-+91-9937148622 |
prerana_bgr@rediffmail.com |
Friday 24th April 2026 |
R.N.I. Regd No. ODIODI/2010/46693
Breaking News
17-Oct-2022
ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପଂଚମହଲା ୫ଟି ମଡେଲ ହାଇସ୍କୁଲରେ ଫୁଟବଲ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଶ୍ରୀଧର ବାଘଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫୁଟବଲ ଖେଲ ଉପରେ ଦିଗଦର୍ଶନ ଦେବାସହ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଝସକେତନ ବଘାର, ଜୋନ୧ ଜିଲାପରିଷଦ ସଭ୍ୟା ବିଜୟଲକ୍ଷ୍ମୀ ତରାଇ, ସ୍ଥାନୀୟ ସରପଂଚ ଅଶୋକ ପଣ୍ଡା ଯୋଗଦେଇଥିଲେ । ଏହି ଅବଶରରେ ବିଦ୍ୟାଲୟକୁ ୭ଟି ଫୁଟବଲ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଲୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହିଥିଲେ ।