-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ମାନ୍ୟବର ମନ୍ତ୍ରୀ ଜଙ୍ଗଲ ଓ ପରିବେଶ ସୁରକ୍ଷା, ପଞ୍ଚାୟତିରାଜ ଓ ପାନିୟ ଜଳ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରଦୀପ କୁମାର ଅମାତଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

28-Jun-2022



ସୁବର୍ଣ୍ଣପୁର/ମାନ୍ୟବର ମନ୍ତ୍ରୀ ଜଙ୍ଗଲ ଓ ପରିବେଶ ସୁରକ୍ଷା, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ରେ ଆସି ଜିଲ୍ଲାର ଉଲୁଣ୍ଡା ବ୍ଲକ ରେ କାର୍ଯ୍ୟକାରୀ ବିଭିନ୍ନ କାର୍ଯ୍ୟ ର ପରିଦର୍ଶନ କରିବା ସହିତ ବ୍ଲକ ସ୍ତରରେ ଓ ଜିଲ୍ଲା ସ୍ତରରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦାନ କରିଥିଲେ। ମାନ୍ୟବର ମନ୍ତ୍ରୀ ଏହି ଗସ୍ତ କାର୍ଯ୍ୟକ୍ରମ ଅବସରରେ ଉଲୁଣ୍ଡା ବ୍ଲକ ସ୍ଥିତ ତେଲେଣ୍ଡା ମା ରାମଚଣ୍ଡୀ ମନ୍ଦିର ଦର୍ଶନ କରିବା ସହିତ ନିମ୍ନା ପଞ୍ଚାୟତ, ୟୁପିସ୍କୁଲ ଏବଂ ବିଶିପଡା ୫ଟି ସ୍କୁଲ ପରିଦର୍ଶନ କରିଥିଲେ।  ପରେ ଉଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ  ପଞ୍ଚାୟତ ସମିତି ସଭା ଗ୍ରୁହରେ ବ୍ଲକ ଅଧ୍ଯକ୍ଷା ଶାନ୍ତିଲତା ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ଯୋଗଦାନ କରି ଜିଲ୍ଲାର ଜଙ୍ଗଳ ସୁରକ୍ଷା ଓ ବଣିକରଣ ଏବଂ ପଞ୍ଚାୟତର ପାଣ୍ଠିର ସୁବିନିଯୋଗ କରିବା ଉପରେ ପରାମର୍ଶ ଦେଇ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l ପଞ୍ଚାୟତ ସ୍ତରରେ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ସମସ୍ତ ଯୋଜନା ର ବ୍ୟବସ୍ଥିତ ଓ ସଫଳ କାର୍ଯ୍ୟକାରୀତା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି ।ବୈଠକରେ ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ ଭୋଇ,  ଜିଲାପରିଷଦ ଉପାଧ୍ୟକ୍ଷ ତଥା ଜୋନ-୨ ଜିଲ୍ଲା ପରିଷଦସଦସ୍ୟ ଶ୍ରୀ ଝସକେତନ ବଘାର,ଜୋନ -୧ ଜିଲ୍ଲା ପରିଷଦ ବିଜୟଲକ୍ଷ୍ମୀ ତରାଇ, ଉଲୁଣ୍ଡା ବିଡିଓ ହେମସାଗର ଭୋଇ, ଉଲୁଣ୍ଡା ବ୍ଲକ ଉପାଧକ୍ଷ ସଂଜୀବ ଦେହେରି, ବୀରମହାରାଜପୁର ବ୍ଲକ ଅଧ୍ଯକ୍ଷା ଶାନ୍ତି ଲୁହା ପ୍ରମୁଖ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଉଲୁଣ୍ଡା ବ୍ଲକର ସମସ୍ତ ସରପଂଚ, ସମିତିସଭ୍ୟ ଓ ସମିତିସଭ୍ଯା ବ୍ଲକରେ କାର୍ଯ୍ଯରତ ଥିବା ସମସ୍ତ ଅଧିକାରୀ ପ୍ରମୁଖ ସାମିଲ ହୋଇଥିଲେ।ସେହିପରି ଅପରାହ୍ନ ରେ ମାନ୍ୟବର ମନ୍ତ୍ରୀ ଜିଲାପାଳ ସୁବର୍ଣ୍ଣପୁର ଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ବିଭାଗୀୟ ସମୀକ୍ଷା ବୈଠକରେ ଯୋଗ ଦେଇ ପଞ୍ଚାୟତି ରାଜ, ପାନୀୟ ଜଳ ଓ ଜଙ୍ଗଲ ବିଭାଗ କାର୍ଯ୍ୟ ର ସମୀକ୍ଷା କରିଥିଲେ l ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅମାତ ଜଙ୍ଗଲ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଯୋଜନା ର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ l ସେହିପରି ପଞ୍ଚାୟତିରାଜ ବିଭାଗ ତରଫରୁ କାର୍ଯ୍ୟକାରୀ ହେଉଥିବା ଏମ ଜି ଏନ ଆର ଇ ଜି ଏସ, ରୁରାଲ ହାଉସିଂ, ଓଡିଶା ଜୀବିକା ମିଶନ, ଆମ ଗାଁ ଆମ ବିକାଶ, ମିଶନ ଶକ୍ତି ଗୃହ, ଏସ ସି ଏଫ ଓ ସି ଏଫ ସି, ତଥା ଗ୍ରାମିଣ ବିଦ୍ୟୁତ ପ୍ରଭୁତି ଯୋଜନାର କାର୍ଯ୍ୟକାରିତା ର ବିଶେଷ ତଥ୍ୟ କୁ ଡି ଆର ଡି ଏ ପ୍ରକଳ୍ପ ନିର୍ଦେଶକ ଶ୍ରୀ ନିହାର ରଞ୍ଜନ କଁହର ବୈଠକରେ ଉପସ୍ଥାପନ କରିଥିଲେ l ମାନ୍ୟବର ମନ୍ତ୍ରୀ ଜିଲ୍ଲାରେ କାର୍ଯ୍ୟକାରୀ କରାଯାଉଥିବା ବିଭାଗୀୟ ଯୋଜନା ଗୁଡିକୁ ତ୍ୱରାନ୍ୱିତ କରିବା ସହିତ ଓଡିଶା ଜୀବିକା ମିଶନ ର କାର୍ଯ୍ୟକାରିତା କୁ ଗୁରୁତ୍ୱାରୋପ ପୂର୍ବକ ଲୋକାଭିମୁଖୀ କରିବାକୁ ପରାମର୍ଶ ଦେଇଛନ୍ତି l ବୈଠକରେ  ଜିଲ୍ଲା ବନ ଖଣ୍ଡ ଅଧିକାରୀ ନୀତିଶ କୁମାର, ଆର ଡବ୍ଲୁ ଏସ ଏସ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଭୁ ପ୍ରସାଦ ପଣ୍ଡା,ଏ ସି ଏଫ ପ୍ରଫୁଲ ଧରୁଆ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଓ ଜ଼ିଲ୍ଲା ର ସମସ୍ତ ବି ଡି ଓ, ସମସ୍ତ ତହସିଲଦାର, ତଥା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like