-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ସଡ଼କ ସୁରକ୍ଷା କମିଟିର ନିଷ୍ପତ୍ତି ପ୍ରତ୍ୟେକ ଶନି ଓ ରବିବାର ଦିନ ହେବ ଶତ ପ୍ରତିଶତ ହେଲମେଟ ଦିବସ

05-Jul-2022



ସୁବର୍ଣ୍ଣପୁର, ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ପାଇଁ ଗତ ଜୁନ 0୧ ତାରିଖ ଠାରୁ ସୁବର୍ଣ୍ଣପୁର ଜିଲ୍ଲାରେ ନୋ ହେଲମେଟ ନୋ ପେଟ୍ରୋଲ କଡାକଡି ଭାବେ କାର୍ଯ୍ୟକାରୀ କରାଯାଉଛି l ତେବେ ଏହି ଧାରାକୁ ବଜାୟ ରଖିବା ସହ ଗାଡିଚାଳନା ସମୟରେ ହେଲମେଟ ପିନ୍ଧିବା ଅଭ୍ୟାସକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟ ରେ ସବୁ ବର୍ଗଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଚଳିତ ମାସ ଠାରୁ ପ୍ରତ୍ୟେକ ଶନିବାର ଓ ରବିବାର ଉଭୟ ଦିନକୁ ସମଗ୍ର ଜିଲ୍ଲାରେ ଶତ ପ୍ରତିଶତ ହେଲମେଟ ଦିବସ ଭାବରେ ପାଳନ କରିବାକୁ ଆଜି ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ରେ ନିଷ୍ପତ୍ତି ଗ୍ରହଣ କରାଯାଇଛି l ଏହି ଉଭୟ ଦିନ ରାସ୍ତାରେ ଯାଉଥିବା ପ୍ରତ୍ୟେକ ବାଇକ ଚାଳକ ଓ ପଛରେ ବସିଥିବା ବ୍ୟକ୍ତି ସ୍ୱଇଚ୍ଛାରେ ହେଲମେଟ ପିନ୍ଧି ଗାଡିଚାଳନା କରିବାକୁ କୁହାଯାଇଛି l ପୂର୍ତ୍ତ ବିଭାଗ ପକ୍ଷରୁ ଆୟୋଜିତ ଏହି ବୈଠକରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ଅଧ୍ୟକ୍ଷା ତଥା ଜିଲ୍ଲାପାଳ ଶ୍ରୀମତୀ ଆବୋଲି ସୁନୀଲ ନରୱାଣେ ଅଧ୍ୟକ୍ଷତା କରି ଚଳିତ ମାସ ତୃତୀୟ ଶନିବାର ଠାରୁ ଏହି ବ୍ୟବସ୍ଥା ଜିଲ୍ଲାରେ ଲାଗୁ କରିବାକୁ ପରାମର୍ଶ ଦେଇଛନ୍ତି ଏପରିକି ଏଥିପାଇଁ ପୂର୍ବରୁ ବିଭିନ୍ନ ସ୍ବେଛାସେବୀ ସଂଗଠନ ,ବୁଦ୍ଧିଜୀବୀ,ନାଗରିକ, ବିଭିନ୍ନ ଗୋଷ୍ଠୀ,ଶିକ୍ଷା ବିଭାଗ, ପରିବହନ ବିଭାଗ ଓ ପୋଲିସ ମଧ୍ୟରେ ସମନ୍ୱୟ ବୈଠକ କରି ଏ ସମ୍ପର୍କ ରେ ଆହୁରି ବିସ୍ତୃତ ଆଲୋଚନା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l ତେବେ ଏହି ବ୍ୟବସ୍ଥା ସମଗ୍ର ଜିଲ୍ଲାର ସହରାଞ୍ଚଳ ଓ ବ୍ଲକ ସଦର ମହକୁମା ଅଂଚଳରେ ଏକକାଳୀନ ବ୍ୟାପକ ଭାବେ ଅନୁଷ୍ଠିତ କରିବାକୁ ବୈଠକ ରେ ନିଷ୍ପତ୍ତି ଗ୍ରହଣ କରାଯାଇଛି l ଏହି ବୈଠକ ରେ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗ ଦେଇ ଜିଲ୍ଲାରେ ଦୁର୍ଘଟଣା ତଥା ଦୁର୍ଘଟଣା ଜନିତ ମୃତ୍ୟୁ ରୋକିବା ପାଇଁ ଜିଲ୍ଲାର ପ୍ରତ୍ୟେକ ଥାନା ଅଂଚଳରେ ଗାଡିମୋଟର ଯାଞ୍ଚ କରାଯିବା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଥିବା ସୂଚନା ଦେଇଥିଲେ l ଏହା ବ୍ୟତୀତ ନିଶାଶକ୍ତ ଅବସ୍ଥାରେ ଗାଡିଚାଳନା, ବିନା ସିଟ ବେଲ୍ଟ ରେ ଗାଡିଚାଳନା, ବାଇକ ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲମେଟ ପିନ୍ଧିବା, ଉଚିତ ସ୍ଥାନରେ ଗାଡିପା ର୍କିଙ୍ଗ  ସହ ଗାଡିଚାଳନା ପ୍ରମାଣପତ୍ର ପ୍ରମାଣ ପତ୍ର ଓ ବୀମା ସୁନିଶ୍ଚିତ କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରି ପୋଲିସ ଏ ଦିଗରେ କଡା ପଦକ୍ଷେପ ଗ୍ରହଣ କରୁଥିବା ସୂଚନା ଦେଇଥିଲେ l ଆରମ୍ଭ ରେ ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଦାମୋଦର କୈବର୍ତ୍ତ ସ୍ୱାଗତ ଭାଷଣ ପ୍ରଦାନ କରି ବୈଠକ ର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ l ଏଥିରେ ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ଶିବାଶିଷ ସାହୁ ଜିଲ୍ଲା ରେ ମୋଟର ଯାନ ଆଇନ ଉଲଂଘନ ସମ୍ପର୍କିତ ସୂଚନା ପ୍ରଦାନ କରି ଗତ ୨0୨୧ ଜାନୁଆରୀ ରୁ ବିଭିନ୍ନ ପର୍ଯ୍ୟାୟ ରେ ସଡ଼କ ଦୁର୍ଘଟଣା ଓ ଦୁର୍ଘଟଣା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ l ରେ ୩୬ ଜଣଙ୍କ ପ୍ରଣହାନୀ ହୋଇଥିବା l କିନ୍ତୁ ଚଳିତ ବର୍ଷ ଏହି ସମୟ ମଧ୍ୟରେ ୭୫ ଦୁର୍ଘଟଣା ଘଟିଥିବା ବେଳେ ସର୍ବାଧିକ ୪୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଥିଲା l ସେହିପରି ଜିଲ୍ଲା ରେ ଆବଶ୍ୟକତା ଠାରୁ ଅଧିକ ବେଗରେ ଯାତାଯାତ କରୁଥିବା ଯାନ ବିରୋଧରେ ୨0୩ ମାମଲା ରୁଜୁ ହୋଇଥିବା ବେଳେ ଗତ ମଇ ଓ ଜୁନ ମାସରେ ପୋଲିସ ବିଭାଗ ୭୭ ଓ ପରିବହନ ବିଭାଗ ୪୩ ନିଶାଶକ୍ତ ଗାଡିଚାଳକଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିବା ସୂଚନା ଦେଇଥିଲେ l ଜାନୁଆରୀ ରୁ ଜୁନ ମଧ୍ୟରେ ୩୧୭୩ ଟି ବିଭିନ୍ନ ମୋଟର ଯାନ ଆଇନ ଉଲଂଘନ କାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ ୭୩୬ ଜଣଙ୍କ ଗାଡିଚାଳନା ପ୍ରମାଣ ପତ୍ର ରଦ୍ଧ କରାଯାଇଛି l ଏଥିରେ ବିନା ହେଲମେଟ ରେ ଗାଡିଚାଳନା କରୁଥିବା ସର୍ବାଧିକ ୪୯୨ ଗାଡିଚାଳକ ଥିବା ବେଳେ ଦ୍ରୁତ ଗତି ରେ ଯାଉଥିବା ୨0୮ଜଣ ଗାଡିଚାଳନା ବେଳେ ମୋବାଇଲ ବ୍ୟବହାର କରୁଥିବା ୩୬, ନିଶାଶକ୍ତ ଅବସ୍ଥାରେ ଗାଡିଚାଳନା କରୁଥିବା ୫୨ ଜଣଙ୍କ ଗାଡିଚାଳନା ପ୍ରମାଣପତ୍ର ରଦ୍ଧ କରାଯାଇଥିବା ସୂଚନା ଦିଆଯାଇଥିଲା l ଏହି ବୈଠକରେ କମିଟି ସଦସ୍ୟ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,ପୁରୁଷୋତ୍ତମ ପାଣିଗ୍ରାହୀ,  ରେଆର ସାଧାରଣ ସମ୍ପାଦକ  ଅନଙ୍ଗ ନେଗୀ,ସାମ୍ବାଦିକ ସ୍ୱାଧୀନ କୁମାର ମେହେର, ମୃତ୍ୟୁଞ୍ଜୟ ଶତପଥୀ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ,ତଥା ପରିବହନ ବିଭାଗ କର୍ମଚାରୀ ସହ ସଦସ୍ୟ ସଦସ୍ୟା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like