-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ବଡମାଳ ଠାରେ ବିଦ୍ୟୁତ ମହୋତ୍ସବ ପାଳିତ

29-Jul-2022



,ବଲାଙ୍ଗିର : ଆଜାଦି କା ଅମୃତ ମହୋତ୍ସବ ଅନ୍ତର୍ଗତ ଉଜ୍ୱଳ ଭାରତ ଉଜ୍ୱଳ ଭବିଷ୍ୟତ ପାୱାର ଆଟ୍‌ ଦ ରେଟ୍‌ ୨୦୪୭ ପାଳନ ଉପଲକ୍ଷେ ବଡ଼ମାଲ ସ୍ଥିତ ଅଫିସର୍ସ କ୍ଲବଠାରେ ବିଦ୍ୟୁତ ମହୋତ୍ସବ ପାଳିତ ହୋଇଯାଇଛି । ପାୱାର ଗ୍ରୀଡ କର୍ପୋରେସନ, ଓପିଟିସିଏଲ୍‌ ଓ ଟାଟା ପାୱାର ୱେର୍ଷ୍ଟନ ଓଡିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ ଦ୍ୱାରା ବଲାଙ୍ଗିର ଜିଲ୍ଲା ପ୍ରଶାସନର ସହଯୋଗରେ ଏହି ବିଜୁଳି ମହୋତ୍ସବ ପାଳନ କରାଯାଇଛି । ମହୋତ୍ସବରେ ବଡ଼ମାଲ ଗୋଳାବାରୁଦ କାରଖାନାର ସାଧାରଣ ପରିଚାଳକ ପ୍ରଦୀପ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ଓପିଟିସିଏଲ୍‌ର କାର୍ୟ୍ୟନିର୍ବାହୀ ନିର୍ଦେଶକ ସୁଦୀପ୍ତସେନ ଗୁପ୍ତା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପାୱାର ଗ୍ରୀଡ଼ ଜିଏମ୍‌ ସୁରେଶ କିଶାନ, ଓପିଟିସିଲ ଡିିଜିଏମ୍‌ ପ୍ରଦୀପ କୁମାର ସାହୁ ଓ ଓପିଟିସିଏଲ୍‌ର ଏସ୍‌ଇ ରଂଜନ କୁମାର ନାୟକ ମଂଚାସୀନ ଥିଲେ । ଅତିଥିମାନେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ମହୋତ୍ସବର ଶୁଭାରମ୍ଭ କରିଥିଲେ । ମହୋତ୍ସବରେ ଉଦ୍‌ବୋଧନ ଦେଇ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସିଂ ଲାଗୁରୀ ଶକ୍ତି ସଂଚୟ କ୍ଷେତ୍ରରେ ଜନ ସାଧାରଣଙ୍କୁ ସଚେତନ କରିବା ଏହି ମହୋତ୍ସବ ଆୟୋଜନର ଉଦ୍ଦେଶ୍ୟ ବୋଲି ପ୍ରକାଶ କରିଥିଲେ । ଅନ୍ୟତମ ଅତିଥି ଗୋଳାବାରୁଦ କାରଖାନାର ଜିଏମ୍‌ ଶ୍ରୀ ଦାଶ ଉଦ୍‌ବୋଧନ ଦେଇ ଶକ୍ତି କ୍ଷେତ୍ରରେ ଆସିଥିବା ପରିବର୍ତ୍ତନ ଉପରେ ଆଲୋକପାତ କରିଥିଲେ । ବରେଣ୍ୟ ଅତିଥି ଓପିଟିସିଏଲ୍‌ର କାର୍ୟ୍ୟନିର୍ବାହୀ ନିଦେଶକ ଶ୍ରୀ ଗୁପ୍ତା ମାନବ ଜୀବନରେ ବିଦ୍ୟୁତ୍‌ର ପ୍ରୟୋଜନୀୟତା ସଂପର୍କରେ ଆଲୋକପାତ କରିଥିଲେ ।  