-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ପ୍ରଥମ ମହିଳା ଅଧ୍ୟକ୍ଷା ଭାବେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମୟୀ ମିଶ୍ର

20-Oct-2022



ଭୁବନେଶ୍ୱର : ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ(OB&OCWW)ର ପ୍ରଥମ ମହିଳା ଅଧ୍ୟକ୍ଷ ଭାବେ ଶ୍ରୀମତୀ ଶ୍ରୀମୟୀ ମିଶ୍ର ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ପୂର୍ବାହ୍ନରେ ଭୁବନେଶ୍ୱରର ଶ୍ରୀୟା ଛକ ନିକଟସ୍ଥ ବୋର୍ଡ କାର୍ଯ୍ୟାଳୟରେ ରାଜ୍ୟ ଶ୍ରମ ଆୟୁକ୍ତ ତଥା ବୋର୍ଡ ସଦସ୍ୟ ସଚିବ ଡଃ ଏନ୍ ଥିରୁମାଳା ନାଏକ ଓ ଅନ୍ୟ ଅଧିକାରୀମାନଙ୍କ ଉପସ୍ଥିତିରେ ଦାୟିତ୍ୱ ଗ୍ରହଣ କରିଛନ୍ତି ।  ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶକୁ ପାଥେୟ କରି ତୃଣମୂଳ ସ୍ତରରେ ଶ୍ରମିକ ଭାଇଭଉଣୀ ମାନଙ୍କ କଲ୍ୟାଣ ନିମନ୍ତେ କାର୍ଯ୍ୟ କରିବେ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି।

ଏହି ଅବସରରେ ବୋର୍ଡ ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ମାନବ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ ସରକାର ସର୍ବଦା ସେମାନଙ୍କ ପାଖରେ ବିକାଶକୁ ପହଂଚାଇବାକୁ ପ୍ରାଥମିକତା ଦେଇଆସୁଛନ୍ତି । ଏବେ ପ୍ରାୟ ୩୬ଲକ୍ଷ ନିର୍ମାଣ ଶ୍ରମିକ ପଞ୍ଜିକୃତ ହୋଇଛନ୍ତି ତଥା ସେମାନଙ୍କର କଲ୍ୟାଣ ନିମନ୍ତେ ରାଜ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ କାର୍ଯ୍ୟ କରି ଆସୁଛି । ବିଭିନ୍ନ ଯୋଜନାରେ ବୋର୍ଡ ପକ୍ଷରୁ ଚଳିତବର୍ଷ ମାର୍ଚ୍ଚ ଶେଷସୁଦ୍ଧା ମୋଟ ପ୍ରାୟ ୨୪ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ମୋଟ ୨୬୬୩ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇସାରିଛି । 

ଆଗାମୀ ଦିନରେ ରାଜ୍ୟବ୍ୟାପୀ ଅଧିକରୁ ଅଧିକ ନିର୍ମାଣ ଶ୍ରମିକଙ୍କୁ ପଞ୍ଜିକୃତ କରାଇବା ସହ ସେମାନଙ୍କ ନିକଟରେ ଯୋଜନାଗୁଡ଼ିକର ସୁଫଳ ତୃଣମୂଳ ସ୍ତରରେ ପହଂଚାଇବା ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯିବ । ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ବୋର୍ଡରେ ରାଜ୍ୟ ସରକାରଙ୍କ ‘ଫାଇଭ-ଟି’ ଉପକ୍ରମ ଓ ‘ମୋ ସରକାର’ ମତାମତ ସଂଗ୍ରହ ପ୍ରକ୍ରିୟାକୁ ସଠିକ କାର୍ଯ୍ୟକାରୀ କରାଇ ବୋର୍ଡର କାର୍ଯ୍ୟକୁ କିଭଳି ଆହୁରି ଅଧିକ ସହଜ ଓ ଲୋକାଭିମୁଖୀ କରାଯାଇ ପାରିବ ସେ ଦିଗରେ ପଦକ୍ଷେପ ନିଆଯିବ ।

ପୁଣିଥରେ ମୋ’ ଉପରେ ଭରସା କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପଞ୍ଜିକୃତ ଗରିବ ନିର୍ମାଣ ଶ୍ରମିକମାନଙ୍କ କଲ୍ୟାଣ ନିମନ୍ତେ ଯେଉଁ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦ ତଥା ସମସ୍ତଙ୍କ ସହଯୋଗରେ ସୁଚାରୂ ରୂପେ ତୁଲାଇବାକୁ ପ୍ରୟାସ କରିବି ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି ।

ଉଲ୍ଲେଖଯୋଗ୍ୟ, ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷ ଭାବେ ଶ୍ରୀମତୀ ମିଶ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ବୋର୍ଡର ଅଧ୍ୟକ୍ଷ ଭାବେ ସୁବାସ ସିଂ ଓ ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ କାର୍ଯ୍ୟ କରିସାରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like