-+91-9937148622 |
prerana_bgr@rediffmail.com |
Saturday 3rd October 2026 |
R.N.I. Regd No. ODIODI/2010/46693
Breaking News
27-Nov-2020
ନୟାଗଡ, (ପ୍ରେରଣା ଖବର) - ପରୀ ହତ୍ୟା ମାମଲାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରି କହିଥିଲେ, “ଏହି ଘଟଣା ପାଇଁ ମୁଁ ଅତ୍ୟନ୍ତ ମର୍ମାହତ । ମୋ ସରକାର ସର୍ବଦା ମୁକ୍ତ ଓ ନିରପେକ୍ଷ ତଦନ୍ତ ପାଇଁ ପ୍ରତିଶ୍ରୁତିବଦ୍ଧ। ” ଏହାସହିତ ବିଧାନସଭା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ସେ ସମସ୍ତ ସଦସ୍ୟଙ୍କୁ ନିବେଦନ କରିଥିଲେ। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ବିଧାୟକମାନେ ଗୃହ ମଧ୍ୟ ଭାଗକୁ ଆସି ପୋଷ୍ଟର ଓ ବ୍ୟାନର ଦେଖାଇବା ସହ ନାରାବାଜି କରିଥିଲେ। ସେମାନେ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ହଟ୍ଟଗୋଳ କରିବାରୁ ଗୃହ କାର୍ଯ୍ୟ ଚାଲି ପାରି ନ ଥିଲା। ତେଣୁ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ। ପରେ ହଟ୍ଟଗୋଳ ମଧ୍ୟରେ ମୁଖ୍ୟମନ୍ତ୍ରୀ ଘଟଣାର SIT ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଭିଡିଓ କନଫରେନ୍ସିଂ ଜରିଆରେ ସେ ଏହି ଘୋଷଣା କରିଥିଲେ।