-+91-9937148622 |
prerana_bgr@rediffmail.com |
Thursday 25th June 2026 |
R.N.I. Regd No. ODIODI/2010/46693
Breaking News
30-May-2022
ପାଟଣାଗଡ଼ / ଖପ୍ରାଖୋଲ : କିଡନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ପରିବାର ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ପ୍ରଦାନ କରାଯାଇଛି । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଦମାଇଁପାଲି ପଞ୍ଚାୟତ ଦମାଇଁପାଲି ଗ୍ରାମର ଚନ୍ଦ୍ରମଣି ବାଗ (୪୫ ) ଦୀର୍ଘ ଦିନ ଧରି କିଡନୀ ରୋଗରେ ଆକ୍ରାନ୍ତ ହୋଇଥିଲେ । ଗତକାଲି ତାଙ୍କର ମୃତ୍ୟୁ ଘଟିଥିଲା । ତାଙ୍କର ମୃତ୍ୟୁ ହୋଇଥିବା ଖବର ପାଇ ଦମାଇଁପାଲି ନବନିର୍ବାଚିତ ସରପଞ୍ଚ ଶ୍ରୀମତୀ ତାରାକାନ୍ତୀ ତାଣ୍ଡି ଉକ୍ତ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି । ଗ୍ରାମବାସୀଙ୍କ କହିବା ଅନୁସାରେ ଚନ୍ଦ୍ରମଣି ବାଗ ଗରିବ ପରିବାର ହୋଇଥିବା ତଥା ପରିବାରର ଏକମାତ୍ର ରୋଜଗାର କ୍ଷମ ହୋଇଥିବାରୁ ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ।