-+91-9937148622 |
prerana_bgr@rediffmail.com |
Thursday 15th October 2026 |
R.N.I. Regd No. ODIODI/2010/46693
Breaking News
13-Aug-2022
ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ)- ବଲାଙ୍ଗୀର ଜିଲ୍ଲା ପ୍ରଶାସନଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା ଶୋଭାଯାତ୍ରା ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କ ସପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଶୋଭାଯାତ୍ରକୁ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଉଦ୍ଘାଟନ କରିଥିଲେ । ଏହି ଶୋଭାଯାତ୍ରାରେ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ । ଏହି ଅବସରରେ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀ ମାନେ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରିଥିଲେ । ଜିଲ୍ଲାକୁ ନିଶାମୁକ୍ତ କରିବା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନରେ ଶପଥ ନିଆଯାଇଥିଲା । ଏହି ବିଷୟ କୁ ନେଇ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ବକ୍ତୃତ ପ୍ରତିଯୋଗିତା ଆୟୋଜନ ପାଇଁ ସ୍ଥିର ହୋଇଛି ।