-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ସ୍ୱାଧୀନତାର ୭୫ବର୍ଷ ପୁର୍ତ୍ତି ଅବସରରେ ରାଜ୍ୟ ପରିକ୍ରମା କରୁଥିବା ଅହିଂସା ରଥକୁ ବୌଦ୍ଧ ଜିଲାରେ ଭବ୍ୟ ସମ୍ବର୍ଦ୍ଧନା 

25-Aug-2022



ବୌଦ୍ଧ : ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ପରିକ୍ରମା କରୁଥିବା ଅହିଂସା ରଥକୁ ବୌଦ୍ଧଜିଲାରେ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ସୀମାନ୍ତ ରାଣୀପଥର ଠାରୁ ବୌଦ୍ଧ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଅହିଂସା ରଥକୁ ସ୍ୱାଗତ କରାଯିବା ସହିତ ଜିଲା ପରିକ୍ରମାରେ ପାଛୋଟି ଅଣାଯାଇଥିଲା । ହରଭଙ୍ଗା ବ୍ଲକର ଚାରିଛକଠାରେ ବିଜୁ ପଟ୍ଟନାୟକଙ୍କ ପ୍ରତମୂର୍ତ୍ତିରେ

ମାଲ୍ୟାର୍ପଣ କରାଯିବାପରେ ଝାଡରାଜିଂ ସେବାଶ୍ରମ,ପଞ୍ଚାୟତ ହାଇସ୍କୁଲ ଚାରିଛକ ଓ ମଧ୍ୟ ଇଂରାଜୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ପ୍ରଭାସନୀ ଦାସ ମୁଖ୍ୟଅତିଥି ଭାବରେ ଯୋଗଦେଇଥିବାବେଳେ ନୋଡାଲ ଅଧିକାରୀ ଏପିଡି ପ୍ରତାପ କୁମାର ପ୍ରଧାନ,ବାଣିଭୂଷଣପୁର ସରପଞ୍ଚ ଶ୍ରୀବନ୍ତ ମେହେର,ସିଡିପିଓ ନିରୂପମା ପାଣି,ଡିପିଏମ ବେଣୁଧର ମହାପାତ୍ର,ବ୍ଲକ ସଂପ୍ରସାରଣ ଅଧିକାରୀ ପ୍ରଦିପ କୁମାର ନାଏକ,ସେକ୍ସନ ଅଧିକାରୀ ବିଜୟ କୁମାର ପାଢି,ଆଇସିଡିଏସ ସୁପରଭାଇଜର,ଅଙ୍ଗନବାଡି କର୍ମୀ ଓ ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ ଯୋଗଦେଇଥିବାବଳେ ବିଡିଓ ସ୍ମିତା ରଥ ଓ ଏବିଡିଓ ସୁବାଶ ଚନ୍ଦ୍ର ଜାନିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସେହିଠାରୁ ଅହିଂସା ରଥ ବୌଦ୍ଧ ଅଭିମୁଖେ ଯାତ୍ରା କରିବା ଅବସରରେ ପୁରୁଣାକଟକ ଖେଳପଡିଆଠାରେ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ,ଭୈରବୀ ଜୁନିୟର ମହାବିଦ୍ୟାଳୟ,ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର,ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ରଥକୁ ଭବ୍ୟ ସମ୍ବର୍ଦ୍ଧନା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରାଯାଇଥିଲା । ଭୈରବୀ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ତାରେଣିଆ,ପ୍ରଧାନଶିକ୍ଷକ କିଶୋର ଚନ୍ଦ୍ର ମଲ୍ଲିକ,ପୁରୁଣାକଟକ ସରପଞ୍ଚ ଅଶୋକ ସେଠୀ ପ୍ରମୁଖ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ପରେ ରଥକୁ ସରସରା ଗ୍ରାମପଞ୍ଚାୟତଠାରେ ସମ୍ବର୍ଦ୍ଧନା ଅବସରରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର,ବାବା ବୈଦ୍ୟନାଥ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଗ୍ରାମବାସୀମାନେ ଗ୍ରାମ ପରିକ୍ରମା କରାଇଥିଲେ । ବୌଦ୍ଧ ସହରର ବୁଟୁପାଲିଠାରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଓ ନିର୍ବାହୀ ଅଧିକାରୀ ମନୋରଞ୍ଜନ ପଣ୍ଡା ଓ କାଉନସିଲ ସଦସ୍ୟ ସଦସ୍ୟାମାନେ ସ୍ୱାଗତ କରିବା ସହିତ ପାଛୋଟି ନେଇଥିଲେ । ଏଠାରେ ବୁଟୁପାଲି ଜେବି ହାଇସ୍କୁଲ,ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ମଧ୍ୟ ଇଂରାଜୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ମଧ୍ୟ ଅହିଂସା ରଥକୁ ସ୍ୱାଗତ କରିଥିଲେ । ଏଠାରେ ବାଜି ରାଉତଙ୍କ ଜିବନୀ ସଂପର୍କରେ ବୃତ୍ତଚିତ୍ର ଛାତ୍ରଛାତ୍ରୀଙ୍କୁ ପ୍ରଦର୍ଶିତ କରାଯାଇଥିଲା ।  ବୌଦ୍ଧ ଟାଉନହଲ ନିକଟରେ ଅହିଂସା ରଥ ପହଞ୍ଚିବାପରେ ଜିଲା ସାମ୍ବାଦିକ ସଂଘ ପକ୍ଷରୁ ସଭାପତି ରତ୍ନାକର ବେହେରା ଓ ସଂପାଦକ ଶଶାଙ୍କ ଶେଖର ମିଶ୍ରଙ୍କ ନେତୃତ୍ୱରେ ଏହାକୁ ସ୍ୱାଗତ କରାଯାଇଥିଲା । ପରେ ଜିଲା ପରିଷଦ ଅଧ୍ୟକ୍ଷା,ଏନଏସି ଅଧ୍ୟକ୍ଷ ଓ ଅନ୍ୟାନ୍ୟ ଅତିଥିମାନଙ୍କ ଦ୍ୱାରା ଟାଉନହଲ ସମ୍ମୁଖରେ ସ୍ଥାପିତ ବୌଦ୍ଧର ଦୁଇ ସ୍ୱାଧୀନତା ସଂଗ୍ରାମୀ ପ୍ରେମଶଙ୍କର ପଟ୍ଟନାୟକ ଓ ପ୍ରହଲ୍ଲାଦ ବିଶିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟର ବ୍ୟାଣ୍ଡ ଦ୍ୱାରା ରଥକୁ ସ୍ୱାଗତ କରାଯିବା ସହିତ ଟାଉନହଲଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବୌଦ୍ଧର ସ୍ୱାଧୀନତା ସଂଗ୍ରାମୀ ଗୌରମୋହନ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ,ସେଣ୍ଟ୍ ଜାଭିୟର ବିଦ୍ୟାଳୟ ଓ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଟାଉନହଲଠାରୁ ଅହିଂସା ରଥକୁ ଏକ ବିରାଟ ବାଇକ୍ ଶୋଭାଯାତ୍ରାରେ ବୌଦ୍ଧ ବ୍ଳକକୁ ନିଆଯାଇଥିଲା । ସେହିପରି ଦ୍ୱିତିୟ ରଥ ହରଭଙ୍ଗା ବ୍ଲକ ହରେକଷ୍ଣପୁର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ପହଞ୍ଚିବାପରେ ସେଠାରେ ଭବ୍ୟ ସ୍ୱାଗତ କରାଯାଇଥିଲା ।  ଏହି ରଥକୁ ନୂଆପଡାଠାରେ ସ୍ୱାଗତ କରାଯିବାପରେ  ବୀରନରସିଂହପୁର

