-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଅପରାଧ

- ସ୍ତ୍ରୀ ହନ୍ତା ସ୍ୱାମୀ ଗିରଫ

07-Oct-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ ବାଣୀଗୋଛା ଥାନା ଗୁର୍ହା ଗ୍ରାମରୁ ଜଣେ ନିର୍ଯ୍ୟାତିତା ମହିଳାଙ୍କୁ ବନ୍ଦ କୋଠରୀ ଭିତରୁ ଉଦ୍ଧାର କରିଛି ବାଣୀଗୋଛା ପୋଲିସ୍ । ପ୍ରାପ୍ତ ସୂଚନା ଅନୁସାରେ, ଗୁର୍ହା ଗ୍ରାମର ପ୍ରକାଶ ନାୟକ ପ୍ରାୟ ଦୁଇବର୍ଷ ତଳେ ସନ୍ତୋଷିନୀ ବେହେରାଙ୍କୁ ପ୍ରେମ ବିବାହ କରିଥିଲାବେଳେ ତାଙ୍କର ଏକ ପୁତ୍ର ସନ୍ତାନ ମଧ୍ୟ ରହିଛି l ଦୁଇମାସ ତଳେ ପ୍ରକାଶ, ସନ୍ତୋଷୀନିଙ୍କୁ ବିଭିନ୍ନ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ୍ କରିବା ସହିତ ମାର୍ ଧର୍ ଆରମ୍ଭ କରିଦେଇଥିଲେ । ବାରମ୍ବାର ସନ୍ତୋଷୀନିଙ୍କୁ ବାପଘରୁ ମୋଟା ଅଙ୍କର ଯୌତୁକ ନ ଆଣିଲେ, ଜୀବନରେ ମାରିଦେବାକୁ ଧମକ୍ ମଧ୍ୟ ଦେଉଥିଲେ । ହେଲେ ତାଙ୍କ ବାପଘର ମୋଟା ଅଙ୍କର  ଯୌତୁକ ଦେବାକୁ ଅକ୍ଷମ ବୋଲି ସନ୍ତୋଷୀନି କହିବାରୁ କିଛିଦିନ ହେବ, ପ୍ରକାଶ ସନ୍ତୋଷୀନିଙ୍କୁ ଭୟଙ୍କର ମାଡ଼ମାରିବା ସହିତ ବ୍ଲେଡ୍ ରେ ଶରୀରର ବିଭିନ୍ନ ସ୍ଥାନକୁ ଅତି ଅମାନୁଷିକ ଭାବରେ କାଟି ଏକ କୋଠରୀ ଭିତରେ ବନ୍ଦ ରଖି, ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହିତ, ତାଙ୍କ ମୁଣ୍ଡ ନଣ୍ଡା କରି ଦେଇଥିଲେ । ସାହି ପଡିଶା ଏହାର ପ୍ରତିବାଦ କରିବାରୁ, ପ୍ରକାଶ ସାହି ପଡିଶାଙ୍କୁ ମଧ୍ଯ ଧମକ୍ ଦେଇଥିଲେ । ଗତ ଦୁଇଦିନ ତଳେ ପ୍ରକାଶ ଉତକ୍ଷିପ୍ତ ହୋଇ, ସନ୍ତୋଷୀନିଙ୍କ ମୁଣ୍ଡରେ ପଥର ପକାଇ ଜୀବନରେ ମାରିଦେବାକୁ ଚେଷ୍ଟା କରୁଥିବାବେଳେ, ସନ୍ତୋଷିନୀ କୌଶଳ କ୍ରମେ,  ଶ୍ବଶୁରଙ୍କୁ  ଜଣାଇବା ପରେ,ଶ୍ବଶୁର ବାଣୀଗୋଛା ଥାନା ଅଧିକାରୀଙ୍କୁ  ଜଣାଇଥିଲେ । ବାଣୀଗୋଛା ପୋଲିସ୍ ସନ୍ତୋଷିନୀକୁ ବନ୍ଦ କୋଠରୀରୁ ଅତ୍ୟନ୍ତ ଦୟନୀୟ ଓ ଆହତ ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇଥିବା ବେଳେ ଅଭିଯୁକ୍ତ ପ୍ରକାଶ ଫେରାର୍ ଥିଲା । ବାଣୀଗୋଛା ଥାନାଧିକାରୀ ସଂଜୟ କୁମାର ମଲ୍ଲିକ ବିଶେଷ ସୁତ୍ରରୁ ଖବରପାଇ, ଅଭିଯୁକ୍ତ ପ୍ରକାଶକୁ ଏକ ବାଇଗଣ ବାଡିରୁ ଗିରଫ କରିଛନ୍ତି । ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ବାଣୀଗୋଛା ଥାନାଧିକାରୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like