-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବୌଦ୍ଧଜିଲ୍ଲାର ବିଭିନ୍ନ ସ୍ଥାନରେ ମହାସମାରୋହରେ ଅଷ୍ଟମ ଆର୍ନ୍ତଜାତୀୟ ଯୋଗଦିବସ

21-Jun-2022



ବୌଦ୍ଧ - ସମଗ୍ର ବିଶ୍ୱରେ ଅଷ୍ଟମ ବିଶ୍ୱ ଯୋଗ ଦିବସ ପାଳନ କରିବା ପାଇଁ ଆୟୋଜିତ ହୋଇଥିବା ବେଳେ ବୌଦ୍ଧଜିଲ୍ଲା ବିଭିନ୍ନ ସ୍ଥାନରେ ମହା ମହାସମାରୋହରେ ଆୟୋଜିତ ହୋଇଯାଇଛି ।  ବୌଦ୍ଧ ଟାଉନହଲ ପରିସରରେ ରହିଥିବା ଭିକାରୀ ମଣ୍ଡପ ଠାର ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଅଧିନରେ ଥିବା ନେହେରୁ ଯୁବକେନ୍ଦ୍ର ଓ ଭାରତ ସ୍ୱାଭିମାନ

ଟ୍ରଷ୍ଟ ଏବଂ ଜିଲ୍ଲାର ସମସ୍ତ ସାମାଜିକ ଓ ଆଧ୍ୟାତ୍ମୀକ ଅନୁଷ୍ଠାନମାନଙ୍କୁ ନେଇ ମିଳିତ ଭାବେ ଆୟୋଜନ କରାଯାଇଥିଲା । ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ବବିତାରାଣୀ ଦଳବେହେରା ଯୋଗଦାନ କରି ପ୍ରଦିପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ଏନ୍‌,ଓ୍ୟାଇ.କେ. ଅଧିକାରୀ ନବନୀତ କୁମାର, ସୁଚନା ଓ ଲୋକ ସଂପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହ, ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ, ଅବସରପ୍ରାପ୍ତ ପ୍ରଶାସନୀକ ଅଧିକାରୀ ବିପ୍ର ଚରଣ ମହାନ୍ତି, ଅବସର ପ୍ରାପ୍ତ ଅଧ୍ୟକ୍ଷ ଡମ୍ବରୁ ଭୋଇ, ଅବସର ପ୍ରାପ୍ତ ବ୍ୟାଙ୍କ ଅଧିକାରୀ ସୂର୍ଯ୍ୟକାନ୍ତ ଦଳବେହେରା, ସଂଘ ପରିବାରର ଲକ୍ଷ୍ମଣ ଭାଇ ପ୍ରମୁଖ ଯୋଗଦାନ କରିଥିଲେ । ଏହି ଶିବିରରେ ଯୋଗ ଶିକ୍ଷକ ସୁଶାନ୍ତ କୁମାର ମହାପାତ୍ର, ଶିକ୍ଷକ ପଦ୍ମଚରଣ ମେହେର ଯୋଗାଭ୍ୟାସ କରାଇଥିବା ବେଳେ ମୁଖ୍ୟ ଯୋଗ ଶିକ୍ଷକ ଭାରତ ସ୍ୱାଭିମାନ ଟ୍ରଷ୍ଟର ଜିଲ୍ଲା ପ୍ରଭାରୀ ଦେବାଶିଷ ପୁରୋହିତ ସଂଯୋଜନା କରିଥିଲେ । ଏହି ଶିବିରରେ ବୌଦ୍ଧଜିଲ୍ଲାର ବୁଦ୍ଧିଜିବୀ, ଛାତ୍ରଛାତ୍ରୀ ଏବଂ ଯୋଗ ମହୋତ୍ସବ ସମିତି, ପତଂଜଳି ଯୋଗ ସମିତି, ଗାୟତ୍ରୀ ପରିବାର, ସଂଘ ପରିବାର, ମାରଓ୍ୟାଡି ଯୁବା ମଂଚ, ଭୈରବୀ କ୍ଲବ, ୟୁଥ୍ ରେଡକ୍ରସ, ବୌଦ୍ଧ ତାଇକୋଣ୍ଡୁ ଆସୋସିଏସନ ର ସଦସ୍ୟ ଓ କର୍ମକର୍ତାମାନେ ଯୋଗଦାନ କରିଥିଲେ । ବୌଦ୍ଧ ଜିଲ୍ଲା କୋର୍ଟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ପତଂଜଳି ଯୋଗ ସମିତିର ଜିଲ୍ଲା ପ୍ରଭାରୀ ହୃଷିକେଶ ପ୍ରଧାନ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦେବାଶିଷ ପୁରୋହିତ, ସୁଶାନ୍ତ ମହାପାତ୍ର ଓ ଦିଲ୍ଲୀପ କୁମାର ଚୌଧୁରୀ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଯୋଗାଭ୍ୟାସ କରାଇଥିଲେ । ଶିଳ୍ପ ତାଲିମ କେନ୍ଦ୍ର ଠାରେ ଅନୁଷ୍ଠିତ ଯୋଗ କାର୍ଯ୍ୟକ୍ରମରେ ଯୋଗ ଶିକ୍ଷକ ନଟବର ଅଗ୍ରଓ୍ୟାଲା ଯୋଗ ପ୍ରଶିକ୍ଷଣ ଅଭ୍ୟାସ କରାଇଥିଲେ ।

ଦିବ୍ୟ ଜୀବନ ସଂଘ ପରିସରରେ ଯୋଗ ଓ ବୁଦ୍ଧଂ ଅନୁଷ୍ଠାନ ତରଫରୁ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଆରକ୍ôଷ ଅଧିକ୍ଷକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ମନରଞ୍ଜନ ମହାପାତ୍ର ଓ ସୁବାସ ଭୋଇ ଯୋଗାଭ୍ୟାସ କରାଇଥିଲେ । ବରିଷ୍ଠ ନାଗରିକମାନଙ୍କ ତରଫରୁ ଖେଳପଡିଆ ଠାରେ ଅନୁଷ୍ଠିତ ଶିବିରରେ ସଂପାଦକ ଅକ୍ଷୟ କୁମାର ମହାନ୍ତି ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ମହିଳା ପତଂଜଳି ଯୋଗ ସମିତି ତରଫରୁ ଆୟୋଜିତ ବିଶ୍ୱ ଯୋଗ ଦିବସ କାର୍ଯ୍ୟକ୍ରମରେ ସଂପାଦିକା ଯୋଗ ଶିକ୍ଷୟତ୍ରୀ ରଂଜିତା ମିଶ୍ର ମହିଳା ଓ ଛାତ୍ରୀମାନଙ୍କୁ ପ୍ରୋଟକଲ ଯୋଗ ତାଲିମ ପ୍ରଦାନ କରିଥିଲେ । ବୌଦ୍ଧଜିଲ୍ଲାର ବିଭିନ୍ନ ସ୍ଥାନରେ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଆର୍ନ୍ତଜାତୀୟ ଯୋଗ ଦିବସକୁ ମହାସମାରୋହରେ ପାଳନ କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like