ବିଦ୍ୟାଳୟଠାରେ ପହଞ୍ଚି  ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ସେହପରି ଏଠାରେ ସାଧୁଚରଣ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ରଥକୁ ଭବ୍ୟ ସ୍ୱାଗତ କରାଯାଇଥଲା । ପ୍ରଧାନଶିକ୍ଷକ ନବ କୁମାର ଦୀପଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବରେ ରାଜ୍ୟ ଅହିଂସା ରଥ ସଂଯୋଜକ ତେଜେଶ୍ୱର ଜଗତ ଓ  ବ୍ଲକ ସଂଯୋଜକ ବସନ୍ତ କୁମାର ସାହୁ ଯୋଗଦେଇଥିଲେ । ଛାତ୍ରଛାତ୍ରୀମାନଙ୍କୁ ବାପୁଜୀଙ୍କ ଜିବନୀ ଉପରେ ଚଳଚିତ୍ର ପ୍ରଦର୍ଶନ କରାଯାଇଥିଲା । ସେହିପରି ବାମଣ୍ଡା ଉଚ୍ଚ ବିଦ୍ୟାଳୟ ଓ ମଡେଲ ଡିଗ୍ରୀ ମହାବିଦ୍ୟାଳୟ ପକ୍ଷରୁ ରଥକୁ ସ୍ୱାଗତ କରାଯାଇଥିଲା । ଉଭୟ ରଥ ବୌଦ୍ଧ ବ୍ଲକରେ ପହଞ୍ଚିବାପରେ ଆଇଆରବି ୫ମ ବାଟାଲିୟନ ଓ ଆଦର୍ଶ ବିଦ୍ୟାଳୟ ବୌଦ୍ଧର ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା । ଗେହ୍ଲାମା କଳାନିକେତନ,ପ୍ରଣାମ ଓ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଦେଶାତ୍ମବୋଧକ ନୃତ୍ୟ ଓ ସଙ୍ଗିତ ପରିବେଷଣ କରିବା ସହିତ ବିଭିନ୍ନ ମହାପୁରୁଷମାନଙ୍କ ବେଶ ପ୍ରଦର୍ଶନ କରାଯାଇଥିଲା । ଏହି ଅବସରରେ ବୌଦ୍ଧ ବ୍ଳକରେ ସହୀଦ ସ୍ତମ୍ବରେ ମାଲ୍ୟାର୍ପଣ କରାଯାଇଥିଲା । ଅତିଥି ଭାବରେ ଜିଲାପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ,ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ,ଉପାଧ୍ୟକ୍ଷ ପାନେଶ୍ୱରୀ ଦେହୁରୀ,ଅତିରକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଏବିଡିଓ ପ୍ରମୋଦ କୁମାର ମିଶ୍ର ପ୍ରମୁଖ ଯୋଗଦେଇଥିଲେ । ବିଡିଓ ଅବିନାଶ ପାଣ୍ଡିଆଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା । ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like