-+91-9937148622 |
prerana_bgr@rediffmail.com |
Wednesday 14th October 2026 |
R.N.I. Regd No. ODIODI/2010/46693
Breaking News
14-Aug-2022
ଆଗଲପୁର(ବିନୋଦ ଦୀପ)- ବଲାଙ୍ଗିର ଆଗଲପୁର ବ୍ଲକ ଅନ୍ତର୍ଗତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱାଧିନତା ର ୭୫ ବର୍ଷ ପୂର୍ତ୍ତି ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ତଥା ଜୁନିୟର ରେଡକ୍ରସ୍ ପରାମର୍ଶଦାତା ଦୁର୍ଯ୍ୟୋଧନ ପସାୟତ ଅଧ୍ୟକ୍ଷତା କରି ଛାତ୍ରଛାତ୍ରୀମାନଙ୍କୁ ‘ଆଜାଦୀ କା ଅମୃତ ମହୋତ୍ସବ’ ଓ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ବିଷୟରେ ଆଲୋକପାତ କରିଥିଲେ । ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଖଲିଆପାଲି ଗ୍ରାମର ପ୍ରତିଟି ଘରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ଉପସ୍ଥିତ ପରିଚାଳନା କମିଟି ସଭ୍ୟ/ସଭ୍ୟା ଓ ଗ୍ରାମବାସୀଙ୍କୁ ଆହ୍ୱାନ କରାଯିବା ସହିତ ଜାତୀୟ ପତାକା ବଣ୍ଟନ କରାଯାଇଥିଲା । ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟତ୍ରୀ ଶ୍ରୀମତୀ ସଙ୍ଗୀତା ସାହୁ, ଧିରେନ୍ଦ୍ର କୁମାର ସାହୁ, ସନ୍ତୋଷ କୁମାର ପାଇକଚନ୍ଦନ, କମିଟି ସଭାପତି ରାଧେଶ୍ୟାମ କରନ ଓ ୱାର୍ଡ ସଭ୍ୟ ବିଘ୍ନେଶ୍ୱର କୁମ୍ଭାର ପ୍ରମୁଖ ସହଯୋଗ କରିଥିଲେ ।