-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||     

HOME   ଜିଲ୍ଲା

ଜାଲ ଆଧାର ପରିଚୟ ପତ୍ର ପ୍ରଦାନ କରି ହିତାଧିକାରୀଙ୍କ ଠାରୁ ଟଙ୍କା ଆଦାୟ ଅଭିଯୋଗ।

22-Nov-2020



ମୁରିବାହାଲ, (ପ୍ରେରଣା ଖବର) : ସାଧାରଣ ଜନତାଙ୍କ ପରିଚୟ ପତ୍ର ଭାବେ କେନ୍ଦ୍ର ସରକାରଙ୍କ ତରଫରୁ ପ୍ରତି ସରକାରୀ ଯୋଜନାରେ ଆଧାର ବାଧ୍ୟତାମୂଳକ ବୋଲି ନିୟମ ଜାରି କରାଯାଇଛି । ହେଲେ ଅନେକ ଏହି ସରକାରୀ ଆଧାର ପରିଚୟପତ୍ର ପାଇ ନ ପାରି ଅକଥନୀୟ ଦୁର୍ଦ୍ଦଶାର ଶିକାର ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିକି କିଛି ଅସାଧୁ ସାଧାରଣ ଗରିବ ଶ୍ରେଣୀର ଲୋକଙ୍କୁ ତାଙ୍କ ସରଳତାର ସୁଯୋଗ ନେଇ ଠକେଇ କରି ଆସୁଥିବା ଘଟଣା ଦୃଷ୍ଟି କୁ ଆସୁଛି। ଅଭିଯୋଗ ଅନୁଯାୟୀ ବଲାଙ୍ଗୀର ଜିଲ୍ଲାର ମୁରିବାହଲ ବ୍ଳକ ଅନ୍ତର୍ଗତ ଚିଙ୍ଗେରମୁଣ୍ଡା ଓ ହଳଦୀ  ଗ୍ରାମର ପ୍ରାୟ ୨୭ ଜଣ ବୃଦ୍ଧ, ବୃଦ୍ଧା  ଙ୍କୁ ତାଙ୍କ ମାସିକ ବାର୍ଦ୍ଧକ୍ୟ ଭତ୍ତା ନିମନ୍ତେ ଆଧାର ପରିଚୟ ପତ୍ର ଆବଶ୍ୟକ ହୋଇଥିବା ବେଳେ ତାଙ୍କ ନିକଟ ରୁ ଜଣ ପ୍ରତି ୧୫୦୦ ଟଙ୍କା ଲେଖାଏଁ ଆଦାୟ କରି ଜାଲ ଆଧାର ପରିଚୟ ପତ୍ର ପ୍ରଦାନ କରିଥିଲେ । ଅଭିଯୋଗ ଅନୁଯାୟୀ ଟିଟିଲାଗଡ଼ ସହରର ସତ୍ୟ ସାହୁ ନାମକ ଜଣେ ବ୍ୟକ୍ତି ତାଙ୍କ ନିକଟରୁ ଟଙ୍କା ନେଇ ଯାଇ ଆଧାର ଆବେଦନ ନ କରି ଜାଲ ଆଧାର ନମ୍ବର ମାନ ଦେଇ ତାଙ୍କୁ ରଙ୍ଗୀନ ଫଟୋ ଯୁକ୍ତ ଆଧାର ଟିଟିଲାଗଡ଼ର ଏକ କମ୍ପ୍ୟୁଟର କେନ୍ଦ୍ର ରେ ନିଜେ ତିଆରି କରେଇ ଦେଇଥିଲେ। ଉକ୍ତ ଆଧାର ପରିଚୟ ପତ୍ର ମାନ ମୁରିବାହଲ ବ୍ଲକ ରେ ଦାଖଲ କରିଥିବା ବେଳେ ତାହା ଜାଲ ଆଧାର ନମ୍ବର ବୋଲି ଅନଲାଇନ ଯୋଗେ ଜଣା ପଡିଥିଲା। ମୁରିବାହଲ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନିକଟରୁ ଜାଣି ସେମାନେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଦାଖଲ କରିଛନ୍ତି। ସେହିପରି ବଲାଙ୍ଗୀର ଜିଲ୍ଲାର ସଇଁତଲା ବ୍ଲକରେ ଗତ ମାସରେ ୧୮ ଟି ଜାଲ ଆଧାର ପରିଚୟ ପତ୍ର ଜଣେ ବ୍ୟକ୍ତି ତୁରନ୍ତ କରିଦେବା କହି ତାଙ୍କ ଠକେଇ କରିଥିବା ଅଭିଯୋଗ ହୋଇଥିଲା । ତେବେ ସରକାରୀ ଭାବେ ଏହି ପରିଚୟ ପତ୍ର ମାଗଣାରେ ସାଧାରଣ କିପରି ପାଇ ପାରିବେ ଓ ଏଥିପାଇଁ କେତେ ଟଙ୍କା ଆବେଦନ ପାଇଁ ଦାଖଲ କରିବାକୁ ପଡେ ସେ ନେଇ ସଚେତନତା ସୃଷ୍ଟି ଆବଶ୍ୟକ ବୋଲି ମତପ୍ରକାଶ ପାଇଛି । ଏହି ଅସାଧୁ ଠକେଇ କରୁଥିବା ଅଭିଯୁକ୍ତଙ୍କ ବିରୁଦ୍ଧରେ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ  ହିତାଧିକାରୀ  ଦାବି କରିଛନ୍ତି । ତେବେ ଉକ୍ତ ବ୍ୟକ୍ତି ଫେରାର ହୋଇଯାଇଥିବା ଜଣା ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026

You Might Also Like