-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ଜିଲ୍ଲା

ବରଗଡ ରେ ସ୍ୱାଧୀନତା ଦିବସ ପାଳିତ

16-Aug-2022



ବରଗଡ଼(ନିରଞ୍ଜନ ତ୍ରିପାଠୀ): ୭୬ ତମ ସ୍ବାଧିନତା ଦିବସ ସମାରୋହରେ ଜର୍ଜ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀମାନ ନବକିଶୋର ଦାଶ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ।ଏହି ଅବସରରେ କୋଭିଡ କଟକଣା ଯୋଗୁଁ ପରେଡ କମାଣ୍ଡର ଚୂଡାମଣି ନାୟକ ଙ୍କ ନେତୃତ୍ୱରେ କେବଳ ପୋଲିସ ବାହିନୀ ଅଭିବାଦନ ପ୍ରଦାନ କରିଥିଲେ। ଜର୍ଜ ଉଚ୍ଚ ବିଦ୍ୟାଳୟ ଓ ଏଇଏମ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ମାନେ ଜାତୀୟ ସଙ୍ଗୀତ ଗାନ କରିଥିଲେ। ମୁଖ୍ୟଅତିଥି ଶ୍ରୀମାନ ଦାଶ ସ୍ୱାଧୀନତା ସଂଗ୍ରାମରେ ପ୍ରାଣବଳି ଦେଇଥିବା ଶହୀଦ ସଂଗ୍ରାମୀ ମାନଙ୍କ ସ୍ମୃତି ଚାରଣ କରିବା ସହିତ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ

ଜ୍ଞାପନ କରିଥିଲେ।କରୋନା ଲଢ଼େଇ ରେ ଜୀବନ କୁ ବାଜି ଲଗାଇ କାର୍ଯ୍ୟ କରିଥିବା ଡ଼ାକ୍ତର, ପୋଲିସ, ସଫେଇ କର୍ମଚାରୀ, ସ୍ବାସ୍ଥ୍ୟକର୍ମୀ ଆଦି ଙ୍କୁ ଧନ୍ୟବାଦ ସହ କୃତଜ୍ଞତା ଜ୍ଞାପନ କରିଥିଲେ।ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା, ସ୍ୱାସ୍ଥ୍ୟ ଓ କ୍ରୀଡ଼ା ଆଦି କ୍ଷେତ୍ରରେ ପ୍ରଗତି ର ପ୍ରଶଂସନୀୟ ପଦକ୍ଷେପ ବିଶ୍ୱସ୍ତରରେ ଓଡ଼ିଶା ତାର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି।ବାନ୍ଧକଳା, କୃଷି ଏବଂ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବରଗଡ ଜିଲ୍ଲା ମଧ୍ୟ ଆଗକୁ ବଢିଛି, କ୍ୟାନ୍ସର ହସପିଟାଲ ର ଆରମ୍ଭ ହେବା ସହିତ ଡାକ୍ତର ପଦବୀ ପୁରଣ ପାଇଁ ପ୍ରୟାସ କରାଯାଉଛି ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ।ଏ ପରିପ୍ରେକ୍ଷୀରେ ସ୍ୱାସ୍ଥ୍ୟ, ଅଗ୍ନିଶମ, ସାମାଜିକ ସୁରକ୍ଷା, ପୈାର ପରିଷଦ, ପୋଲିସ ବିଭାଗ ର ୨୦ ଜଣ କୋଭିଡ ଯୋଦ୍ଧା ଙ୍କୁ ସନ୍ଥ କବୀର ପୁରସ୍କାର ଏବଂ ଜାତୀୟ ପୁରସ୍କାର ପ୍ରାପ୍ତ ୧୯ ଜଣ ବାନ୍ଧଶିଳ୍ପୀ ଙ୍କୁ ମୁଖ୍ୟ ଅତିଥି ମାନପତ୍ର ପ୍ରଦାନ ପୂର୍ବକ ସମ୍ମାନିତ କରିଥିଲେ। ଦେଶପାଇଁ ଲଢ଼େଇ କରି ଶହୀଦ ହୋଇଥିବା ଯବାନ ଅଶୋକ କୁମାର ବେହେରା (କଦଳୀପାଲି, ବରପାଲି), ଶହୀଦ ରଞ୍ଜନ କୁମାର ଦାଶ(ଖଣ୍ଡହତା, ବରଗଡ଼), ଶହୀଦ ଗଙ୍ଗାଧର ଦଲେଇ(ବରାହମୁଣ୍ଡା, ଅତାବିରା) ଙ୍କ ପରିବାର ବର୍ଗଙ୍କୁ ଘରଡିହ, ଜମିପଟ୍ଟା ପ୍ରଦାନ କରାଯାଇଥିଲା।ପରେଡ ପ୍ରାଙ୍ଗଣରେ କାର୍ଯ୍ୟକ୍ରମ ପରେପରେ ମୁଖ୍ୟଅତିଥି ଶ୍ରୀମାନ ଦାଶ ସ୍ଥାନୀୟ ଟାଉନ ହଲ ଠାରେ ଆୟୋଜିତ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଛାତ୍ର ଛାତ୍ରୀ ମାନଙ୍କର ଅନ୍ତର୍ନିହିତ ପ୍ରତିଭା ର ପରିସ୍ଫୁଟନ "ବିଜେତା"କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ ।ଏ ଉପଲକ୍ଷେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନଲାଇନ ପ୍ରବନ୍ଧ ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

ହୋଇଥିଲା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରୋଗୀମାନଙ୍କୁ ଓ ଜିଲ୍ଲା କାରାଗାରର ଅନ୍ତେବାସୀ ମାନଙ୍କୁ ଫଳ ଏବଂ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟଅତିଥି ଶ୍ରୀମାନ ଦାଶ ବରଗଡ ଗାନ୍ଧୀ ଛକ ସ୍ଥିତ ମହାତ୍ମାଗାନ୍ଧୀ, ସ୍ୱଭାବ କବି ଗଙ୍ଗାଧର ମେହେର, ଭାରତ ରତ୍ନ ଡା.ବି.ଆର.ଆମ୍ବେଦକର ଓ  ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଉତ୍ସବ ରେ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲାପାଳ ଶ୍ରୀମତୀ ମୋନିଷା ବାନାର୍ଜୀ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପରମାର ସ୍ମିତ ପୁରୁଷୋତ୍ତମ ଦାଶ, ଅତିରିକ୍ତ ଜିଲ୍ଲାପାଳ,ପ୍ରକଳ୍ପ ନିର୍ଦ୍ଦେଶକ,ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ କଲ୍ୟାଣୀ ଦାଶ ତଥା କାର୍ଯ୍ୟଳୟ ର କର୍ମଚାରୀ ସମସ୍ତ କାର୍ଯ୍ୟକ୍ରମ ର ସୁ-ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like