-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME    ଅନ୍ୟାନ୍ୟ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ : ୨୫ରେ ଦକ୍ଷିଣ ଓଡ଼ିଶାରେ ବର୍ଷା!

22-Nov-2020



(ପ୍ରେରଣା ଖବର) - ବିଷୁବରେଖା ପାଖାପାଖି ଭାରତ ମହାସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏ ଲମ୍ବିଛି। ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ଓ ଏହାର ପରବର୍ତୀ ୪୮ ଘଣ୍ଟାରେ ଏହା ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଶ୍ରୀଲଙ୍କା ଓ ଦକ୍ଷିଣ ତାମିଲାନାଡ଼ୁ ଉପକୂଳ ଆଡ଼କୁ ଗତି କରିବ। ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନାହିଁ। କିନ୍ତୁ ୨୫ ତାରିଖ ଦିନ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି!-କେନ୍ଦ୍ର କହିଛି, ଉକ୍ତ ଲଘୁଚାପ ଛଡ଼ା ଏବେ ଓଡ଼ିଶାର ଆଭ୍ୟନ୍ତରୀଣ ଭାଗ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ। ଏହା ପ୍ରଭାବରେ ଆସନ୍ତାକାଲି ଅପରାହ୍ନ ପର୍ଯ୍ୟନ୍ତ ମୁଖ୍ୟତଃ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ବରଗଡ଼ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ବାଲେଶ୍ବର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ!!*କୋରାପୁଟ, କଟକ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗୀର, ନୟ‌ା‌ଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁରର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହେବ। ଆସନ୍ତାକାଲି ଅପରାହ୍ନରୁ ୨୩ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ କଳାହାଣ୍ଡିରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୩ ଅପରାହ୍ନରୁ ୨୪ ତାରିଖ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ଲଘୁଚାପ ପ୍ରଭାବରେ ୨୫ ତାରିଖରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ  ଅନ୍ୟପଟେ ୨୨ ଓ ୨୩ ତାରିଖରେ ଘନ କୁଡୁଡ଼ିର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୁଖ୍ୟତଃ ଯେଉଁ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି ସେଠାରେ ବର୍ଷା କମିବା ପରେ ତାପମାତ୍ରା କମିବ ଓ ଘନ କୁହୁଡ଼ି ଦେଖାଯିବ। ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ଆସନ୍ତା ୨ ଦିନ ଘନ କୁହୁଡ଼ି ପଡ଼ିବ‌ାର ଆଶଙ୍କା ରହିଛି!!*ଗତ ୨୪ ଘଣ୍ଟାରେ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ସର୍ବାଧିକ ବର୍ଷା ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷିଠାରେ ୫୧.୨ ମିମି ବର୍ଷା ରେକର୍ଡ ହୋଇଛି। ଏହାଛଡ଼ା ବାରିପଦାଠାରେ ୪୨ ମିମି ବର୍ଷା ରେକର୍ଡ ହୋଇଛି। ଝାରସୁଗୁଡ଼ାର ରାଇକିଆଠାରେ ୩୩.୨ ମିମି ବର୍ଷା ରେକର୍ଡ ହୋଇଛି। ଓଡ଼ିଶାର ସମତଳ ଅଞ୍ଚଳମାନଙ୍କ ମଧ୍ୟରେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ର‌ା ୧୫ ଡିଗ୍ରି ରେକର୍ଡ ହୋଇଛି। ପାହାଡ଼ିଆ ଅଞ୍ଚଳମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ିଠାରେ ୧୬.୫ ଡିଗ୍ରି ସର୍ବନିମ୍ନ ତାପମାତ୍ରା ଥିବା ଜଣାପଡ଼ିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like