ସଇଁନ୍ତଲା(ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ)::ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗର ଜୁନିୟର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ତମାଖୁ ନିରୋଧ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ଜୁନିୟର ରେଡକ୍ରସ ।
"/>-+91-9937148622 |
prerana_bgr@rediffmail.com |
Wednesday 24th June 2026 |
R.N.I. Regd No. ODIODI/2010/46693
Breaking News
31-May-2022
ସଇଁନ୍ତଲା(ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ)::ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗର ଜୁନିୟର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ତମାଖୁ ନିରୋଧ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ଜୁନିୟର ରେଡକ୍ରସ ।
କାଉନସିଲର ରାମ ନାରାୟଣ ଦାଶଙ୍କ ସଂଯୋଜନାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତମାଖୁ ସେବନ ଲାଗି ପ୍ରତି ବର୍ଷ ୮୦ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ପ୍ରାଣ ହରାଉଛନ୍ତି । ମାନବ ଜାତି ପାଇଁ ଏହା ଯେତିକି କ୍ଷତିକାରକ ପରିବେଶ ପାଇଁ ମଧ୍ୟ ସେତିକି ବିପଦପୂର୍ଣ୍ଣ । ଚଳିତ ବର୍ଷର ବିଷୟବସ୍ତୁ “ପରିବେଶକୁ ରକ୍ଷା କର” ଉପରେ ଶିକ୍ଷକ-ଶିକ୍ଷୟତ୍ରୀମାନେ ମତବ୍ୟକ୍ତ କରିଥିଲେ । ବରିଷ୍ଠ ଶିକ୍ଷକ ବିଶ୍ୱନାଥ ମେହେର ଛାତ୍ର
ଛାତ୍ରୀମାନଙ୍କୁ ତମାଖୁ ଠାରୁ ଦୂରେଇ ରହିବା ପାଇଁ ଶପଥ ପାଠ କରାଇଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ସାଇକେଲ ର୍ୟାଲି ମାଧ୍ୟମରେ ଗ୍ରାମବାସୀଙ୍କୁ ସଚେତନ କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ଆଦିତ୍ୟ ରଣା, ଲିଙ୍ଗରାଜ ନନ୍ଦ, ହିମାଂଶୁ ଶେଖର ବିଶ୍ୱାଲ, ଶିକ୍ଷୟତ୍ରୀ ଦ୍ରୋପଦୀ ଭୋଇ, କାନ୍ତି ଭୋଇ, ଯଶୋବନ୍ତି ସୁନା, ଗାୟତ୍ରି ବାରିକ, ଅଙ୍ଗନୱାଡି କର୍ମି ଲିନୁ ସାହୁ, ସହାୟକ ସାବେତ୍ରୀ ରଣା ତଥା ଗ୍ରାମବାସୀ ବିଶେଷ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷୟତ୍ରୀ ରେଣୁକା ସାହୁ ପରିଚାଳନା କରିଥିବା ବେଳେ ଶିକ୍ଷକ ସୁଦର୍ଶନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