-+91-9937148622 |
prerana_bgr@rediffmail.com |
Wednesday 30th September 2026 |
R.N.I. Regd No. ODIODI/2010/46693
Breaking News
30-Aug-2022
ନବରଙ୍ଗପୁର: ଆଜି ବାଲି ତୃତୀୟା, ଭିନ୍ନ ଏକ ଓଡ଼ିଆ ପରମ୍ପରା। ଭାଦ୍ରବ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନ ହସ୍ତା ନକ୍ଷତ୍ରରେ ପାଳନ କରାଯାଏ ବାଲି ତୃତୀୟା ବ୍ରତ। ବିବାହିତା ମହିଳା ମାନେ ସ୍ୱାମୀଙ୍କ ଦୀର୍ଘ, ନିରାମୟ ଜୀବନ କାମନା କରି ଏହି ବ୍ରତ ପାଳନ କରିଥାଆନ୍ତି। କେତେକ ସ୍ଥାନରେ ଅବିବାହିତା ଝିଅମାନେ ମଧ୍ୟ ସର୍ବଗୁଣ ସମ୍ପନ୍ନ ପତି କାମନା କରି ଏହି ବ୍ରତ ପାଳନ କରନ୍ତି। ନୂତନ ବସ୍ତ୍ର ପରିଧାନ କରନ୍ତି। ଅତି ନିଷ୍ଠାର ସହ ତୃତୀୟା ଦିନ ସୂର୍ଯ୍ୟୋଦୟ ଠାରୁ ଚତୁର୍ଥୀ ଦିନ ପ୍ରତ୍ୟୁଷ ପର୍ଯ୍ୟନ୍ତ ସଂପୂର୍ଣ୍ଣ ଉପବାସ ରହିବାକୁ ହୁଏ। ଜଳସ୍ପର୍ଶ ନିଷେଧ, ଏପରିକି ଛେପ ଢୋକିବାକୁ ମଧ୍ୟ ବାରଣ
କରାଯାଏ। ବାଲି ତୃତୀୟା ବ୍ରତର ଆରାଧ୍ୟ ଦେବତା ହେଉଛନ୍ତି ମହାଦେବ। ମହାଦେବ ଯେପରି ଆଶୁତୋଷ ସେମିତି ବି ରୁଦ୍ର। ତେଣୁ ଏହି ବ୍ରତକୁ ନିଷ୍ଠାର ସହ ପାଳନ କଲେ ଅନେକ ସୁଫଳ ମିଳେ ବୋଲି ବିଶ୍ୱାସ ରହିଛି। ମା’ ପାର୍ବତୀ ମୃତ୍ୟୁଞ୍ଜୟୀ ଶିବଙ୍କୁ ପତି ରୂପେ ପାଇବା ପାଇଁ କୈଳାସ ପର୍ବତରେ କଠୋର ତପ କରିଥିଲେ।ନୂତନ ବସ୍ତ୍ର ପରିଧାନ ପୂର୍ବକ ଚତୁର୍ଥୀ ଦିନ ବ୍ରତ ଉଦ୍ଯାପନ କରାଯାଏ।
(ରିପୋଟ: ମିହିର ଶଙ୍କର ପାତ୍ର,ନବରଙ୍ଗପୁର)