-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ରାଜନୀତି

ଶରତ ପଟ୍ଟନାୟକ ହେଲେ ଓଡ଼ିଶା କଂଗ୍ରେସର ନୂଆ ମୁଖିଆ, ଜାଣନ୍ତୁ ତାଙ୍କ ବିଷୟରେ...

23-May-2022



ବଲାଙ୍ଗୀର,:  ଓଡ଼ିଶା କଂଗ୍ରେସ କମିଟି (OPCC) ର ପୂର୍ବତନ ସଭାପତି ଶରତ ପଟ୍ଟନାୟକ (Sarat Patnaik) ଙ୍କୁ ଦଳର ନୂଆ ସଭାପତି ଭାବରେ ନିଯୁକ୍ତ କରାଯାଇଛି । ନିରଞ୍ଜନ ପଟ୍ଟନାୟକଙ୍କ ସ୍ଥାନ ନେବେ ଶରତ ପଟ୍ଟନାୟକ । କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶରତ ପଟ୍ଟନାୟକଙ୍କ ନାମ ଉପରେ ମୋହର ଲଗାଇଛନ୍ତି । ସେ ଦ୍ୱିତୀୟ ଥର ପାଇଁ ପିସିସି ସଭାପତି ଦାୟିତ୍ୱ ଗ୍ରହଣ କରିବେ । ସେ ପୂର୍ବରୁ ୨୦୦୧ରୁ ୨୦୦୪  ପର୍ଯ୍ୟନ୍ତ ଓଡ଼ିଶା କଂଗ୍ରେସ ସଭାପତିର ଦାୟିତ୍ୱ ନିର୍ବାହ କରିଥିଲେ । ସେ ବଲାଙ୍ଗୀରରୁ ୧୯୯୧ରୁ ୧୯୯୮ ପର୍ଯ୍ୟନ୍ତ କଂଗ୍ରେସ ସାଂସଦ ଥିଲେ । ସେ ମଧ୍ୟ ରାଜ୍ୟ ଯୁବ କଂଗ୍ରେସ ସଭାପତି ରହିଥିଲେ ।

 କଂଗ୍ରେସ ପକ୍ଷରୁ ଜାରି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ, କଂଗ୍ରେସ ଅଧ୍ୟକ୍ଷା ଓଡ଼ିଶା ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କୁ ତୁରନ୍ତ ଓଡିଶା କଂଗ୍ରେସ କମିଟିର ସଭାପତି ଭାବରେ ନିଯୁକ୍ତ କରିଛନ୍ତି ।
ସେପଟେ କଂଗ୍ରେସ ନେତା ନରେଶ ମହାନ୍ତି କହିଛନ୍ତି ଯେ, ଶରତ ପଟ୍ଟନାୟକଙ୍କୁ ପିସିସି ସଭାପତି କରିବା ପରେ ରାଜ୍ୟ କଂଗ୍ରେସରେ ନୂଆ ଶକ୍ତି ସଞ୍ଚାର ହେବ । ତାଙ୍କ ନେତୃତ୍ୱରେ ଦଳ ଏକାଠି ହୋଇ କାମ କରିବ । ତାଙ୍କୁ ପିସିସି ସଭାପତି କରିବା ପରେ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ସେ ଦଳକୁ ମଜଭୁତ କରିବା ପାଇଁ ସମସ୍ତ ନେତାଙ୍କୁ ନେଇ କାମ କରିବେ । ଶାସକ ଦଳର ଅପାରଗତାକୁ ଲୋକଲୋଚନକୁ ଆଣିବାକୁ ସମସ୍ତ ଜୋର ଲଗାଇବେ ବୋଲି କଂଗ୍ରେସ ନେତା କହିଛନ୍ତି ।
ବିଗତ ଦିନରେ  ପିସିସି ସଭାପତି ପରିବର୍ତ୍ତନକୁ ନେଇ ଓଡ଼ିଶା କଂଗ୍ରେସର ବରିଷ୍ଠ ନେତାଙ୍କ ସହ ରାହୁଲ ଗାନ୍ଧୀ ନୂଆଦିଲ୍ଲୀରେ ବୈଠକ କରିଥିଲେ । ଉଲ୍ଲେଖଯୋଗ୍ୟ, ୨୦୧୯ରେ ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ନିରଂଜନ ପଟ୍ଟନାୟକ ପିସିସି ପଦରୁ ଇସ୍ତଫା ଦେଇଥିଲେ । ତେବେ ପାର୍ଟି ହାଇକମାଣ୍ଡ ସେତେବେଳେ ଇସ୍ତଫା ଗ୍ରହଣ କରିନଥିଲେ ।
ବର୍ତ୍ତମାନ ପ୍ରଶ୍ନ ଉଠୁଛି ଯେ, ଦିନେ ଓଡ଼ିଶାକୁ ଶାସନ କରୁଥିବା ଦେଶର ସର୍ବ ପୁରାତନ ଦଳକୁ ବର୍ତ୍ତମାନ ରାଜ୍ୟରେ ନିଜର

ଅସ୍ତିତ୍ୱ ବଞ୍ଚାଇବା ପାଇଁ ସଂଘର୍ଷ କରିବାକୁ ପଡ଼ୁଛି । ରାଜ୍ୟରେ ଦଳ ଦିନକୁ ଦିନ ଦୁର୍ବଳ ହେବାକୁ ଲାଗିଛି । ରାଜ୍ୟ କଂଗ୍ରେସର ବହୁ ବରିଷ୍ଠ ନେତା ଅନ୍ୟ ଦଳରେ ସାମିଲ ହେଉଛନ୍ତି । ଏହି ସମୟରେ ଶରତ ପଟ୍ଟନାୟକଙ୍କୁ ପୁଣି ଥରେ ଦଳର ମଙ୍ଗୁଆଳ ଦେବା ହାଇକମାଣ୍ଡଙ୍କ ନିଷ୍ପତ୍ତି କେତେ ଦୂର ସଠିକ୍ ତାହା ଆଗାମୀ ସମୟରେ ହିଁ ଜଣାପଡ଼ିବ । ସେ ଦଳର ସମସ୍ତ ନେତାଙ୍କୁ ଏକାଠି କରି ସଙ୍ଗଠନ ମଜଭୁତ କରିବାରେ କେତେ ସଫଳ ହେଉଛନ୍ତି ଓ ରାଜ୍ୟରେ ଦଳର ସ୍ଥିତିକୁ କେତେ ସୁଦୃଢ଼ କରିପାରୁଛନ୍ତି । ତାହା ସମୟ ହିଁ କହିବ ।    ବଲାଙ୍ଗୀର ଜିଲ୍ଲାରୁ ପଶ୍ଚିମ ଓଡିଶା ବ୍ୟୁରୋ ଚିଫ ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like