-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଦିନ କମିଟି ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଳିତ

05-Jun-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) ସ୍ଥାନୀୟ ପିପି ଏକାଡେମୀ ପ୍ରେକ୍ଷାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏକମାତ୍ର ପୃଥିବୀ ପ୍ରସଙ୍ଗକୁ ନେଇ ପରିବେଶ ଦିବସ କରାଯାଉଥିବାରୁ ଆଗାମୀ ପୀଢି ବଂଶଧର ମାନଙ୍କ ପାଇଁ ମାଟି, ପାଣି ଓ ପବନକୁ ପ୍ରଦୂଷଣ ମୁକ୍ତ ରଖିବା ସମସ୍ତଙ୍କ କର୍ତ୍ତବ୍ୟ ବୋଲି ଏହି ଅବସରରେ ଅନୁଷ୍ଠିତ ସଭାରେ ମତପ୍ରକାଶ ପାଇଥିଲା। ଏକ ପ୍ରଦୂଷଣ ମୁକ୍ତ ପୃଥିବୀ ପାଇଁ ସମସ୍ତେ ସଚେତନ ରହିବା କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ। ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ଯୋଗଦେଇ କହିଥିଲେ ଯେ, ଗଛର ବିକଳ୍ପ ନାହିଁ। ଆମେ ନିଶ୍ୱାସରେ ପରିତ୍ୟାଗ କରୁଥିବା ଅଙ୍ଗାରକାମ୍ଲକୁ ଗଛ ଗ୍ରହଣ କରି ଆମକୁ ଅମ୍ଲଜାନ ପ୍ରଦାନ କରୁଛି। କିନ୍ତୁ ଆମ ଦେଶରେ ମୁଣ୍ଡ ପିଛା ଗଛ ସଂଖ୍ୟା ମାତ୍ର ୨୮। ଭବିଷ୍ୟତରେ ଜନସଂଖ୍ୟା ଠାରୁ ଗଛ ସଂଖ୍ୟା କମିଯିବାର ଆଶଙ୍କା ରହିଛି ବୋଲି ଉଦବେଗ ପ୍ରକାଶ କରିଥିଲେ। ତେଣୁ ସମସ୍ତଙ୍କୁ ବୃକ୍ଷରୋପଣ କରିବା ପାଇଁ ଆଗେଇ ଆସିବାକୁ ଆହ୍ୱାନ ଦେଇଥିଲେ।

ବିଶିଷ୍ଟ ସୂଚନା ଅଧିକାର କର୍ମୀ ତଥା ସମ୍ଭକାର ହେମନ୍ତ ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗ ଦେଇ ପରିବେଶରେ ସୁରକ୍ଷାକୁ ନେଇ ରାଷ୍ଟ୍ରୀୟ ଗୁରୁଦାୟିତ୍ୱ ରହିଛି ବୋଲି କହିଛନ୍ତି। ପ୍ରକୃତି ଓ ପରିବେଶକୁ ସୁରକ୍ଷା କରାଯାଇ ବିକାଶର ମାର୍ଗ ପ୍ରଶସ୍ତ କରାନଗଲେ ମାନବ ସମାଜର ବିନାଶକୁ ନିମନ୍ତ୍ରଣ କରିବା ଭଳି ହେବ। ରାଷ୍ଟ୍ରର ବିକାଶ ନୀତିରେ ପରିବର୍ତ୍ତନ କରାଯାଇ ପରିବେଶ ସୁରକ୍ଷାକୁ ପ୍ରାଥମିକତା ବିକାଶ କରାଗଲେ ପରିବେଶ ପ୍ରଦୂଷଣକୁ ହ୍ରାସ କରାଯାଇ ପାରିବ ବୋଲି ଶ୍ରୀ ପଣ୍ଡା କହିଥିଲେ। ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ପୌରାଞ୍ଚଳରେ ବ୍ୟାପକ ବୃକ୍ଷରୋପଣ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ତଥା ବରିଷ୍ଠ ସାମ୍ବାଦିକ ବୀରେନ୍ଦ୍ର ଝାଙ୍କର ପୃଥିବୀ ମଣିଷ ସମାଜର ମା’। ମା’ କୁ ସୁରକ୍ଷା ଦେବା ସମସ୍ତଙ୍କ ଦାୟିତ୍ୱ। ଅନ୍ୟତମ ଅତିଥି ପ୍ରେସ କ୍ଲବ ସଭାପତି ଅରୁଣ ମିଶ୍ର ବଲାଙ୍ଗିରରେ ଥିବା ଖାଲି ଜାଗାରେ ଗଛ ଲଗେଇ ସବୁଜ ବଲାଙ୍ଗିର କରିବାକୁ ଆହ୍ୱାନ ଦେଇଥିଲେ।

ବଲାଙ୍ଗିର ଦିନ୍‌ କମିଟିର ଜୟକୃଷ୍ଣ ମିଶ୍ର ସଭାରେ ସଭାପତିତ୍ୱ କରିଥିବା ବେଳେ ଅର୍ଜୁନ ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଆୟୋଜନ କମିଟିର ସମ୍ପାଦକ ତଥା କାର୍ଯ୍ୟକ୍ରମର ପ୍ରମୁଖ ଉଦ୍ୟୋକ୍ତା ସ୍ୱାଗତ ଭାଷଣ ଦେଇଥିବା ବେଳେ ମାହେଶ୍ୱରୀ ଅନୁଷ୍ଠାନର ଶୋଭନ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ସଚେତନା କାର୍ଯ୍ୟକ୍ରମ ଜାରି ରଖିଥିବା ସବୁଜ ବାହିନୀ ଓ ସାଥୀ, ଦେଓଗାଁ ବ୍ଲକର ବଗଡ଼ା ଗାଁର ଗ୍ରୀନ୍ ଆର୍ମୀ ସଙ୍ଗଠନ ୧୨ ହଜାର ବରଗଛ ରୋପଣ ଅନୁଷ୍ଠାନର ସଦସ୍ୟା/ସଦସ୍ୟା, ବିଗତ ବର୍ଷରେ ଚାରା ବଣ୍ଟନ କରୁଥିବାରୁ ମାହେଶ୍ୱରୀ ମହିଳା ଶାଖା ଓ ଖାଲି ସ୍ଥାନରେ ଚାରା ରୋପଣ କରୁଥିବା ଗୋ ଗ୍ରୀନ ଅନୁଷ୍ଠାନକୁ ମାନପତ୍ର ସହ ସମ୍ମାନିତ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ସଭାରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଗୁରୁଶ୍ରୀ ଡ.ଘାସିରାମ ମିଶ୍ର, ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ରତନ ମହାରାଣା, ରସରାଜ ଅଚ୍ୟୁତ ପୁରୋହିତ, ନାଗରିକ କମିଟିର ସମ୍ପାଦକ ଶିକ୍ଷାବିତ୍ ମନୋରଂଜନ ସାହୁ, ଗୋପଭୂଷଣ ନାଥ, ବିଧୁଭୂଷଣ ତ୍ରିପାଠୀ, ଆନନ୍ଦ ବଡ଼ପଣ୍ଡା,ସଂଦୀପ ବାଗ, କିଶୋର ବରିହା, ଦିନେଶ ଶର୍ମା, ଲୋଟସ୍ ଷଡ଼ଙ୍ଗୀ, ବ୍ୟାସଦେବ ନନ୍ଦ, ରଂଜିତ ମିଶ୍ର, ରାମ ନାରାୟଣ ଦାଶ, ବିକାଶ ସାଙ୍କ ସମେତ ବିଭିନ୍ନ ସାମାଜିକ ସଙ୍ଗଠନର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like