-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ମକଡ୍ରିଲ ପାଇଁ ଜିଲାସ୍ତରୀୟ ଟେବୁଲଟପ ପ୍ରସ୍ତୁତି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକଙ୍କ ଥଇଥାନ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ

18-Jun-2022



ବୌଦ୍ଧ// ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ନିମନ୍ତେ ମକଡ୍ରିଲ ପାଇଁ ଜିଲ୍ଲାସ୍ତରୀୟ ଟେବୁଲ ଟପ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରତ୍ୟେକ ଲାଇନ ଡିପାର୍ଟମେଣ୍ଟ୍ ସମ୍ଭାବ୍ୟ ବନ୍ୟା ପରିସ୍ଥତିର ମୁକାବିଲା ପାଇଁ ନିଜେ ନିଜେ କେତେ ସଚେତନ ଅଛନ୍ତି ଏବଂ କିଭଳି ଯୋଜନା ପ୍ରସ୍ତୁତ କରିଛନ୍ତି ତାହା ଉପରେ ବିବରଣୀ ପ୍ରଦାନ କରିଥିଲେ । ଜିଲା ଜରୂରୀକାଳୀନ ଅଧିକାରୀ ଅବନୀକାନ୍ତ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ସଭା ପରିଚାଳନା କରିଥିଲେ । ଜିଲ୍ଲାପାଳ ଶ୍ରୀମିଶ୍ର ସମସ୍ତ ଅଧିକାରୀଙ୍କୁ ବନ୍ୟା ମୁକାବିଲା ପାଇଁ ନିଜ ନିଜ ବିଭାଗର କାର୍ଯ୍ୟକ୍ରମର ତଦାରଖ ସହିତ ପିଆରଆଇ ସ୍ୱେଛାସେବୀମାନଙ୍କୁ ଏହି କାର୍ଯ୍ୟରେ ସାମିଲ କରିବା, ଆଗାମୀ ଦିନରେ ଅଗ୍ନିଶମ ଓ ଓଡ୍ରାପ ଟିମ ବିଭିନ୍ନ ଗ୍ରାମକୁ ଯାଇ ସେଠାରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ବ୍ୟବହୃତ ସମସ୍ତ ଉପକରଣ ସଂପର୍କରେ ସମସ୍ତ ଗ୍ରାମବାସୀଙ୍କୁ ତାଲିମ ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ । ଆସନ୍ତାକାଲି ସକାଳ ୧୦ ଘଂଟା ସମୟରେ ଜିଲାର ୪ ଗୋଟି ବନ୍ୟା ଆଶ୍ରୟସ୍ଥଳ କୁଲତାଜୋର,ଘଂଟାପଡା,ବହିରା ଓ ଧାମନଗରରେ ମକଡ୍ରିଲ ଅନୁଷ୍ଠିତ କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ପ୍ରବନ୍ଧକ, ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ନିର୍ଦ୍ଦେଶକ ଅମ୍ବିକା ପ୍ରସାଦ ମିଶ୍ର ଯୋଗଦେଇ ମୁଁ ନୁହେଁ ଆମେ ଭାବି ସମସ୍ତ ଅଧିକାରୀ ନିଜ ନିଜ ଦାୟିତ୍ୱ ପ୍ରତି ସଚେତନ ରହି ବନ୍ୟାର ମୁକାବିଲା କରିବା ପାଇଁ ପରାମର୍ଶ ଦେଇଥିଲେ । ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜରୂରୀ େଓøଷଧ ମହଜୁଦ ରଖିବା,ପାନୀୟଜଳ,ପଲିଥିନ,ସାନିଟାଇଜର,ଶୁଖିଲା ଖାଦ୍ୟ,ଗୋଖାଦ୍ୟ,ଭେକ୍ସିନ ଓ ଆମ୍ବୁଲେନସ ପ୍ରସ୍ତୁତ ରଖିବାକୁ ସଂପୃକ୍ତ ବିଭାଗ ଗୁଡିକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜରୂରୀ ପରିସ୍ଥିତିର ମୁକାବିଲା ପାଇଁ ଆଡିବନ୍ଧ ଓ କେନାଲ ଗୁଡିକର ତଦାରଖ କରାଯିବା ସହିତ ପ୍ରଚୁର ପରିମାଣରେ ବାଲିବସ୍ତା ମହଜୁଦ ରଖିବା,ଓଡ୍ରାଫ ଓ ଅଗ୍ନିଶମ ବିଭାଗ ମାନସିକ ଓ ଶାରିରୀକ ଭାବରେ  ସରଞ୍ଜାମ ସହିତ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକଙ୍କୁ ସାହାଯ୍ୟ କରିବା ସବୁଠାରୁ ବଡ କାମ, ଏଥିପାଇଁ ସମସ୍ତ ସ୍ୱେଛାସେବୀ ସଂସ୍ଥା,ସରପଂଚ,ୱାର୍ଡ ସଭ୍ୟ,ଗ୍ରାମବାସୀମାନେ ମିଳିତ ଭାବରେ ପରସ୍ପର ସହଯୋଗ ରଖି ଏହାର ମୁକାବିଲା କରିବାକୁ ଜିଲ୍ଲାପାଳ ପରାମର୍ଶ

ଦେଇଥଲେ । ଏହି ବୈଠକରେ ଉପଜିଲ୍ଲାପାଳ ସନତ କୁମାର ନାଏକ,ଜିଲ୍ଲା ମୁଖ୍ୟଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ,ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ପ୍ରଦିପ କୁମାର ରଥ,ଜିଲ୍ଳା ଯୋଗାଣ ଅଧିକାରୀ ବିଭୁପ୍ରସନ୍ନ ଆଚାର୍ଯ୍ୟ,ଅଗ୍ନିଶମ ଅଧିକାରୀ ଜିତେନ୍ଦ୍ର କୁମାର ଦାଶ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ନରେଶ ଆଚାର୍ଯ୍ୟ, ଏନଏସି ନିର୍ବାହୀ ଅଧିକାରୀ ଇଂ.ମନୋରଞ୍ଜନ ପଣ୍ଡା,ଜିଲା କୃଷି ଅଧିକାରୀ ନାରାୟଣ ମହାନନ୍ଦ,ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମହାପାତ୍ର,ଜିଲ୍ଲା ମଙ୍ଗଳ ଅଧିକାରୀ ବିନୋଦ ଚନ୍ଦ୍ର ନାଏକ,ମତ୍ସ୍ୟ ବିଭାଗ ପକ୍ଷରୁ ଲିପସା ପଟ୍ଟନାୟକ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସରସୀ ପଣ୍ଡା,ଜିଲ୍ଲା ପଂଚାୟତ ଅଧିକାରୀ ଲକ୍ଷ୍ମଣ ଓରାମ,ଡିଏସପି ସାଲେଷ୍ଟିନ ଟିଗା ଓ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ବିଭିନ୍ନ ସେବଛାସେବୀ ସଂଗଠନର ପ୍ରତିନିଧି ଉପସ୍ଥିତ ଥିଲେ । ଏହି ବୈଠକରେ ଜିଲ୍ଲା ପ୍ରକଳ୍ପ ଅଧିକାରୀ ସଂଜୟ କୁମାର ଝା ଓ ଜରୂରୀକାଳୀନ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like