-+91-9937148622 |
prerana_bgr@rediffmail.com |
Saturday 10th October 2026 |
R.N.I. Regd No. ODIODI/2010/46693
Breaking News
17-Aug-2022
ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଳକ ଅନ୍ତର୍ଗତ ଅରିଗାଁ ନିକଟ ଜିରା ନଦୀ ବ୍ରିଜ ତଳେ ଥିବା ବନ୍ୟା ପାଣିରେ ଭାସି ଆସିଥିବା ଏକ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଲୋକେ ଦେଖିବା ପରେ ତୁରନ୍ତ ବିନିକା ଅଗ୍ନିଶମ ବିଭାଗ କୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ ତ୍ୱରିତ ସେଠାରେ ପହଞ୍ଚି ଶବକୁ ଉଦ୍ଧାର କରି ବିନିକା ପୋଲିସକୁ ହସ୍ତାନ୍ତର କରିଛନ୍ତି । ତେବେ ଉକ୍ତ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି ନା ନଦୀ ବନ୍ୟା ପାଣିରେ ଭାସି ଯାଇ ମୃତ୍ୟୁବରଣ କରିଛି ସେନେଇ ସାଧାରଣରେ ଆଲୋଚନା ହେଉଥିବା ବେଳେ ଖବର ଲେଖା ହେବା ପର୍ଯ୍ୟନ୍ତ ଉକ୍ତ ବ୍ୟକ୍ତିଙ୍କ ସମ୍ପୂର୍ଣ୍ଣ ଠିକଣା ଜଣା ପଡିନାହିଁ ।ପୋଲିସ ଶବ ଚିହ୍ନଟ ପାଇଁ ସୋନପୁର ଡାକ୍ତରଖାନା କୁ ସ୍ଥାନାନ୍ତରିତ କରିଥିବା ସୂଚନା ମିଳିଛି ।