-+91-9937148622 |
prerana_bgr@rediffmail.com |
Tuesday 13th October 2026 |
R.N.I. Regd No. ODIODI/2010/46693
Breaking News
15-Aug-2022
ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ) - ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଭାଲେର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପବିତ୍ର ମୋହନ ଗୁରୁ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ନାଏକ ଜାତୀୟ ପତାକା ଉତ୍ତୋଳନ କରି ଛାତ୍ର ଛାତ୍ରୀଙ୍କୁ ଉଦ୍ବୋଧନ ଦେଇଥିଲେ । ଆଜାଦୀ କି ଅମୃତ ମହୋତ୍ସବ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଥିଲେ । ବିଦ୍ୟାଳୟର ଖେଳ ଶିକ୍ଷକ ରାଜ କୁମାର ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ପରିଚାଳନା କମିଟି ସଭାପତି ବିଶେଶ୍ୱର ନାଏକ ତଥା ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।