-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ସମାଜ ସାମାଜିକ ପରିବର୍ତ୍ତନ ପାଇଁ ସୁଯୋଗ୍ୟ ଛାତ୍ର ସୃଷ୍ଟିକରନ୍ତୁ - ଜିଲ୍ଲାପାଳ

06-Aug-2022



ନବରଙ୍ଗପୁର(ପ୍ରେରଣା ଖବର)  ଜିଲ୍ଲାରେ  ବାଲ୍ୟବିବାହ କୁ ରୋକିବା ନିମନ୍ତେ ଆଉ ପାଦେ ଆଗକୁ ଗଲା  ଜିଲ୍ଲା  ପ୍ରଶାସନ । ଅଧାରୁ  ପାଠ ଛାଡିଥିବା ସମସ୍ତ କିଶୋର କିଶୋରୀ ମାନଙ୍କୁ ବିଦ୍ୟାଳୟକୁ ଫେରାଇବା ସହିତ ବିଭିନ୍ନ ପ୍ରକାର ଧନ୍ଦାମୂଳକ ଶିକ୍ଷାରେ ସେମାନଙ୍କୁ ସାମିଲି କରିବାର ଅଭିଯାନ ଆରମ୍ଭ କରାଯାଇଛି । ଏହି ମର୍ମରେ ଆଜି ସ୍ଥାନୀୟ  ମିଶନ ଶକ୍ତି ସଭା ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତା ରେ  ଜିଲ୍ଲାର  ୫୦  ଜଣ ପ୍ରଧାନ ଶିକ୍ଷକ  ମାନଙ୍କୁ ନେଇ  ଏକ  ସାଧାରଣ ବୈଠକ   ଅନୁଷ୍ଠିତ ହୋଇଯାଇଛି । ବୈଠକ ରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଡଃ ମିଶ୍ର କହିଲେ  ଯେ  ଜିଲ୍ଲାରେ ପ୍ରତ୍ଯେକ ଶିଶୁ ମାନଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା  ପାଇଁ  ପ୍ରଶାସନ ର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ବାଲ୍ୟବିବାହ ସମସ୍ଯା ଟି  ସମାଜରେ ଅତିପୁରାତନ ।  ଶିକ୍ଷା ଓ  ସଚେତନ ଅଭାବରୁ  ପ୍ରଥା ପରମ୍ପରା ନାମରେ କିଶୋରୀ ବାଳିକା ମାନେ  ବିବାହ ବନ୍ଧନ ରେ  ବାନ୍ଧି ହୋଇ ଯାଉଛନ୍ତି । ଏଥି ପାଇଁ  ଶିକ୍ଷକ ସମାଜ କୁ ଏକ  ଗୁରୁ ଦାୟିତ୍ଵ ପ୍ରଦାନ କରାଯାଇଛି ।  ଶିକ୍ଷକ ସମାଜ ସାମାଜିକ  ପରିବର୍ତ୍ତନ  ପାଇଁ  ସୁଯୋଗ୍ୟ ଛାତ୍ର  ସୃଷ୍ଟିକରନ୍ତୁ ।  ଯେଉଁ ଛାତ୍ର ଛାତ୍ରୀ ମାନେ  ଆଗାମୀ ଦିନରେ ଏକ ସୁସ୍ଥ ସମାଜ ଗଠନର ବାହକ ସାଜି  ସମାଜରୁ ବାଲ୍ୟବିବାହ ପରି କୁସଂସ୍କାର କୁ ଦୂରେଇବାରେ ସହାୟକ ହୋଇପାରିବେ।  ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ  ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ ଜିଲ୍ଲାରେ ବାଲ୍ୟବିବାହ କୁ ରୋକିବା ନିମନ୍ତେ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି , ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ର ମିଳିତ ପ୍ରୟାସ ରେ ଏକ  ଯୋଜନାବଦ୍ଧ କାର୍ଯ୍ୟକ୍ରମ   ପ୍ରସ୍ତୁତି   କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେଇଥିଲେ । ଏଥି  ସହିତ ଅଧାରୁ  ପାଠ ଛାଡିଥିବା ସମସ୍ତ କିଶୋର କିଶୋରୀ ମାନଙ୍କୁ ବିଦ୍ୟାଳୟ କୁ ଫେରାଇବା ସହିତ ବିଭିନ୍ନ ପ୍ରକାର ଧନ୍ଦାମୂଳକ ଶିକ୍ଷାରେ ସେମାନଙ୍କୁ ସାମିଲି କରିବାର ପାଇଁ  ପରାମର୍ଶ ଦେଇଥିଲେ ।  ଜିଲ୍ଲା ଶିକ୍ଷା ଅଧିକାରୀ  ପ୍ରଦୀପ୍ତ କୁମାର ନାଗ  ପ୍ରତ୍ଯେକ ଶନିବାର ଦିନ ସମସ୍ତ ବିଦ୍ୟାଳୟ ରେ ବାଲ୍ୟବିବାହ ଓ ସ୍ୱାସ୍ଥ୍ୟ ଉପରେ  ଶିକ୍ଷା ଦାନ କରିବା ସହିତ,  ପ୍ରତି ମାସରେ ଗ୍ରାମ ପଞ୍ଚାୟତ ସ୍ତରରେ  ଶିକ୍ଷା ଦାନ ପାଇଁ  ଗଠନ କରାଯାଇ ଥିବା କାଉନସିଲ ର  ବୈଠକ କରାଇ ଅଭିଭାବକ ଓ ଛାତ୍ର ଛାତ୍ରୀ ମାନଙ୍କୁ  ଶିକ୍ଷା ର ଗୁରୁତ୍ଵ  ତଥା ବାଲ୍ୟବିବାହର  କୁପରିଣାମ ଉପରେ  ସଚେତନ କରାଇବା ପାଇଁ  ସମସ୍ତ ଶିକ୍ଷକ ମାନଙ୍କୁ ନିର୍ଦେଶ ଦେଇଛନ୍ତି । ପରେ ପରେ  ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ  ମାନଙ୍କର ସୁରକ୍ଷା  ଓ ବାଲ୍ୟ ବିବାହ ର 

ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା  ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ  ଉପରେ ବୈଠକରେ ଉପସ୍ଥାପନା କରିଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ  ଜିଲ୍ଲା କର୍ମ ନିୟୋଜନ କାର୍ଯ୍ୟ।ଳୟର  କାଉନସିଲର ଆଲୋକ ମହାପାତ୍ର, ଓରମାସ ର କାଉନସିଲର ଅମ୍ବିକା ରଥ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟିର ଲିଗାଲ ପ୍ରୋବେଶନ ଅଫିସର କିଶୋର ମର୍ଥା, ବ୍ଲକ ସଂଯୋଜକ  ଉତ୍ତମ କୁମାର ବିଶ୍ଵାଳ ,ସ୍ଵଚ୍ଛାସେବୀ  ଜଗନ କୁମାର ପାତ୍ର ,ମନୋରଞ୍ଜନ ବିଶୋଇ  ଓ  ପ୍ରଧାନ ଶିକ୍ଷକ  ମାନେ  ଆଲୋଚନାରେ ଭାଗନେଇ  ବାଲ୍ୟବବାହକୁ  ରୋକିବା ଓ ଅଧାରୁ  ପାଠ ଛାଡିଥିବା ସମସ୍ତ କିଶୋର କିଶୋରୀ ମାନଙ୍କୁ ବିଦ୍ୟାଳୟ କୁ ଫେରାଇବା ଉପରେ ନିଜର ମତା ମତ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like