-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ସରପଞ୍ଚଙ୍କ ସହ ଜିଲ୍ଲାପାଳଙ୍କ ବୈଠକ

14-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ):ବିନିକା ବ୍ଲକ ପ୍ରଶାସନ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ବିନିକା ବ୍ଲକ ସଭାଗୃହ ଠାରେ ସୋମବାର ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ବ୍ଲକ ଅନ୍ତର୍ଗତ ସମସ୍ତ ୧୬ ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ସହ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲପାଳ ଶ୍ରୀମତୀ ନରୱଣେ ଜିଲ୍ଲା ତଥା ବ୍ଲକ ସ୍ତରରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ସମ୍ପର୍କରେ ଉପସ୍ଥିତ ସରପଞ୍ଚଙ୍କ ସହ ବିଶେଷ ଆଲୋଚନା କରି ଜିଲ୍ଲାରେ ବାଲ୍ୟ ବିବାହ ଓ କିଶୋରୀ ମାତୃତ୍ୱକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ସ୍ଥାନୀୟ ଜନପ୍ରତିନିଧି/ ସରପଞ୍ଚ ମାନଙ୍କ ଆନ୍ତରିକ ସହଯୋଗ କାମନା କରିଛନ୍ତି l ଏହାସହିତ ଅଧାରୁ ପାଠ ଛାଡିଥିବା କିଶୋର କିଶୋରୀ ମାନଙ୍କୁ କିପରି ପୁନର୍ବାର ବିଦ୍ୟାଳୟକୁ ଫେରାଇ ଅଣାଯିବ ତା ଉପରେ ଗୁରୁତ୍ୱlରୋପ କରି ସବୁ ସ୍ତରରେ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି l ବାଲ୍ୟ ବିବାହ ତଥା କିଶୋରୀ ମାତୃତ୍ୱକୁ ଗୁରୁତ୍ୱାରୋପ ପୂର୍ବକ ସରପଞ୍ଚ ମାନେ ନିଜନିଜ ପଞ୍ଚାୟତ ସ୍ତରରେ ବିଭିନ୍ନ ବୈଠକ ଅନୁଷ୍ଠିତ କରି ସଚେତନତା କରିବା ସହ ପ୍ରତିମାସ ନିଜ ପଞ୍ଚାୟତରେ କୌଣସି ବାଲ୍ୟ ବିବାହ ହେଉନାହିଁ ବୋଲି ପ୍ରମାଣପତ୍ର ପ୍ରଦାନ କରିବାକୁ ପରାମର୍ଶ କରିଛନ୍ତି ପୁନଶ୍ଚ ନିଜ ଗ୍ରାମ ପଞ୍ଚାୟତ ଅଞ୍ଚଳରେ ହେଉ ଥିବା ପ୍ରତିଟି ବିବାହର ସମ୍ପୂର୍ଣ୍ଣ ତଥ୍ୟର ବିବରଣୀ ରଖିବାକୁ ପରାମର୍ଶ ଦେବା ସହିତ ଏହି ମହତ କାର୍ଯ୍ୟରେ ସମସ୍ତେ ଆନ୍ତରିକତାର ସହ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି l ଏହି ବୈଠକରେ  ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗଦାନ କରି ବାଲ୍ୟ ବିବାହର ଆଇନଗତ ଦିଗ ଓ ଶିଶୁ ଯୌନ ନିର୍ଯ୍ୟାତନା ଅଧୀନରେ ଆସୁଥିବା ଦଣ୍ଡ ବିଧାନ ଉପରେ ଆଲୋକପାତ କରି ସରପଞ୍ଚ ମାନଙ୍କ ସହଯୋଗରେ ପ୍ରଶାସନ ବାଲ୍ୟବିବାହକୁ ଜିଲ୍ଲା ତଥା ବ୍ଲକରେ ସମ୍ପୂର୍ଣ୍ଣ ବନ୍ଦ  କରାଯାଇପାରିବ ବୋଲି କହିବା ସହ ବାଲ୍ୟ ବିବାହର ନିରାକରଣରେ ସ୍ଥାନୀୟ ଜନପ୍ରତିନିଧି ତଥା ସରପଞ୍ଚ ମାନଙ୍କ ଆବଶ୍ୟକତା ଓ ବିଶେଷ ଭୂମିକା ଉପରେ ଆଲୋକପାତ କରିଥିଲେ l ବର୍ତ୍ତମାନ ଜିଲ୍ଲାର ବିନିକା ବ୍ଲକର ୧୬ ଗ୍ରାମ ପଞ୍ଚାୟତ ଓ ବିନିକା ଏନଏସି ଅଞ୍ଚଳରେ ଅଧାରୁ ପାଠ ଛାଡିଥିବା ୧୭୦ ଜଣ କିଶୋରୀ ରହିଥିବା ବେଳେ ୩୩୬ ଜଣ କିଶୋର ରହିଛନ୍ତି, ସେହିପରି ଅଦ୍ୟାବଧି ୬୮ ଜଣ କିଶୋରୀ ମାତୃତ୍ୱ ଥିବା ପରିସଂଖ୍ୟନରୁ ଜଣାପଡିଛି l କିଶୋରୀ ମାତୃତ୍ୱ ଏକ ସମ୍ବେଦନଶୀଳ ପ୍ରସଙ୍ଗ ହେତୁ ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଉପରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ନରୱଣେ କଡାଆଭିମୁଖ୍ୟ ଗ୍ରହଣ ପୂର୍ବକ ଏହି ବେଆଇନ କାର୍ଯ୍ୟରେ ସମ୍ପୃକ୍ତଙ୍କ ବିରୁଦ୍ଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି l ପୁନଶ୍ଚ ଆଗାମୀ ଦିନରେ ଏହାର ପୁନରାବୃତ୍ତିକୁ ବରଦାସ୍ତ କରାଯିବନାହିଁ ବୋଲି ସୂଚୀତ କରି ଏହି ପ୍ରସଙ୍ଗକୁ ଗମ୍ଭୀରତାର ସହ ଗ୍ରହଣ କରିବାକୁ ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ବିଭାଗୀୟ ଅଧିକାରୀକୁ କଡା ଚେତାବନୀ ଦେଇଛନ୍ତି l ଏହି ବୈଠକରେ ? ଉପଜିଲ୍ଲାପାଳ ସୋନପୁର ନିହାର ରଞ୍ଜନ କଁହର,ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ,ଉପାଧ୍ୟକ୍ଷ ନିର୍ମଳ ଶାଣ୍ଢ,ଗୋଷ୍ଟୀ ଉନ୍ନୟନ ଅଧିକାରୀ ବ୍ୟାସଦେବ ବେହେରା, ଜିଲ୍ଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ମଧୁସୁଦନ ପ୍ରଧାନ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ଗୌରମଣୀ ହାଁସଦା,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ,ଜିଲ୍ଲା ବାଲ୍ୟ ବିବାହ ପରାମର୍ଶ ଦାତା ତଥା ଏକ୍ସନଏଡ଼ ର ରାକେଶ ପ୍ରଧାନ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇଙ୍କ ସମେତ ସମସ୍ତ ସିଡିପିଓ,ସୁପରଭାଇଜର ତଥା ବ୍ଲକ ଅନ୍ତର୍ଗତ ସମସ୍ତ ସରପଞ୍ଚ, ଜିପିଇଓ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ ପୂର୍ବକ ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମକୁ ନିଜ ନିଜ ସ୍ତରରେ ସଶକ୍ତ ଭାବେ ପଦକ୍ଷେପ ନେଇ କାର୍ଯ୍ୟ କରିବା ଉପରେ ମତାମତ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like