-+91-9937148622 |
prerana_bgr@rediffmail.com |
Thursday 7th May 2026 |
R.N.I. Regd No. ODIODI/2010/46693
Breaking News
06-Jun-2022
ବୌଦ୍ଧ(ପ୍ରେରଣା ଖବର) : ବୌଦ୍ଧ ଜିଲା ହରଭଙ୍ଗା ବ୍ଳକରେ ସୋମବାର ଦିନ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ସମୁଦାୟ ୮୪ ଗୋଟି ଆପତ୍ତି
ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୭୭ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବାବେଳେ ୭ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୩୧ ଗୋଟି ଅଭିଯୋଗକୁ ଫଇସଲା କରାଯାଇଥିବା ବେଳେ ୯ ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ତୁରନ୍ତ
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯାଇଥିଲା । ଏହି ଶିବିରରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର, ଉପଜିଲାପାଳ ସନତ କୁମାର ନାଏକ ଓ ସମସ୍ତ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ । ଶିବିରକୁ ଜିଲା ଜରୂରୀକାଳୀନ ଅଧିକାରୀ ଅବନୀକାନ୍ତ ସାହୁ,ହରଭଙ୍ଗା ବିଡିଓ ସ୍ମିତା ରଥ ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ପରିଚାଳନା କରିଥିଲେ ।