-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ୬୧ତମ ପ୍ରତିଷ୍ଠା ଦିବସ,  ‘ଚାପଗ୍ରସ୍ତ ସାମ୍ବାଦିକ ଓ ଆହ୍ୱାନ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ

30-Aug-2022



ବଲାଙ୍ଗିର,୩୦/୮: ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ୬୧ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଂଘୀୟର ସଦସ୍ୟମାନଙ୍କ ଉପସ୍ଥିତିରେ ବରିଷ୍ଠ ସଦସ୍ୟ ନବୀନ ପଶାୟତଙ୍କ ଦ୍ୱାରା ସଂଘ ପତାକା ଉତ୍ତୋଳନ ପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ସଂଘର ସଭାପତି ହରିନାରାୟଣ ପୂଜାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ‘ଚାପଗ୍ରସ୍ତ ସାମ୍ବାଦିକ ଓ ଆହ୍ୱାନ’ ଶୀର୍ଷକରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଉଦ୍‌ଘାଟକ ଭାବେ ରାଜ୍ୟସଭା ସଦସ୍ୟ ନିରଂଜନ ବିଶି ଯୋଗଦାନ କରିଥିବା ବେଳେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ । କନକ ନ୍ୟୁଜ୍‌ର ସଂପାଦକ ମନୋରଂଜନ ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗଦାନ କରିଥିଲେ । ସଂଘର ସାଧାରଣ ସଂପାଦକ ବଳରାମ ଶ୍ରୀମିଶ୍ର ମଂଚାସୀନ ହୋଇ ସଂପାଦକୀୟ ବିବରଣୀ ପ୍ରଦାନ କରିଥିଲେ । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନିଜ ନିଜ କ୍ଷେତ୍ରରେ ବିଶେଷ ସୁନାମ ଅର୍ଜନ କରିଥିବା ସାମ୍ବାଦିକମାନଙ୍କୁ ସମ୍ମାନିତ କରାଯାଇଥିବା ବେଳେ ପ୍ରତିଷ୍ଠାତା ସଦସ୍ୟ ସ୍ୱର୍ଗତ ସତ୍ୟନାରାୟଣ ବେହେରା ସ୍ମୃତି ସମ୍ମାନ ବରିଷ୍ଠ ସାମ୍ବାଦିକ ରାମକୁମାର ଅଗ୍ରୱାଲଙ୍କୁ, ଶଙ୍କର ପ୍ରସାଦ ମିଶ୍ର ସ୍ମୃତି ସମ୍ମାନ ବରିଷ୍ଠ ସାମ୍ବାଦିକ ପୁରୁଷୋତ୍ତମ ଠାକୁରଙ୍କୁ, କୈଳାସ ଚନ୍ଦ୍ର ସାହୁ ସ୍ମୃତି ସମ୍ମାନ ପ୍ରମେୟର ଭବାନୀପାଟଣା ପ୍ରତିନିଧି ସନ୍ତୋଷ କୁମାର ସିଂଦେଓଙ୍କୁ, ସପନ ବହିଦାର ସ୍ମୃତି ସମ୍ମାନ ସାମ୍ବାଦିକା ତଥା ବରିଷ୍ଠ ଉପସ୍ଥାପିକା ଶ୍ରୀମତୀ ପଲ୍ଲବୀ ହୋତାଙ୍କୁ, ହୃଦାନନ୍ଦ ନନ୍ଦ ସ୍ମୃତି ସମ୍ମାନ ସମ୍ବାଦର ଯୁବ କାର୍ଟୁନିଷ୍ଟ ଦେବାଶିଷ ସିଂଙ୍କୁ ଓ ବାଳକୃଷ୍ଣ ହୋତା ସ୍ମୃତି ସମ୍ମାନ କଂଟାବାଂଜି ଓଟିଭି ପ୍ରତିନିଧି ଅନ୍ତିମ ପାଣିଗ୍ରାହୀଙ୍କୁ ପ୍ରଦାନ କରାଯାଇଥିଲା । ଆଲୋଚନାଚକ୍ରରେ ମୁଖ୍ୟବକ୍ତା ମିଶ୍ର କହିଥିଲେ ଯେ, ଆର୍ଥିକ ସ୍ୱାବଳମ୍ବନଶୀଳତା ନଥିବାରୁ ଓଡିଶାରେ ସାମ୍ବାଦିକମାନେ ଚାପରେ ରହୁଛନ୍ତି । ଆଞ୍ଚଳିକ ସାମ୍ବାଦିକତାକୁ ସମୃଦ୍ଧ କଲେ ଲୋକେ ସଠିକ୍ ଓ ନିରପେକ୍ଷ ଖବର ପାଇବା ସହ ଭୁଲ ଖବରକୁ ନେଇ ପ୍ରଶ୍ନ କରିପାରିବେ ବୋଲି କହିଥିଲେ । ଉଦ୍‌ଘାଟକ ରାଜ୍ୟସଭା ସାଂସଦ ବିଶି ତାଙ୍କ ବକ୍ତବ୍ୟରେ ଗଣମାଧ୍ୟମ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଓ ଏହା ଚାପରେ ରହିଲେ ଗଣତନ୍ତ୍ର ସମୃଦ୍ଧ ହେବନାହିଁ । ମୁଖ୍ୟଅତିଥି ବିଧାୟକ ମିଶ୍ର ତାଙ୍କ ବକ୍ତବ୍ୟରେ ଆର୍ଥିକ ଅନଗ୍ରସରତା ଏକ କାରଣ ହୋଇଥିଲେ ମଧ୍ୟ ସାମ୍ବାଦିକ ଚାପରେ ରହିବାର ଅନ୍ୟ କାରଣ ରହିଛି । ଖବରକାଗଜ ଓ ଟିଭି ଖବର ସଂସ୍ଥା ମାଲିକମାନେ ସାବଲମ୍ବୀ ହେବା ସତ୍ତ୍ୱେ ସରକାରଙ୍କ ଖବରକୁ ଯେଭଳି ଭାବେ ଛାପୁଛନ୍ତି ଏଥିରେ ସାମ୍ବାଦିକ କେଉଁଠି ଚାପରେ ରହିଲେ ବୋଲି ପ୍ରଶ୍ନ କରିଥିଲେ । ମୁଖ୍ୟମନ୍ତ୍ରୀ ଆଜିଯାଏଁ ସାମ୍ବାଦିକ ସମ୍ମିଳନୀ କରିନାହାନ୍ତି ତାଙ୍କୁ ପ୍ରଶ୍ନ ପଚରାଯାଉନାହିଁ । ଏଥିରୁ କ’ଣ ବୁଝାପଡୁଛି ବୋଲି ପ୍ରଶ୍ନ କରିଥିଲେ । 
ସଂଘର ବରିଷ୍ଠ ସଦସ୍ୟ ବୀରେଂଦ୍ର କୁମାର ଝାଙ୍କର ସଭା ସଂଚାଳନ କରିଥିବା ବେଳେ ଉପସଭାପତି ଆନଂଦ ଚଂଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like