-+91-9937148622 |
prerana_bgr@rediffmail.com |
Tuesday 15th September 2026 |
R.N.I. Regd No. ODIODI/2010/46693
Breaking News
20-Jun-2022
ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ
ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୫ ଗୋଟି ଓ ସାମୁହିକ ଦରଖାସ୍ତ ୩ ଗୋଟି ରହିଛି l ଗ୍ରହଣ କରାଯାଇଥିବା ୫୮ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪୬ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l
ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ
ମୋତିଲାଲ ସୁଲିଆ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ପ୍ରକଳ୍ପ ନିର୍ଦେଶକ ଡିଆରଡିଏ ନିହାର ରଞ୍ଜନ କଁହର,ଉପଜିଲ୍ଲାପାଳ ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ବିବୁଦ୍ଧ ଗଡ଼ନାୟକ , ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l