-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ପୁରୀ ଜିଲ୍ଲାର ୯୫ଟି  ସ୍କୁଲ ଲୋକାର୍ପିତ  ପାଠ ହେଉ ବା ଖେଳ  ନିଜ ନିଜ କ୍ଷେତ୍ରରେ  ଉତ୍କର୍ଷତା ହାସଲ  ପାଇଁ ଚେଷ୍ଟା କରିବାକୁ  ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ।

09-Jun-2022



ପୁରୀ(ସମୀର ରଞ୍ଜନ ନାୟକ) ସ୍କୁଲ ଗୁଡିକର କାୟାକଳ୍ପ ପିଲାମାନଙ୍କ  ମାନସିକତା ଉପରେ ମଧ୍ୟ  ସକରାତ୍ମକ ପ୍ରଭାବ ପକାଇଛି ।  ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବା ଆମ ପାଇଁ ଆଗ ଅପେକ୍ଷା ବହୁତ ସହଜ ହୋଇଛି। ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଆମେ ତୁରନ୍ତ ତଥ୍ୟ ପାଇପାରୁଛୁ। ଏହାଦ୍ବାରା ପଢିବାରେ ଆମର ଆଗ୍ରହ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତି । ସେମାନେ କହିଛନ୍ତି ଯେ ନୂତନ ଆଧୁନିକ ସୁବିଧା ସହିତ ସ୍କୁଲକୁ ନୂଆ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍‌ ସୁବିଧା ଯୋଗୁ ସ୍କୁଲ ଏବେ  ଆମର ସବୁଠାରୁ ପସନ୍ଦର ସ୍ଥାନ ହୋଇଛି।

 ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲାର ୯୫ଟି ସ୍କୁଲ ସମେତ ୫ଟି ଜିଲ୍ଲାର ୪୪୫ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। 
 ସୂଚନାଯୋଗ୍ୟ ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ପୁରୀ ଜିଲ୍ଲାର ୪୮ଟି ସ୍କୁଲ ଲୋକାର୍ପିତ ହୋଇଥିବା ବେଳେ ଆଜି ଦ୍ବିତୀୟ ପର୍ଯ୍ୟାୟରେ ଅସ୍ତରଙ୍ଗ ବ୍ଲକରେ ୪, ବ୍ରହ୍ମଗିରି ୭, ଡେଲାଙ୍ଗ ୭, ଗୋପ ୧୧, କାକଟପୁର ୮, ନିମାପଡା ୧୧, କଣାସ ୮, କୃଷ୍ଣପ୍ରସାଦ ୬, ପିପିଲି ୧୧, ପୁରୀ ସଦର ୧୩, ସତ୍ୟବାଦୀ ବ୍ଲକର ୯ଟି ସହ ମୋଟ ୯୫ଟି ସ୍କୁଲକୁ ରୂପାନ୍ତର ପ୍ରକ୍ରିୟାରେ ସାମିଲ କରାଯାଇଛି । 

      ଏହି ଅବସରରେ ପିଲାମାନଙ୍କୁ  ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ  ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି।  ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି ।  ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ତେଣୁ ପାଠ ହେଉ ବା ଖେଳ  ନିଜ  ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ  ଦେଇଥିଲେ ।
  ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି  ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି ।  ଟ୍ରାନ୍‌ସପ୍ୟାରେନ୍‌ସି  ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି।  ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।  ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

      ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ।     
       ମୁଖ୍ୟମନ୍ତ୍ରୀଙ୍କ  ସଚିବ  5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । 
ପୁରୀ ଜିଲ୍ଲାସ୍କୁଲ ପରିସରରେ ଆୟୋଜିତ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଯୋଗଦେଇ ବିଦ୍ୟାଳୟ ରୂପାନ୍ତରଣ ପରେ ଛାତ୍ରଛାତ୍ରୀ ମାନେ ସରକାରୀ ସ୍କୁଲ ପ୍ରତି ଆକୃଷ୍ଟ  ହେଉଛନ୍ତି ଏବଂ ସେମାନଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି ବୋଲି କହିଥିଲେ।
ପୁରୀ ଜିଲ୍ଲା ସ୍କୁଲ ଛାତ୍ରୀ ସୁଶ୍ରୀ ସ୍ବୟଂସ୍ନିଗ୍ଧା ତ୍ରିପାଠୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହ ବାର୍ତ୍ତାଳାପ କରି ଖୁସିବ୍ୟକ୍ତ କରିଥିଲେ ।
  ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ, ପୁରୀ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସ୍ବପ୍ନାରାଣୀ ସ୍ବାଇଁ, ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ବିଶ୍ବଜିତ ଘୋଷ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like