-+91-9937148622 |
prerana_bgr@rediffmail.com |
Thursday 8th October 2026 |
R.N.I. Regd No. ODIODI/2010/46693
Breaking News
20-Aug-2022
ବୌଦ୍ଧ, ଆଜି ଦିନ ୧୧ଘଣ୍ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ବୌଦ୍ଧ ଶ୍ରୀଯୁକ୍ତ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ଓ ସଦଦ୍ଭାବନା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ଙ୍କ ଏକ ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ଏହି ଦିବସର ତାତ୍ପର୍ଯ୍ୟ ବିଷୟରେ ଅଲୋକପାତ କରିବାସହ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଜିଲ୍ଲାପାଳ ଶ୍ରୀ ସାହୁ ନିଜ ବକ୍ତବ୍ୟରେ ଜାତି,ଧର୍ମ,ସମ୍ପ୍ରଦାୟ,ଭାଷା ମଧ୍ୟରେ କୌଣସି ବିଭେଦ ନରଖି ସମସ୍ତଙ୍କ ମଧ୍ୟରେ ଭାବନାତ୍ମକ ଏକତା ଓ ସଦଦ୍ଭାବନା ରଖି ସାହାଯ୍ୟ କରିବା ସହିତ ହିଂସା ର ଆଶ୍ରୟ ନନେଇ ସମସ୍ତ ପ୍ରକାର ମତଭେଦ କୁ କଥାବାର୍ତ୍ତା ଏବଂ ସାମ୍ବିଧାନିକ ମାଧ୍ୟମରେ ସମାଧାନ କରିବା ପାଇଁ ସମସ୍ତ ଙ୍କୁ ଆହ୍ୱାନ କରିଥିଲେ ।ଏହି ଶପଥ ପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣି ଦଳବେହେରା, ଉପଜିଲ୍ଲାପାଳ ସନତ କୁମାର ନାଏକ, ଡେପୁଟି କଲେକ୍ଟର ଝରଣା ପ୍ରଧାନ, ଜିଲ୍ଲା ଯୋଗାଣ ଅଧିକାରୀ ବିଭୁ ପ୍ରସନ୍ନ ଆଚାର୍ଯ୍ୟ, ଜିଲ୍ଲା ସାମାଜିକ ଅଧିକାରୀ ସୁଧାଂଶୁ ଶେଖର ଶତପଥୀ, ସମସ୍ତ ସହକାରୀ ଜିଲ୍ଲାପାଳ, ସମସ୍ତ ସେକ୍ସନ ଅଧିକାରୀ ଓ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଦିବସ ଉପଲକ୍ଷେ ବୌଦ୍ଧ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ମାନଙ୍କରେ ଅନୁରୂପ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିଆରସିଂ ଧନ୍ୟବାଦ ଅର୍ପଣ କରିଥିଲେ ।