-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ୭୬ ତମ ସ୍ଵାଧୀନତା ଦିବସ ପାଳିତ, ଉଚ୍ଚଶିକ୍ଷା ମନ୍ତ୍ରୀ ଜିଲ୍ଲାର ସଂସ୍କୃତି ଓ ପରମ୍ପରା କୁ ଭୂୟସୀ ପ୍ରଶଂସା କଲେ

16-Aug-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଗତକାଲି ସୁବର୍ଣ୍ଣପୁରରେ ହର୍ଷୋଲ୍ଲାସର ସହିତ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି I ଆଜିକାର  ଜିଲ୍ଲା ସ୍ତରୀୟ ଉତ୍ସବର ମୁଖ୍ୟଅତିଥି ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଝାରୀ ରିଜର୍ଭ ପୋଲିସ୍ ପଡିଆରେ ଦେଶର ଗର୍ବ ଓ ଗୌରବର ଜାତୀୟ ପତାକା ଉତ୍ତୋଳନ ପୂର୍ବକ ଅଭିବାଦନ ଗ୍ରହଣ କରି ଜିଲ୍ଲାବାସୀଙ୍କ ଉଦେଶ୍ୟରେ  

ସମ୍ବୋଧନ କରିଥିଲେ l ସେ ତାଙ୍କ ବକ୍ତବ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ଇତିହାସ , ସଂସ୍କୃତିର ଭୂୟସୀ ପ୍ରଶଂସା କରି ପ୍ରଜାମଣ୍ଡଳ ଆନ୍ଦୋଳନ ତଥା ଭାରତର ସ୍ଵାଧୀନତା ସଂଗ୍ରାମରେ ଏଠାକାର ବରପୁତ୍ରମାନଙ୍କ ଯୋଗଦାନ ର ସ୍ମୃତି ଚାରଣ କରି ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I କରୋନା କଟକଣା ରେ ଆୟୋଜିତ ସମ୍ମିଳିତ ପ୍ୟାରେଡ଼ରେ କେବଳ ଆରକ୍ଷୀ ବାହିନୀ ଗୋଟିଏ ପ୍ଲାଟୁନ୍ ଓ ପୋଲିସ ବ୍ୟାଣ୍ଡ ପାର୍ଟି ପ୍ୟାରେଡ୍ ରେ ଅଂଶଗ୍ରହଣ କରିଥିଲେ I ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା  ପ୍ରମୁଖ ମଞ୍ଚରେ ଉପସ୍ଥିତ ରହି ଜାତୀୟ ପତାକାକୁ ସମ୍ମାନ ପ୍ରଦର୍ଶନ କରିଥିଲେ l ଏହାପରେ ଅତିଥି ଗଣ ପ୍ୟାରେଡ ପଡ଼ିଆରେ ବୃକ୍ଷ ରୋପଣ କରିଥିଲେ l ଅବିରତ ପ୍ରବଳ ବର୍ଷା ସତ୍ତ୍ବେ ପୂର୍ବ ନିର୍ଦ୍ଧାରିତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଥିଲା l ଏହାପରେ ମନ୍ତ୍ରୀ ବୀରମହାରାଜପୁର  5T ବାଳିକା ଉଚ୍ଚବିଦ୍ୟାଳୟ ପରିଦର୍ଶନ କରିଥିଲେ l ଦିବସ ପରିପ୍ରେକ୍ଷୀରେ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟରେ ଭୋର୍ ରେ ସହରରେ ରାମଧୁନ ପରିବେଷଣ ସହିତ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା l ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଏବଂ ଉପଜିଲ୍ଲାପାଳ ସୋନପୁର ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ସ୍ଥାନୀୟ କୁଷ୍ଠା ଶ୍ରମ ର ଅନ୍ତେବାସୀ  ମାନଙ୍କୁ ଖାଦ୍ୟ ଓ ବସ୍ତ୍ର ଦାନ କରିଥିଲେ l ଦିବସର ବିଭିନ୍ନ କାର୍ଯ୍ୟକ୍ରମ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଳା ପରିଷଦ-ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର, ଅଧ୍ୟକ୍ଷା ସୋନପୁର ମ୍ୟୁନିସିପାଲିଟି,

ତାମସୀ ତାମସ୍ମିତା ନାୟକ,ତହସିଲଦାର ନବୀନ କିଶୋର ପାଢ଼ୀ, ଏ ସି ଏଫ ପ୍ରଫୁଲ୍ଲ ଧରୁଆ,ଡି ଡବ୍ଲୁ ଓ-ପାଲକା ରବୀନ୍ଦ୍ର, ପି ଡବ୍ଲୁ ଡି ଏସ ଇ ଦାମୋଦର କୈବର୍ତ୍ତ, ସିଡିଏମ ଓ ଡ଼ଃ ବିଶ୍ୱ ରଞ୍ଜନ ପତି, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ପ୍ରମୁଖ ଙ୍କ ସହ ଲାଇନ ବିଭାଗର ସମସ୍ତ ଅଧିକାରୀ ଗଣ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସହଯୋଗ କରିଥିଲେ l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026

You Might Also Like