-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ ରଥଯାତ୍ରା ପ୍ରସ୍ତୁତି ବୈଠକ, ଠିକ୍ ସମୟରେ ଠାକୁରଙ୍କ ନିତିକାନ୍ତି ପାଳନକୁ ଗୁରତ୍ୱ 

17-May-2022



ବୌଦ୍ଧ,(ପ୍ରେରଣା ଖବର) : ସମୟରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆଗାମୀ ରଥଯାତ୍ରାକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ଶ୍ରୀମିଶ୍ର ସମସ୍ତଙ୍କୁ ସ୍ୱାଗତ କରିଥିବାବେଳେ ବିଗତ ବର୍ଷର ଆୟ ବ୍ୟୟର ହିସାବ ଦିଆଯାଇଥିଲା । ଦୁଇବର୍ଷ ହେଲା କରୋନା କଟକଣା ପାଇଁ ନିରାଡମ୍ବର  ଭାବରେ ରଥଯାତ୍ରା ଉତ୍ସବକୁ କେବଳ ମନ୍ଦିର ଭିତରେ ପାଳନ କରାଯାଇଥିବାବେଳେ ଚଳିତବର୍ଷ ଏହାକୁ ଧୁମଧାମ୍ ରେ ପାଳନ କରିବା ପାଇଁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ରଥଯାତ୍ରା ସମୟରେ ଭକ୍ତଙ୍କ ଭିଡକୁ ଲକ୍ଷ ରଖି ଆବଶ୍ୟକୀୟ ଶାନ୍ତି ଶୃଙ୍ଖଳା ରକ୍ଷାକୁ ଗୁରୁତ୍ୱ ଦେବାକୁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ଏସ ପି ଜ୍ଞାନ ରଞ୍ଜନ ମହାନ୍ତି ବୈଠକରେ ଯୋଗଦେଇ ଜିଲ୍ଲା ପୋଲିସ ପକ୍ଷରୁ ରଥଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବାକୁ ପ୍ରତିଶୃତି ଦେଇଥିଲେ । ରଥ ମରାମତି ତଦାରଖ ପାଇଁ ପୁର୍ତ ବିଭାଗ,ମହାରଣା,ମେକାନିକାଲ ଇଂଜିନିୟର,ନିଜାରତ ଅଧିକାରୀ,ଏମଭିଆଇ ଓ ବନଖଣ୍ଡ ଅଧିକାରୀଙ୍କୁ ନେଇ ଏକ କମିଟି ଗଠନ କରାଯିବା ସହିତ ଏହି କମିଟି ପୁରୁଣା ରଥର ଅନୁଧ୍ୟାନ କରି ଏକ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । କମିଟି ରିପୋର୍ଟ ପ୍ରଦାନ ପରେ ରଥ ମରାମତି ପାଇଁ ଗଛିତ କାଠ ଅନୁଧ୍ୟାନ କରାଯିବା ପରେ ଆବଶ୍ୟକୀୟ କାଠ ବନ ବିଭାଗ ପକ୍ଷରୁ ଯୋଗାଇଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ରଥଯାତ୍ରା ପରିଚାଳନା ପାଇଁ ଆବଶ୍ୟକୀୟ ପାଣ୍ଠି  ସଂଗ୍ରହ ପାଇଁ ଆଲୋଚନା କରାଯିବା ସହିତ ମୀନାବଜାର ପକାଇ ପାଣ୍ଠି ଯୋଗାଡ କରିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା । ଠାକୁରମାନଙ୍କ ଆଭୁଷଣ ଅଳଙ୍କାର ତଦାରଖ ଓ ମରାମତି ଓ ରଥରେ ନୂତନ କପଡା ଲଗାଯିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା । ପୁର୍ତ ବିଭାଗ ଓ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବଡଦାଣ୍ଡର ସ୍ଥିତି ଅନୁଧ୍ୟାନ କରାଯିବା ସହିତ ଆବଶ୍ୟକୀୟ ମରାମତି କରାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ମାଉସୀ ମା ମନ୍ଦିରରେ ଠାକୁରମାନଙ୍କ ରୋଷଶାଳା ନିର୍ମାଣ,ମାଉସୀ ମା ମନ୍ଦିର ସମ୍ମୁଖରେ ସିଂହଦ୍ୱାର ନିର୍ମାଣ କରାଯିବାକୁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ରଥଯାତ୍ରା ଓ ବାହୁଡା ଯାତ୍ରା ସମୟରେ ଧାରାବିବରଣୀ ପ୍ରଦାନ କରାଯିବାକୁ ଜିଲା ସୂଚନା ଓ ଲୋକସଂପର୍କ ବିଭାଗକୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ସେହିପରି ବ୍ରାହ୍ମଣ ସମାଜ ପକ୍ଷରୁ ସଂପାଦକ ଦେବାଶିଷ ପୁରୋହିତ ଦେବସ୍ନାନ ପୁର୍ଣ୍ଣିମା ଠାରୁ ନିଳାଦ୍ରି ବିଜେ ପର୍ଯ୍ୟନ୍ତ ଠାକୁରମାନଙ୍କ ନିତିକାନ୍ତି ପାଳନ ନେଇ ଲଗ୍ନ ପ୍ରଦାନ କରିଥିଲେ । ଠିକ୍ ସମୟରେ ଠାକୁରମାନଙ୍କ ନିତିକାନ୍ତି ପାଳନ କରାଯିବାକୁ ବୈଠକରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର,ଉପଜିଲ୍ଲାପାଳ ସନତ କୁମାର ନାଏକ, ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ବୌଦ୍ଧ ବନଖଣ୍ଡ ଅଧିକାରୀ,ଏନଏସି ନିର୍ବାହୀ ଅଧିକାରୀ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଜନସ୍ୱାସ୍ଥ୍ୟ ଅଧିକାରୀ. ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଓ ରଥଯାତ୍ରା ପରିଚାଳନା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like