-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବୌଦ୍ଧଜିଲାରେ ବନ୍ୟା କ୍ଷୟକ୍ଷତି ନେଇ କନ୍ଧମାଳ ସାଂସଦଙ୍କ ସମୀକ୍ଷା

24-Aug-2022



ବୌଦ୍ଧ,(ପ୍ରେରଣା ଖବର) ଅପରାହ୍ନରେ ବୌଦ୍ଧ ଜିଲାରେ ବନ୍ୟାଜନିତ କ୍ଷୟକ୍ଷତି ନେଇ କନ୍ଧମାଳ ସାଂସଦ ଡଃ. ଅଚ୍ୟୁତାନନ୍ଦ ସାମନ୍ତ ସମୀକ୍ଷା କରିଛନ୍ତି । ବୌଦ୍ଧ ସର୍କିଟ ହାଉସଠାରେ ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି ଡଃ. ସାମନ୍ତ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା କରିଥିବାରୁ ଜିଲାର ଅଧିକାରୀମାନଙ୍କ ପ୍ରଶଂସା କରିଥିଲେ । ବୈଠକରେ ଜିଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଜିଲାପାଳ ସତ୍ୟ ରଞ୍ଜନ ସାହୁ ବନ୍ୟାଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିଥିଲେ । ସୂଚନା ମୁତାବକ ଗତ ବନ୍ୟାରେ ଜିଲାର ତିନୋଟି ବ୍ଲକର ୫୧ ଟି ପଞ୍ଚାୟତ ଅନ୍ତର୍ଗତ ୨୨୨ ଟି ଗ୍ରାମର ୬୧୩୫୩ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି । ବନ୍ୟା ସମୟରେ ୪୦୫୧ ଲୋକଙ୍କୁ ବିଭିନ୍ନ ସ୍ଥାନରେ ଆଶ୍ରୟ ପ୍ରଦାନ କରାଯାଇଥିବାବେଳେ ୬୩୨୭ ଜଣଙ୍କ ପାଇଁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଥିଲା । ବନ୍ୟା ପରିସ୍ଥିତି ସମୟରେ ୭ ଗୋଟି ମେଡିକାଲ ଟିମ୍ ଓ ୩ ଗୋଟି ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ କେନ୍ଦ୍ର ଜରିଆରେ କ୍ଷତିଗ୍ରସ୍ତ ଲୋକମାନଙ୍କୁ ଜରୂରୀ ଔଷଧପତ୍ର ବଣ୍ଟନ କରାଯାଇଥିଲା । ସେହିପରି ୫୫ ଟି ଖୋଲା କୁପ ଓ ୧୬୬୪ ଟି ନଳକୂପକୁ ବିଶୋଧନ କରାଯାଇଥିଲା ।  ବନ୍ୟା ଦ୍ୱାରା ତିନି ବ୍ଲକର ୧୧୨୯୪ ଟି ପଶୁ ସହିତ ୩୫ ଟି ପକ୍ଷୀ କ୍ଷତିଗ୍ରସ୍ତ ହୋଇଥିଲେ । ଜିଲା ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ୮ଗୋଟି ଟିମ୍ ଗଠନ କରାଯାଇ ୬୭ ଗୋଟି ଶିବିର ଜରିଆରେ ୫୫୨୧ ଟି ପଶୁ ପକ୍ଷୀଙ୍କ ଚିକିତ୍ସା କରାଯାଇଥିଲା । ବନ୍ୟା ସମୟରେ ୧୪.୫୫ ମେଟ୍ରିକ ଟନ ପଶୁଖାଦ୍ୟ ବଣ୍ଟନ କରାଯାଇଥିବାବେଳେ ୭୬୦୦ ଟୀକାକରଣ କରାଯାଇଛି । ବନ୍ୟାରେ ୪ଟି ପଶୁଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବରେ ରେକର୍ଡ କରାଯାଇଛି ।  ବୈଠକରେ ଦିଆଯାଇଥିବା ତଥ୍ୟ ମୁତାବକ ଜିଲାର ତିନୋଟି ବ୍ଲକରେ ୨୮୮୫ ହେକ୍ଟର ଜମିରେ ଧାନଫସଲ କ୍ଷତିଗ୍ରସ୍ତ ହୋଇଥିବାବେଳେ ୫୮୮ ହେକ୍ଟର ଜମିରେ ଅଣଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି । ସେହିପରି ୨୧୫ ହେକ୍ଟର ଜମିରେ ହୋଇଥିବା ଉଦ୍ୟାନ କୃଷି  ନଷ୍ଟ ହୋଇଥିବା ପ୍ରାଥମିକ ଭାବରେ ଆକଳନ କରାଯାଇଛି । ବନ୍ୟାରେ ୪୭ ଟି ପଞ୍ଚାୟତର ୫୮.୩୦ କିଲୋମିଟର ରାସ୍ତା କ୍ଷତ୍ରିଗସ୍ତ ହୋଇଥିବାବେଳେ ଏହାର ଆନୁମାନିକ ମୂଲ୍ୟ ୧୬୫.୪୦ ଲକ୍ଷ ଟଙ୍କା ଆକଳନ କରାଯାଇଛି । ସେହିପରି ମତ୍ସ୍ୟ ବିଭାଗ ପକ୍ଷରୁ ୪୨୯୨୦ ଟଙ୍କାର ବନ୍ୟା ଜନିତ କ୍ଷତି ଆକଳନ କରାଯାଇଥିବା ଜଣାଯାଇଛି । ଜିଲାରେ ବିଶେଷ ଭାବରେ ପାନୀୟଜଳର ଘୋର ସଙ୍କଟ ଥିବା ସାଂସଦ ଡଃ. ସାମନ୍ତଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଦୁଷିତ ପାନୀୟଜଳ କାରଣରୁ ବହୁ ସଂଖ୍ୟାରେ ରୋଗୀ କିଡନୀ ଭଳି ରୋଗରେ ପିଡିତ ହୋଇ ମୃତ୍ୟୁର ଶିକାର ହେବା ସହିତ ପ୍ରତିଦିନ ବହୁ ସଂଖ୍ୟାରେ ରୋଗୀ ଚିକିତ୍ସା ହେବାକୁ ବାହାରକୁ ଯାଉଥିବା ବୈଠକରେ ସୂଚନା ଦିଆଯିବାପରେ ଏହାକୁ ନେଇ ଡଃ. ସାମନ୍ତ ଉଦବେଗ ପ୍ରକାଶ କରିବା ସହିତ ବିଶେଷଜ୍ଞ ଡାକ୍ତରମାନଙ୍କ ସହିତ ଏହାର ନିରାକରଣ ସଂପର୍କରେ ଆଲୋଚନା କରିବେ ବୋଲି ପ୍ରତିଶୃତି ଦେଇଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଇ ମିନା,ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଉପଜିଲାପାଳ ସନତ କୁମାର ନାଏକଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଅଧିକାରୀ ବ୍ଲକର ବିଡିଓ ଓ ତହସିଲଦାରମାନେ ଉପସ୍ଥିତ ଥିଲେ । କଣ୍ଟାମାଳ ବିଧାୟକ ମହୀଧର ରଣା ଓ ସାଂସଦ ପ୍ରତିନିଧି ତାରେଣି ମହାପାତ୍ର ସର୍କିଟ ହାଉସଠାରେ ପହଞ୍ଚି ସାଂସଦ ଡଃ. ସାମନ୍ତଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like