-+91-9937148622 |
prerana_bgr@rediffmail.com |
Thursday 7th May 2026 |
R.N.I. Regd No. ODIODI/2010/46693
Breaking News
06-Jun-2022
ପାଟଣାଗଡ଼ / ଖପ୍ରାଖୋଲ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଛି l ହରିଶଙ୍କର ରେଞ୍ଜ ଅଧିକାରୀ ଗିରିଧାରୀ ନାଗଙ୍କ ଆହ୍ୱାନ କ୍ରମେ ଆୟୋଜିତ କାର୍ଯ୍ୟକ୍ରମରେ ଆମ ଜଙ୍ଗଲ ଯୋଜନା ଟିମ ଲିଡର ସଞ୍ଜୀବ ପଣ୍ଡା ଅଧ୍ୟକ୍ଷତା କରିଥିଲେ l ଏଥିରେ ହରିଶଙ୍କର ବନପାଳ ଅରବିନ୍ଦ ଧରୁଆ , ରେଙ୍ଗାଲି ବନପାଳ ଘାସିରାମ ଦୀକ୍ଷିତ , ଖପ୍ରାଖୋଲ ବନପାଳ ସୁଧୀର କୁମାର ଜେନା , ଅଭୟ ତ୍ରିପାଠୀ ଅତିଥି ଭାବେ ଯୋଗ ଦେଇ ବିଶ୍ୱ ପରିବେଶ ଦିବସ ଉପରେ ଆଲୋକପାତ କରିଥିଲେ l ଏହି ଅବସରରେ ବିଭିନ୍ନ ବନ ସୁରକ୍ଷା ସମିତିର ସଦସ୍ୟ ମାନେ ବୃକ୍ଷରୋପଣକୁ ଗୁରୁତ୍ୱ ଦେବାକୁ ଆହ୍ୱାନ ଦେଇଥିଲେ l ପରେ ହରିଶଙ୍କର ଚିଡ଼ିଆଖାନା ପାର୍ଶ୍ୱରେ ବୃକ୍ଷରୋପଣ କରାଯାଇଥିଲା l