-+91-9937148622 |
prerana_bgr@rediffmail.com |
Tuesday 21st April 2026 |
R.N.I. Regd No. ODIODI/2010/46693
Breaking News
20-Jun-2022
ବୌଦ୍ଧ (ଅକୃର ସାହୁ) ବୌଦ୍ଧ ଜିଲ୍ଲାର ବରିଷ୍ଠ ନାଗରିକ ମାନଙ୍କ ନିମନ୍ତେ ଏକ ଭ୍ରାମ୍ୟମାନ ସ୍ୱାସ୍ଥ୍ୟ ୟୁନିଟ ର ଶୁଭାରମ୍ଭ ହୋଇଯାଇଛି ।ଏହି ଅବସରରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ସବୁଜ ପତାକା ଦେଖାଇ ଏହି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଆରଖି ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଅଶ୍ୱିନୀ
କୁମାର ମେହେର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାହାରି,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କଂହର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସରସୀ
ପଣ୍ଡା, ସିଡିପିଓ ମିନତୀ ଦେଉ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତ।କାନ୍ତି ବଳିଆରସିଂ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ରେ ବିଶ୍ଵଯିବନ ସେବା ସଂଘର କର୍ମକର୍ତ୍ତା ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟର ସତ୍ୟବ୍ରତ ସାହୁ, ମିଥିଲେସ ସାହୁ ରଞ୍ଜିତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।