-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଗାଁ କଲ୍ଯାଣ ସମିତି ଗୁଡିକ ଶିଶୁ ମଙ୍ଗଳ ଓ ଶିଶୁ ସୁରକ୍ଷା କମିଟି ଭାବରେ କାର୍ଯ୍ୟ କରିବ

20-Sep-2022



ନବରଙ୍ଗପୁର(ମିହିର ଶଙ୍କର ପାତ୍ର): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ  ବିଭାଗର ନିର୍ଦ୍ଦେଶ   ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ  ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ  ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ  ଦିଗରେ କାର୍ଯ୍ୟ କରୁଥିବା ଚାରିଟି  କମିଟି ଯଥା ଜିଲ୍ଲାସ୍ତରୀୟ  ଶିଶୁ  ସୁରକ୍ଷା  କମିଟି, କିଶୋରୀ  ସଶକ୍ତିକରଣ ଓ ବାଲ୍ୟ ବିବାହ 

ପ୍ରତିରୋଧ  ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା  କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ଏହି ମିଳିତ ବୈଠକରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି କହିଲେ ଯେ  ଜିଲ୍ଲାରେ ବିଭିନ୍ନ ବିଭାଗ ଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ସମସ୍ତ ଶିଶୁ ମାନଙ୍କୁ  ସୁରକ୍ଷା ଦେବା ସହିତ  ନବରଙ୍ଗପୁର ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ  ବୈଠକ ସହାୟକ କରି ପାରିବ l  ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ  ବିଭାଗର ନିର୍ଦ୍ଦେଶ   ଅନୁଯାୟୀ  ଜିଲ୍ଲାରେ ଥିବା ଗାଁ  କଲ୍ଯାଣ ସମିତି ଗୁଡିକ  ଶିଶୁ ମଙ୍ଗଳ ଓ ଶିଶୁ ସୁରକ୍ଷା  କମିଟି ଭାବରେ କାର୍ଯ୍ୟ କରିବା ସହିତ ଏହି କମିଟିର ବୈଠକ ସମସ୍ତ ରାଜସ୍ୱ ଗ୍ରାମ ଗୁଡିକରେ କରାଯିବା ପାଇଁ ଜିଲ୍ଲାପାଳ ଡଃ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି ।  ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ  ବୈଠକ  ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ ଜିଲ୍ଲାରେ  ୧୦ ବ୍ଲକ ଓ ୧୮୯ ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ  ସୁରକ୍ଷା  କମିଟି, କିଶୋରୀ  ସଶକ୍ତିକରଣ ଓ ବାଲ୍ୟବିବାହ  ପ୍ରତିରୋଧ  ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହୋଇଛି  । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ  ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ  ଚଳିତ ବର୍ଷ  ଜିଲ୍ଲାରେ  ମୋଟ ୨୨୫ ଗୋଟି ବାଲ୍ୟବିବାହକୁ ବନ୍ଦ କରାଯିବା ସହିତ ଆଜି ପର୍ଯ୍ୟନ୍ତ  ୪୫୫ ଟି ରାଜସ୍ୱ ଗ୍ରାମ ଓ ୪୨୬ ପଡାଗ୍ରାମକୁ ମିଶାଇ  ମୋଟ ୮୮୧ ଗ୍ରାମକୁ ପ୍ରଶାସନ ତରଫରୁ  ବାଲ୍ୟବିବାହ ମୁକ୍ତ  ଗ୍ରାମଭାବରେ ଘୋଷଣା କରାଯିବା ଓ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି, ଜିଲ୍ଲା ସମାଜ କଲ୍ଯାଣ ବିଭାଗ, ୟୁନିସେଫ ଓ ଆକ୍ସନଏଡର ମିଳିତ ପ୍ରୟାସରେ ଏକ  ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି   କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାର ସୂଚନା ଦେଇଥିଲେ   ।  ପରେ ପରେ  ଆକ୍ସନଏଡ ର ଜିଲ୍ଲା ପରାମର୍ଶଦାତା ଫକୀର ଚରଣ ରାଉତ ଶିଶୁ  ମାନଙ୍କର ସୁରକ୍ଷା  ଓ ବାଲ୍ୟ ବିବାହର  ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା  ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟକ୍ରମ  ଉପରେ ବୈଠକରେ ଉପସ୍ଥାପନା କରିଥିଲେ । 
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ, ଡ଼ିଏସପି ଚନ୍ଦ୍ରଶେଖର ହୋତା, ଜିଲ୍ଲା ମଙ୍ଗଳ ଅଧିକାରୀ ସୃମତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଡା ମଳୟ ତ୍ରିପାଠୀ, ସହକାରୀ ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ, ସହକାରୀ ଶ୍ରମ ଅଧିକାରୀ ଛୋଟରାୟ ଟୁଡୁ , ସହାୟକ ଯୋଗାଣ ଅଧିକାରୀ ଲକ୍ଷ୍ମଣ ରାଓ,  ବାଲ୍ୟବିବାହ ନିଷେଧ ଅଧିକାରୀ ସୁନିତା ଦେବୀ ତ୍ରିପାଠୀ,ଏସେ ଗୀତା, ଶୈଳେନ୍ଦ୍ରି ମହାନନ୍ଦ, ଯମୁନା ଭତ୍ରା, ଗୀତା ମହାରଣା, ବିରଜା ମୋହିନୀ ପାଙ୍ଗି ,କାଞ୍ଚନ ପଣ୍ଡା

ଗୀତାଞ୍ଜଳି ମିଶ୍ର,  ସୁରମା ମହାପାତ୍ର, ପ୍ରୋଟେସ୍କନ ଅଫିସର ବଳାପଦ୍ମା ,ଚାଇଲ୍ଡ ଲାଇନ ସଂଯୋଜକ ରବିନ୍ଦ୍ର ପ୍ରଧାନ, ୱାନଷ୍ଟପ କେନ୍ଦ୍ରର କର୍ମକର୍ତ୍ତା  ପ୍ରମୁଖ ଉପସ୍ଥିତ ରହିବା ସହିତ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ  ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ, ଶିଶୁ  ଶ୍ରମିକ ନିରାକରଣ ଏବଂ  ବାଲ୍ୟ ବିବାହର  ସମାପ୍ତ ଦିଗରେ  ନିଜର ମତାମତ ପ୍ରଦାନ କରିଥିଲେ। ଶେଷରେ ସହାୟକ ସମାଜ କଲ୍ଯାଣ ଅଧିକାରୀ ମଧୁସୂଦନ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like