଣ ଦେବା ସହିତ ସଭା ପରିଚାଳନା ଏବଂ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ବୈଠକରେ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା ସାଧବାଣୀ ନାୟକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱରଞ୍ଜନ ନାୟକଙ୍କ ସମେତ ଜିଲ୍ଲାର ସମସ୍ତ ଉପ-ଜିଲ୍ଲାପାଳ, ବିଡିଓ, ତହସିଲ୍‍ଦାର୍‍, ସଂପୃକ୍ତ ବିଭାଗୀୟ ପଦାଧିକାରୀ, ସ୍ୱେଚ୍ଛାସେବୀ ସଂଗଠନ ପଦାଧିକାରୀମାନେ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like