-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ରାଜ୍ୟ

ବଲାଙ୍ଗିର ଚାନ୍ଦ ମନ୍ଦିରରେ ଶ୍ରୀ ଶ୍ରୀ ଜଗନ୍ନାଥଙ୍କ ସୁନାବେଶ

10-Jul-2022



ବଲାଙ୍ଗିର,ସକଳ ରୂପ ଅରୁପର ଆଧାର, ବେଶ ବହୁଳ ଓ ବିଭିନ୍ନତାର ପରିପୂର୍ଣ୍ଣ ଜଗତର ନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପ୍ରସିଦ୍ଧ ସୁନାବେଶ ରବିବାର ଦିନ ସ୍ଥାନୀୟ ଟିକ୍ରାପଡା ଠାରେ ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିର ରେ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଆଷାଢ ଶୁକ୍ଳ ବଡ ଏକାଦଶୀ ଦିନ ଅନୁଷ୍ଠିତ ହୋଇଥିବା ଏହି ବେଶକୁ ବଡ ତଡଉ ବା ରାଜ ରାଜେଶ୍ୱର ବେଶ ମଧ୍ୟ କୁହାଯାଏ । ଏହି ଜାତିର ଅଧିଶ୍ୱର ଭାବରେ ଓ ସକଳ ଐଶ୍ୱର୍ଯ୍ୟର ଅଧିକାରୀ ଭାବେ ଶ୍ରୀ ଜୀଉ ସୁବର୍ଣ୍ଣ ଅଳଙ୍କାର ଧାରଣ କରିଥାନ୍ତି । ବେଶ ହେଉଛି ଏକ ବିଶେଷ ମାନସିକତା, ଭାବବସ୍ଥା ତଥା ପ୍ରକୃତିର ପ୍ରତିଫଳନ । ଶ୍ରୀ ଜଗନ୍ନାଥଙ୍କର ୨୪ଟି ବେଶ ମଧ୍ୟରୁ ସର୍ବଶ୍ରେଷ୍ଠ ଏହି ସୁନାବେଶ ର ମହାତ୍ମ୍ୟ ଗାନ କରିବା ଅସମ୍ଭବ । ତେବେ  ଏହି ବେଶରେ ଜଗନ୍ନାଥଙ୍କୁ ଦର୍ଶନ କଲେ କୋଟି ତିର୍ଥ ପୁନ୍ୟଫଳ ମିଳିବା ସହିତ ସମସ୍ତ ପାତକ ନାଶ ଯାଇ ମୋକ୍ଷ ପ୍ରାପ୍ତ ମିଳେ ବୋଲି ବିଶ୍ୱାସ ରହିଛି । ସେଥି ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ, ଭକ୍ତ, ଦର୍ଶକମାନେ ସନ୍ଧ୍ୟା ଘ.୪ ପରେ ଚାନ୍ଦ ମନ୍ଦିରକୁ ଯାଇ ରାତ୍ରିର ବିଳମ୍ବିତ ପ୍ରହର ପର୍ଯ୍ୟନ୍ତ ଶ୍ରୀ ଜୀଉଙ୍କ ସୁବାବେଶ ଦର୍ଶନ କରି ଅପାର ଆନନ୍ଦ ଲାଭ କରିଥିଲ । ସୁନାବେଶ ଉପଲକ୍ଷେ ଚାନ୍ଦ ମନ୍ଦିର ରଥ କମିଟି ପକ୍ଷରୁ ଜିଲ୍ଲାର ପ୍ରତିଷ୍ଠିତ ସାଂସ୍କୃତିକ ଅନୁଷ୍ଠାନ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ର ଭଜନ କାର୍ଯ୍ୟକ୍ରମ ସମବେଶ ଭକ୍ତିପ୍ରାଣ ଦର୍ଶକ ମଣ୍ଡଳୀକୁ ସେଠାରେ ବାନ୍ଧି ରଖିବାରେ ବିଶେଷ ସହାୟକ ହୋଇ ପରିବେଶକୁ ଆହୁରି ମନ୍ତ୍ରମୁଗ୍ଧ କରିଦେଇଥିଲା । ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ନୁଆଁପଡା ର ବରିଷ୍ଠ ତଥା ପ୍ରତିଷ୍ଠାତା ଧନେଶ୍ୱର ଦାସ  ନିର୍ଦ୍ଦେଶନାରେ କଳାକାରମାନେ ମହାପ୍ରଭୁ ଜଗନ୍ନାଥଙ୍କର ଭଜନ ପରିବେଷଣ କରିଥିଲେ । ମହାପ୍ରଭୁଙ୍କୁ ସୁନାବେଶରେ ସଜାଇ ଥିଲେ ନିମାଇ ଚରଣ ହାତୀ, ସତ୍ୟନାରାୟଣ ଶତପଥୀ, ଦ୍ୱିଜରାମ ମିଶ୍ର । ପରିଶେଷରେ ରଥ କମିଟି ସଭାପତି ପ୍ରଦୀପ ନନ୍ଦ ସମବେତ ଭକ୍ତ ବ୍ରଜ ତ୍ରିପାଠୀ, କୃଷ୍ଣ ରଥ, ରଞ୍ଜିତ ପଣ୍ଡା, ଅଶୋକ ଚାନ୍ଦ, ମହେନ୍ଦ୍ର ବାଗ, ପଦ୍ମଲୋଚନ ଯୋଷୀ, ସୁଧିର ଚାନ୍ଦ, ରାଜ କୁମାର ମିଶ୍ର, ଅନିଲ ଠାକୁର, ଅଶୋକ ଚାନ୍ଦ, ଛାୟାକାନ୍ତ ସାହୁ, ରାଜିବ ମିଶ୍ର, ସୁଧିର ତ୍ରିପାଠି, ଜଗନ୍ନାଥ ମନ୍ଦିରର ପୂଜକ କୃଷ୍ଣଚନ୍ଦ୍ର ମିଶ୍ର ତଥା ରାମ ମନ୍ଦିର ପୂଜା କମିଟିର କର୍ମକର୍ତ୍ତାଙ୍କ ଅକୁଣ୍ଠ ସହଯୋଗ ପାଇଁ କୃତଜ୍ଞତା ଜ୍ଞାପନ କରି ଆଗାମୀ ଦିନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like