-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଲାଲ ବାହାଦୁର ଶାସ୍ତ୍ରୀ ବିଦ୍ୟାଳୟ ଅବ୍ୟବସ୍ଥା ଘେରରେ

18-Jun-2022



ବରଗଡ (ନିରଞ୍ଜନତ୍ରିପାଠୀ) ବରଗଡ଼ ଜିଲ୍ଲା ସ୍ଥିତ ପଦ୍ମପୁର ଲାଲ ବାହାଦୁର ଶାସ୍ତ୍ରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ କେବଳ ସହର ନୁହେଁ, ସମଗ୍ର ପଦ୍ମପୁର ଉପଖଣ୍ଡରେ ନାଁ ରହିଛି । ଶିକ୍ଷକ, ଶିକ୍ଷୟିତ୍ରୀ ଓ ସ୍ଥାନୀୟ ଅଭିଭାବକଙ୍କ ସହଯୋଗରେ ବିଦ୍ୟାଳୟର ବେଶ ସୁନାମ ରହିଛି । କିନ୍ତୁ, ବିଭାଗୀୟ ଅବହେଳା ଯୋଗୁଁ ବର୍ତ୍ତମାନ ବିଦ୍ୟାଳୟ ଘୋର ଅବ୍ୟବସ୍ଥା ଦେଇ ଗତି କରୁଛି । ଦୀର୍ଘ ୨ ବର୍ଷ ବ୍ୟବଧାନ ପରେ ପୁଣି ବିଦ୍ୟାଳୟମାନଙ୍କରେ ପାଠପଢ଼ା ଆରମ୍ଭ ହୋଇଛି । କିନ୍ତୁ ବର୍ତ୍ତମାନ ଅସରାଏ ବର୍ଷାରେ ବିଦ୍ୟାଳୟରେ ପାଣି ଭର୍ତ୍ତି ହୋଇଯାଉଛି । ତା' ସହିତ ବିପଦ ସଂକୁଳ ଅବସ୍ଥାରେ ଶ୍ରେଣୀ ଗୃହଗୁଡ଼ିକ ପଡ଼ି ରହିଛି । ପ୍ରାପ୍ତ ସୂଚନା ଅନୁସାରେ ୧୯୬୮ ମସିହାରେ ଏହି ବିଦ୍ୟାଳୟ ସ୍ଥାପିତ ହୋଇଥିଲା । ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି । ବିଦ୍ୟାଳୟରେ ପରିବେଶ ଓ ଶିକ୍ଷାଦାନ ଯୋଗୁଁ ବିଭିନ୍ନ ସମୟରେ ସରକାରଙ୍କ ଠାରୁ ଏହା ପୁରସ୍କୃତ ହୋଇଆସିଛି । ୧୯୯୩ ମସିହାରେ ତତ୍କାଳୀନ ପ୍ରଧାନ ଶିକ୍ଷକ ସୀତାକାନ୍ତ ଭୋଇ ରାଜ୍ୟସ୍ତରୀୟ ଶ୍ରେଷ୍ଠ ପୁରସ୍କାର ପାଇଥିଲେ । ସେହିପରି ୧୯୯୫ ମସିହାରେ ଏହି ବିଦ୍ୟାଳୟ ଉପଖଣ୍ଡର
ଶ୍ରେଷ୍ଠ ବିଦ୍ୟାଳୟର ମାନ୍ୟତା ପାଇଥିଲା । ୨୦୧୧ ମସିହାରେ ଓଡ଼ିଶା ରାଜ୍ୟ ଶିକ୍ଷା ସଚିବ ଅପରାଜିତା ଷଡଙ୍ଗୀ ଏହି ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଶିକ୍ଷାଦାନ ଓ ପରିବେଶ ପାଇଁ ସମ୍ମାନିତ କରିଥିଲେ । ଅନୁରୂପ ଭାବେ ୨୦୧୫ ମସିହାରେ ତତ୍କାଳୀନ ସଚିବ ଶ୍ରୀମତୀ ଉଷା ପାଢ଼ୀ ବିଦ୍ୟାଳୟକୁ ଗୁଣବତ୍ତା ପୁରସ୍କାର ଦେଇଥିଲେ । ବିଦ୍ୟାଳୟଟି ଅଞ୍ଚଳରେ ବେଶ୍ ସୁନାମ ପାଇଥିଲେ ହେଁ ବିଭାଗୀୟ ଅବହେଳା ଯୋଗୁଁ ଏହା ଘୋର ଅବ୍ୟବସ୍ଥା ଦେଇ ଗତି କରୁଛି । ଏଭଳି ଏକ ଖ୍ୟାତନାମା ବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପ୍ରତି ବିଭାଗର ଏଭଳି ଅବହେଳାକୁ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ଅଭିଭାବକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ତୁରନ୍ତ ଏହାର ସମାଧାନ ପାଇଁ ଦାବୀ ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like