-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ନୀରବିଲା ଲେଖିଛି ଚିଠିର ଗୀତିକାରଙ୍କ ଲେଖନୀ: ଝୁରୁଛନ୍ତି କବି ଆନନ୍ଦଙ୍କୁ ଅଞ୍ଚଳବାସୀ

13-Jun-2022



ବରଗଡ:-ଲେଖିଛି ଚିଠି ସେଇ ସଇନିକଟେ ଘର ଛାଡି ଜଗିଛି ଯେ ସାମନ୍ତ ଘାଟି ପରି ହୃଦୟ ସ୍ପର୍ଶୀ ଗୀତର ଗୀତିକାର କବି ଆନନ୍ଦ ଚନ୍ଦ୍ର ପଧାନଙ୍କ ଲେଖନୀ ଚିରଦିନ ପାଇଁ ନୀରବି ଯାଇଛି। ମ୍ରୁତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହେଉଥିଲା। 

ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପଡା ଗ୍ରାମର କବି ଆନନ୍ଦ ଚନ୍ଦ୍ର ପଧାନ  ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ଥିଲେ। କିଛି ଦିନ ତଳେ ଗୁରୁତର ଅସୁସ୍ଥ ହୋଇ ପଡିବାରୁ ପରିବାରବର୍ଗ ତାଙ୍କୁ ବରଗଡ଼ର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରି ଚିକିତ୍ସା କରୁଥିଲେ। ହେଲେ ଚିକିତ୍ସିତ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ହୋଇ ଯାଇଥିଲା । ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପତ୍ନୀ, ପୁତ୍ର ପୁତ୍ରବଧୂ, ଝିଅ ଜ୍ବାଇଁ ଉପସ୍ଥିତ ଥିଲେ।କବି ଆନନ୍ଦ ଚନ୍ଦ୍ର ପଧାନ ଏକାଧାରରେ ଜଣେ ଶିକ୍ଷକ, କବି, ଗୀତିକାର, ଗାଳ୍ପିକ ଥିଲେ। ସେ ବରଗଡ଼ ଜିଲ୍ଲା ମାଣ୍ଡୋସିଲ ରୁ ଶିକ୍ଷକତା ଆରମ୍ଭ କରିଥିଲେ।ପରେ ଟୁହିଲାମାଲ, ମାଝିପାଲି,ରଙ୍ଗମାଟିଆ,ଭାଲୁପାଲି, ବାନ୍ଦୁପାଲିରେ ଶିକ୍ଷାଦାନ କରିବା ସହିତ ପଡା ପଞ୍ଚାୟତ ରେଙ୍ଗାଲିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଅବସର ଗ୍ରହଣ କରିଥିଲେ। ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦର ପ୍ରତିଷ୍ଠାତା ସଦସ୍ଯ ହେବା ସହିତ ବିଭିନ୍ନ ଅନୁଷ୍ଠାନ ସହ ଜଡିତ ରହିଥିଲେ। ଓଡ଼ିଆ ଓ ସମ୍ବଲପୁରୀ ଭାଷାରେ ତାଙ୍କର ଗଭୀର ଦକ୍ଷତା ରହିଥିଲା। ତାଙ୍କ ଦ୍ବାରା ରଚିତ ବହୁ ଗୀତ ରାଜ୍ଯ ସ୍ତରୀୟ ସଂଗୀତ ପ୍ରତିଯୋଗିତାରେ ସାମିଲ ହୋଇ ପୁରସ୍କୃତ ହୋଇଥିଲା। ଭରନି,ବଉଲ,କଲାକସ୍ତୁରୀ,ନୂଆଁସକାଲ,ନୂଆଁଝରନ,ଝୁଲାପତର,ବାଟଦୁଆରି ଆଦି ବହୁ ପ୍ରତିଷ୍ଠିତ ପତ୍ରପତ୍ରିକାରେ ତାଙ୍କର ଲେଖା ଗୁଡିକ ପ୍ରକାଶିତ ହୋଇ ପାଠକୀୟ ଆଦୃତ ଲାଭ କରିଥିଲା।ଫଳରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସେ ସମ୍ବର୍ଦ୍ଧିତ ହୋଇଥିଲେ।ଏକମାତ୍ର ପୁତ୍ର ସୁମନ୍ତ ମୁଖାଗ୍ନି ଦେଇଥିଲେ। ତାଙ୍କର ବିୟୋଗରେ ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ, ପଡା ପାଞ୍ଚ ଲୁକିଆ ସାହିତ୍ୟ ସଂସଦ, ପ୍ରକାଶ ସାସ୍କୃତିକ ସଂସଦ, କଲା କସ୍ତୁରୀ ପରିବାର, ପରବାସୀ କୁଟୁମ, ଭେଡେନ ମନୋହର ସାସ୍କୃତିକ ସଂସଦ, ତାଳପଦର ଉତ୍ତାଳଗଡ ନାଟ୍ୟ ସଂସଦ, ଘେଁସ ଅଭିମନ୍ୟୁ ସାହିତ୍ୟ ସଂସଦ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like