-+91-9937148622 |
prerana_bgr@rediffmail.com |
Wednesday 24th June 2026 |
R.N.I. Regd No. ODIODI/2010/46693
Breaking News
23-Nov-2020
(ପ୍ରେରଣା ଖବର) - ମାଡ଼ି ଆସୁଛି ଆଉ ଏକ ସାମୁଦ୍ରିକ ବାତ୍ୟା । ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ୨୫ ତାରିଖ ମଧ୍ୟାହ୍ନରୁ ଅପରାହ୍ଣ ମଧ୍ୟରେ ଏହା ପୁଡୁଚେରି ଓ ତାମିଲନାଡ଼ୁ ଦେଇ ଉପକୂଳ ଅତିକ୍ରମ କରିବ । ପାଣିପାଗ ବିଜ୍ଞାନୀମାନେ ଏହି ସମ୍ଭାବ୍ୟ ବାତ୍ୟାର ନାମ ‘ନିଭାର୍’ ରଖିଥିବା ଜଣାଯାଇଛି। ତେବେ ଆଶ୍ୱସ୍ତିକର କଥା ହେଲା ଯେ ଓଡ଼ିଶା ଉପରେ ଏହାର ସିଧା ପ୍ରଭାବ ପଡ଼ିବ ନାହିଁ । ୨୫ ଓ ୨୬ ତାରିଖରେ ହାତଗଣତି କିଛି ଜିଲ୍ଲାକୁ ଛାଡ଼ିଦେଲେ ରାଜ୍ୟର ଅଧିକାଂଶ ସ୍ଥାନରେ କେବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଯୋଗୁଁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ହେବ ଓ ଶୀତ କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।