-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ମହାନଗର

ରଥଯାତ୍ରା ପ୍ରସ୍ତୁତିର ସ୍ବତନ୍ତ୍ର ସମୀକ୍ଷା/ ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

18-Jun-2022



ପୁରୀ :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରି କହିଛନ୍ତି ଯେ ଏବର୍ଷ ବହୁତ ଅଧିକ ଭକ୍ତ ଆସିବେ। ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ କହିଛନ୍ତି ।

କୋଭିଡ ସମୟରେ ରଥଯାତ୍ରା ପରିଚଳନାରେ ସେବାୟତ ବନ୍ଧୁମାନେ ଯେପରି ସହଯୋଗ କରିଥିଲେ, ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ, ସେଥିପାଇଁ ସେ ସେବାୟତ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।ବୈଠକରେ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ।ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର  ଜେନା ରଥାଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ ।ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଶ୍ରୀ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ରାଞ୍ଚଳ ଆର.ଡି.ସି ଶ୍ରୀ ସୁରେଶ ଚନ୍ଦ୍ର ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଶକ୍ତି ମନ୍ତ୍ରୀ ଶ୍ରୀପ୍ରତାପ କେଶରୀ ଦେବ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ,ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ପୁରୀ ସାଂସଦ ଶ୍ରୀ ପିନାକୀ ମିଶ୍ର, ପୁରୀ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡ଼ଙ୍ଗୀ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ରାଧାକୃଷ୍ଣ ଶର୍ମା, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ,ଆଇନ୍ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ପ୍ରତାପ କୁମାର ପାତ୍ର, ପଚାଂୟତରାଜ ବିଭାଗ ର ପ୍ରମୁଖ ଶାସନ ସଚିବ ଶ୍ରୀ ଅଶୋକ କୁମାର ମୀନା,ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ସଞ୍ଜୀବ ପଣ୍ଡା, ପରିବହନ କମିଶନର ଶ୍ରୀ ଅରୁଣ କୁମାର ବୋଥ୍ରା , କେନ୍ଦ୍ରାଚଂଳ ପୋଲିସ ଆଇଜି ଶ୍ରୀ ନରସିଂହ ଭୋଳ, ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଲ ସିଂ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ,ମନ୍ଦିର କମିଟି  ଉପଦେଷ୍ଟା ,ଛତିଶା ନିଯୋଗର ସଦସ୍ୟ ,ସେବାୟତ ବୃନ୍ଦ, ଗଣମାଧ୍ୟମ ପ୍ରତିନିଧି, ବିଭିନ୍ନ ବିଭାଗ ର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

(ସମୀର ରଞ୍ଜନ ନାଏକ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like