ବିଜୁଳି ମହୋତ୍ସବରେ ବିଦ୍ୟୁତ ଉପଭୋକ୍ତାମାନେ ବିଦ୍ୟୁତ୍‌ କ୍ଷେତ୍ରରେ ବିଭିନ୍ନ ଯୋଜନା ମାଧ୍ୟମରେ ହେଉଥିବା ପରିବର୍ତ୍ତନ ସମ୍ପର୍କରେ ନିଜ ଅନୁଭୂତି ବର୍ଣ୍ଣନା କରିଥିଲେ । ବିଦ୍ୟୁତ୍‌ ମହୋତ୍ସବ ପାଳନ ଉପଲକ୍ଷେ ଟ୍ରାନ୍‌ସମିସନ ଓ ବଣ୍ଟନ ବ୍ୟବସ୍ଥା ପ୍ରଣାଳୀ ଉପରେ ଓପିଟିସିଏଲ୍‌ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଚଳଚ୍ଚିତ୍ର ଏବଂ ଟାଟା ପାୱାର ୱେର୍ଷ୍ଟନ ଓଡିଶା ଲିମିଟେଡ୍‌ ପକ୍ଷରୁ ରାଜ୍ୟ ସରକାରଙ୍କ ଯୋଜନା, ବିଦ୍ୟୁତ ନିରାପତ୍ତା, ଶକ୍ତି ସଂରକ୍ଷଣ ଇତ୍ୟାଦି ସମ୍ପର୍କରେ ପ୍ରସ୍ତୁତ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏଥିସହିତ ରାଜ୍ୟ ସରକାରଙ୍କ ଶକ୍ତିି ବିଭାଗ ପକ୍ଷରୁ ଶକ୍ତି ସମ୍ପର୍କିତ ବିଭିନ୍ନ ଯୋଜନା ଉପରେ ନିର୍ମିତ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଓଡ଼ିଶୀ, କୁମ୍ଭାରୀର କଳାକାରମାନଙ୍କ ଦ୍ୱାରା ମହୋତ୍ସବରେ ନୁକ୍କଡ୍‌ ନାଟକ ଓ ବିଦ୍ୟୁତ ସମ୍ପର୍କିତ ସଚେତନତା ବାର୍ତ୍ତା ସମ୍ବଳିତ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ପାୱାର ଗ୍ରୀଡ୍‌ କର୍ପୋରେସନର ସାଧାରଣ ପରିଚାଳକ ସୁରେଶ କିସାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ୟ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ତଥା କବି ଆନନ୍ଦ ଚନ୍ଦ୍ର ସାହୁ ସଂଜୋଜନା କରିଥିଲେ । ଏହି ଉତ୍ସବରେ ପାୱାର ଗ୍ରୀର୍ଡ କର୍ପୋରେସନ୍‌ର ଯନ୍ତ୍ରୀ ବିରେନ୍ଦ୍ର କୁମାର ଦାସ, ପାୱାର୍‌ ଗ୍ରୀଡ଼୍‌ ଅଧିକାରୀ ତାରାଚନ୍ଦ ମେହେର, ଓପିଟିସିଏଲ ଅଧିକାରୀ ମୁକୁନ୍ଦ ମାଝୀ, ମିଲନ୍‌ ସାହୁ,  ଟିପିଡବ୍ଳୁୁଓଡିଏଲ୍‌ର ପ୍ରଶାସନିକ ଅଧୀକାରୀ ସଞ୍ଜିବ କୁମାର ଜେନା ସମେତ ବିଭିନ୍ନ ବିଭାଗର ଅଧିକାରୀ, ବିଦ୍ୟୁତ ବିଭାଗର ଅଧିକାରୀ ଓ କର୍ମଚାରୀ ଏବଂ ବିଭିନ୍ନ ଅଞ୍ଚଳରୁ ଆସିଥିବା ବିଦ୍ୟୁୁତ ଉପଭୋକ୍ତାମାନେ ଉପସ୍ଥିତ ଥିଲେ ।ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like