-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଭାରତର ଦ୍ଵିତୀୟ ରାଷ୍ଟ୍ରପତି, ରାଷ୍ଟ୍ରନୀତିଜ୍ଞ, ଶିକ୍ଷାବିତ୍ ସର୍ବପଲ୍ଲୀ ରାଧାକୃଷ୍ଣନ ଙ୍କ ଜୟନ୍ତୀ ଅବସରରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ପାଳିତ

06-Sep-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : କୋଟିଜନ ଙ୍କ ମାର୍ଗଦର୍ଶକ ଭାରତର ଦ୍ଵିତୀୟ ରାଷ୍ଟ୍ରପତି, ରାଷ୍ଟ୍ରନୀତିଜ୍ଞ, ଶିକ୍ଷାବିତ୍ ସର୍ବପଲ୍ଲୀ ରାଧାକୃଷ୍ଣନ ଙ୍କ ଜୟନ୍ତୀ ଅବସରରେ ଜିଲ୍ଳା ଶିକ୍ଷା ବିଭାଗ ଆନୁକୂଲ୍ୟରେ ନୂତନ ଟାଉନ ହଲ ସୋନପୁର ଠାରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସମାରୋହରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଉପସ୍ଥିତ ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ତଥା ଶିକ୍ଷକ ବୃନ୍ଦ ଙ୍କୁ ଗୁରୁଦିବସ ର ଅଭିନନ୍ଦନ ଜଣାଇବା ସହ ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ନିଜ ନିଜର ପାରଦର୍ଶିତା ଓ ପ୍ରତିବଦ୍ଧତା କୁ ବଜାୟ ରଖି ଜିଲ୍ଲାକୁ ଏକ ଅଗ୍ରଣୀ ଶିକ୍ଷା ଜିଲ୍ଳା ଭାବେ ଗଢ଼ିତୋଳିବାକୁ ପରାମର୍ଶ ଦେଇଛନ୍ତି l ଜିଲ୍ଲାର ଶିକ୍ଷକ ବୃନ୍ଦ ସ୍କୁଲ ବାହାରେ ଥିବା ଝିଅ ଙ୍କୁ ପୁନର୍ବାର ସ୍କୁଲ ଫେରାଇ ଆଣିବାର ପ୍ରତିବଦ୍ଧତା କୁ ପ୍ରଶଂସା କରିଛନ୍ତି ଜିଲ୍ଲାପାଳ l ସେ ଏହି ପରିପ୍ରେକ୍ଷୀରେ କହିଛନ୍ତି କି ଏହା ଆମପାଇଁ ଏକ ଆହ୍ୱାନ, ଆହ୍ୱାନ କୁ ଗ୍ରହଣ କରି ଆମକୁ ଆହୁରି ପ୍ରଯତ୍ନ କରିବାକୁ ପଡିବ, ଆମର ଲକ୍ଷ୍ୟ ଜିଲ୍ଲାର କୋଣ ଅନୁକୋଣରେ କୌଣସି ବି ଗୋଟିଏ ଝିଅ ଯେପରି ସ୍କୁଲ ବାହାରେ ନ ରୁହନ୍ତି, ସମସ୍ତେ ଯେପରି ଶିକ୍ଷା କ୍ଷେତ୍ରରେ ଯୋଡି ହେବେ ସେଥିପ୍ରତି ସମ୍ମିଳିତ ପ୍ରୟାସ କରିବାକୁ ଆହ୍ୱାନ କରିଛନ୍ତି ଜିଲ୍ଲାପାଳ ନରୱଣେ l ଅତିରିକ୍ତ ଜିଲ୍ଳା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡତ୍ୟା ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ  ସାହାରା ଉଚ୍ଚବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗତିକୃଷ୍ଣ ମିଶ୍ର ସଭା ସଂଯୋଜନା କରିଥିଲେ l ଶ୍ରୀଧର ବାଗ, ପ୍ରଧାନ ଶିକ୍ଷକ ପଞ୍ଚମହଲା ହାଇସ୍କୁଲ, ଧନ୍ୟବାଦ ଅର୍ପଣ କରିଥିଲେ l ଅନ୍ୟତମ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର, ଗଣେଶ କିସାନ, ରାଜେନ୍ଦ୍ର କୁମାର ମିଶ୍ର ପ୍ରମୁଖ ମଂଚାସୀନ ଥିଲେ l ସମାରୋହ ପରିପ୍ରେକ୍ଷୀରେ ଜିଲ୍ଲାରେ ସ୍କୁଲ ବାହାରେ ଥିବା ଝିଅ ଙ୍କୁ ପୁନଶ୍ଚ ଶିକ୍ଷା କ୍ଷେତ୍ରରେ ସାମିଲ କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ବାଳିକା ଉଚ୍ଚ ବିଦ୍ୟାଳୟ ବୀରମହାରାଜପୁର, ଆଇ ଜି ଏଚ ଏସ ଖଣ୍ଡହତା, ପି ଏସ ଏଚ ଏସ ଉଲୁଣ୍ଡା, ଜେ ଏ ଜଲୋଏ, ଏସ ଏନ ଏଚ ଏସ ତରଭା, ବାଳିକା ଉଚ୍ଚ ବିଦ୍ୟାଳୟ ତରଭା, ବାଳିକା ଉଚ୍ଚ ବିଦ୍ୟାଳୟ ବିନିକା, ସେଲେଡି ଏଚ ଏସ, ସେଲେଡି, ବାଳିକା ଉଚ୍ଚ ବିଦ୍ୟାଳୟ ଚେରୁପାଲି, ୟୁ ଜି ଏଚ ଏସ ସୁନାପାଲି, ଏ ପି ଏଚ ଏସ ରେଙ୍ଗାଲି, ଏସ ଜି ପି ଏଚ ଏସ ହର୍ଡଖୋଲ ପ୍ରଭୁତି ସ୍କୁଲ ର ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା, ସେହିପରି ଯେଉଁ 5T ହାଇସ୍କୁଲ ସେମାନେ ସାମଗ୍ରିକ ଭାବେ

5T ର କାର୍ଯ୍ୟକାରିତାକୁ  ହାଇସ୍କୁଲ ରେ ସଫଳ ଭାବେ ଉପଯୋଗ କରିଛନ୍ତି ସେହି ସ୍କୁଲ ଯଥା - ବୀରମହାରାଜପୁର ବ୍ଲକ ର ବାଳିକା ଉଚ୍ଚ ବିଦ୍ୟାଳୟ, ବୀରମହାରାଜପୁର, ବୀରମହାରାଜପୁର ହାଇସ୍କୁଲ ବୀରମହାରାଜପୁର, ସୋନପୁର ବ୍ଲକ ଅନ୍ତର୍ଗତ ମହାରାଜା ହାଇସ୍କୁଲ ସୋନପୁର, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସୋନପୁର, ଡୁଙ୍ଗୁରିପାଲି ବ୍ଲକର ଏସ ଜେ ଏଚ ଏସ ଗଜବନ୍ଧ, ଡୁଙ୍ଗୁରିପାଲି ହାଇସ୍କୁଲ ଡୁଙ୍ଗୁରିପାଲି, ବିନିକା ବ୍ଲକ ର କର୍ତ୍ତଙ୍ଗ ହାଇସ୍କୁଲ, କର୍ତ୍ତଙ୍ଗ, ଏସ କେ ଏଚ ଏସ ଚରଦା, ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ପି ଏଚ ଏସ ବିଶିପଡା, ପି ଏସ ଏଚ ଏସ ଉଲୁଣ୍ଡା ସେହିପରି ତରଭା ବ୍ଲକ ର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ,  ତରଭା, ମେଣ୍ଡା ହାଇସ୍କୁଲ ମେଣ୍ଡା ପ୍ରଭୁତି ସ୍କୁଲର ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like