ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ । ହଜ଼ାର ହଜ଼ାର ଭକ୍ତଙ୍କ  ଆସ୍ଥା ଓ ବିଶ୍ୱାସର  ପୀଠ.ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ।

କାମ  ଏକ ବର୍ଷରେ  ଶେଷ  ହେବ. 5T initiative ଅଧୀନରେ integrated development of heritage, monuments and tourist destination  ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଇଛି.

କଟକ  ସହରର   ସାମଗ୍ରିକ ବିକାଶରେ ଚଣ୍ଡୀ  ମନ୍ଦିର ର କୟାକଳ୍ପ  ଗୁରୁତ୍ୱ ପୂର୍ଣ୍ଣ ଭୂମିକା  ଗ୍ରହଣ  କରିବ  ବୋଲି ବର୍ଣ୍ଣନା କରି  ମୁଖ୍ୟମନ୍ତ୍ରୀ ଏ ଦିଗରେ  କଟକ ବାସୀଙ୍କ ସକ୍ରିୟ ସହଯୋଗ  କାମନା  କରିଥିଲେ.ପୂର୍ତ୍ତ ବିଭାଗ  ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଏହି ଯୋଜନା ଵିଷୟରେ  ଏକ presentation  କରାଯାଇଥିଲା.OBCC ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ CCTV ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, cloak room, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ ।ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ landscaping ମଧ୍ୟ ବିକାଶ କରାଯିବ ।

OBCC  ଜରିଆରେ ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି ।ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙକ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ divert କରାଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ। ବର୍ଷ ସାରା ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି । ଦୁର୍ଗାପୂଜା ସମୟରେ ମାଙ୍କ ଷୋଡଶ ଦିନାତ୍ମକ ପୂଜାରେ ମାଙ୍କ ବିଭିନ୍ନ ବେଶ ତେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମାଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ ।ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ  ସଚିବ ଙ୍କ ସମତେ ବରିଷ୍ଠ ଅଧିକାରୀ  ଗଣ  ଓ  RDC,କଟକ  ଜିଲ୍ଲା ପ୍ରଶାସନର  ଅଧିକାରୀ  ମାନେ ଉପସ୍ଥିତ  ଥିଲେ.ମୁଖ୍ୟମନ୍ତ୍ରୀ ଙ୍କ ସଚିବ  ଶ୍ରୀ ଭି କେ ପାଣ୍ଡିଆନ  ଆଲୋଚନା ସଂଯୋଜନା କରିଥିଲେ.ବୈଠକ ରେ ଯୋଗ ଦେଇଥିବା ମନ୍ଦିର trust board ସଦସ୍ୟ  ଓ ସେବାୟତ ଙ୍କ ପ୍ରତିନଧି ମାନେ ଯୋଜନାର  ଉଚ୍ଚ ପ୍ରଶଂସା  କରିବା  ସହ  ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ.

"/>

-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୭୦ କୋଟି ଟଙ୍କା ଖର୍ଚ୍ଚ ହେବ/ଏକ ବର୍ଷରେ  କାମ  ସରିବ.ସଫଳ ରୂପାୟନ ପାଇଁ କଟକ  ବାସୀଙ୍କ ସହଯୋଗ କାମନା  କଲେ  ମୁଖ୍ୟମନ୍ତ୍ରୀ 

17-Jun-2022

ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ । ହଜ଼ାର ହଜ଼ାର ଭକ୍ତଙ୍କ  ଆସ୍ଥା ଓ ବିଶ୍ୱାସର  ପୀଠ.ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ।

କାମ  ଏକ ବର୍ଷରେ  ଶେଷ  ହେବ. 5T initiative ଅଧୀନରେ integrated development of heritage, monuments and tourist destination  ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଇଛି.

କଟକ  ସହରର   ସାମଗ୍ରିକ ବିକାଶରେ ଚଣ୍ଡୀ  ମନ୍ଦିର ର କୟାକଳ୍ପ  ଗୁରୁତ୍ୱ ପୂର୍ଣ୍ଣ ଭୂମିକା  ଗ୍ରହଣ  କରିବ  ବୋଲି ବର୍ଣ୍ଣନା କରି  ମୁଖ୍ୟମନ୍ତ୍ରୀ ଏ ଦିଗରେ  କଟକ ବାସୀଙ୍କ ସକ୍ରିୟ ସହଯୋଗ  କାମନା  କରିଥିଲେ.ପୂର୍ତ୍ତ ବିଭାଗ  ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଏହି ଯୋଜନା ଵିଷୟରେ  ଏକ presentation  କରାଯାଇଥିଲା.OBCC ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ CCTV ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, cloak room, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ ।ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ landscaping ମଧ୍ୟ ବିକାଶ କରାଯିବ ।

OBCC  ଜରିଆରେ ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି ।ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙକ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ divert କରାଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ। ବର୍ଷ ସାରା ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି । ଦୁର୍ଗାପୂଜା ସମୟରେ ମାଙ୍କ ଷୋଡଶ ଦିନାତ୍ମକ ପୂଜାରେ ମାଙ୍କ ବିଭିନ୍ନ ବେଶ ତେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମାଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ ।ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ  ସଚିବ ଙ୍କ ସମତେ ବରିଷ୍ଠ ଅଧିକାରୀ  ଗଣ  ଓ  RDC,କଟକ  ଜିଲ୍ଲା ପ୍ରଶାସନର  ଅଧିକାରୀ  ମାନେ ଉପସ୍ଥିତ  ଥିଲେ.ମୁଖ୍ୟମନ୍ତ୍ରୀ ଙ୍କ ସଚିବ  ଶ୍ରୀ ଭି କେ ପାଣ୍ଡିଆନ  ଆଲୋଚନା ସଂଯୋଜନା କରିଥିଲେ.ବୈଠକ ରେ ଯୋଗ ଦେଇଥିବା ମନ୍ଦିର trust board ସଦସ୍ୟ  ଓ ସେବାୟତ ଙ୍କ ପ୍ରତିନଧି ମାନେ ଯୋଜନାର  ଉଚ୍ଚ ପ୍ରଶଂସା  କରିବା  ସହ  ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ.

News Comment

Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like