-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ରାଜ୍ୟ

ଆସନ୍ତାକାଲିଠାରୁ ଏସ୍‌ସିବିରେ ପାଠପଢ଼ା, ୭ରେ ପରୀକ୍ଷା

30-Nov-2020



କଟକ (ପ୍ରେରଣା ଖବର) : ଜାତୀୟ ମେଡିକାଲ କମିସନ(ଏନ୍‍ଏମ୍‍ସି)ଙ୍କ ନିର୍ଦେଶକ୍ରମେ ପହିଲାରୁ ରାଜ୍ୟର ମେଡିକାଲ କଲେଜଗୁଡିକରେ ଶିକ୍ଷାଦାନ ଆରମ୍ଭ ହେବ। ୧ରୁ ଶିକ୍ଷାଦାନ ହେବାକୁ ଥିବାବେଳେ ୭ତାରିଖରୁ ଏମ୍‌ବିବିଏସ୍‌ ପ୍ରଥମବର୍ଷ ପରୀକ୍ଷା ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏନ୍‌ଏମସି ଫେବୃଆରୀ ମାସ ସୁଦ୍ଧା ପ୍ରଥମ ବର୍ଷ ପରୀକ୍ଷା ଶେଷ କରିବାକୁ ନିର୍ଦେଶ ଦେଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଦ୍ୟାର୍ଥୀଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ ହେବାକୁ ସମୟ ନ ଦେଇ ତରବରିଆଏଭଳି ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହାକୁ ନେଇ ମେଡିକାଲ ଛାତ୍ରଛାତ୍ରୀ, ଅଭିଭାବକ ଓ ଅଧ୍ୟାପକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ୨୦୧୯ ନଭେମ୍ବରରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଡାକ୍ତରୀ ଶିକ୍ଷାବର୍ଷ କ୍ୟାଲେଣ୍ଡର ପ୍ରକାଶ ପାଇଁ ନିଷ୍ପତ୍ତି ହୋଇଥିଲେ ମଧ୍ୟ ତାହା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଏମିତିକି ଖୋଦ ସ୍ୱାସ୍ଥ୍ୟସଚିବ ଏ ଦିଗରେ ସ୍ପଷ୍ଟ ନିର୍ଦେଶ ଦେଇଥିଲେ ମଧ୍ୟ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ତାହାକୁ ପାଳନ ନ କରି ମନଇଚ୍ଛା ମେଡିକାଲ ପରୀକ୍ଷା ପରିଚାଳନା କରୁଥିବା ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏନଏମସି ଫେବୃଆରୀ ପର୍ଯ୍ୟନ୍ତ ଅବଧି ଦେଇଥିବାବେଳେ କାହା ସ୍ୱାର୍ଥରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆସନ୍ତା ୭ରୁ ପ୍ରଥମବର୍ଷ ଏମବିବିଏସ ପରୀକ୍ଷା କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି, ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

*କୋଭିଡ-୧୯ ଯୋଗୁଁ ମାର୍ଚ୍ଚ ମାସରୁ ମେଡିକାଲ କଲେଜରେ ଶିକ୍ଷାଦାନ ବନ୍ଦ ରହିଛି। ଏମିତିକି ଏମବିବିଏସ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ପାଠ ପଢାରୁ ବଞ୍ଚିତ ହୋଇଛନ୍ତି। ଅନ୍ୟ ମେଡିକାଲ କଲେଜଗୁଡିକରେ ଅନଲାଇନରେ ଶିକ୍ଷାଦାନ ଆରମ୍ଭ ହୋଇଥିଲେ ମଧ୍ୟ ଏସ୍‌ସିବି ମେଡିକାଲରେ ବହୁ ବିଳମ୍ବରେ ତାହା ଆରମ୍ଭ ହୋଇଥିଲା। କୋଭିଡ-୧୯ ସଂକ୍ରମଣ ହ୍ରାସ ପାଇବା ପରେ ଏନଏମସି ପକ୍ଷରୁ ମେଡିକାଲ କଲେଜଗୁଡିକରେ ଅଫଲାଇନ(ଶ୍ରେଣୀଗୃହ) ଶିକ୍ଷାଦାନ ଆରମ୍ଭ କରିବାକୁ ସବୁ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଥିଲେ। ଏନଏମସି ନିର୍ଦେଶ ପରେ ରାଜ୍ୟ ସରକାର ଡିସେମ୍ବର ୧ରୁ ମେଡିକାଲ କଲେଜରେ ଅଫଲାଇନ ଶିକ୍ଷାଦାନ ଆରମ୍ଭ ହେବ। ଯଦିଓ ଏହାର ଯଥେଷ୍ଟ ପୂର୍ବରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ସମ, କିମସ ଏବଂ ହାଇଟେକ ମେଡିକାଲ କଲେଜରେ ଅଫଲାଇନ ଶିକ୍ଷା ଆରମ୍ଭ ହୋଇଛି। ୧ରୁ ଶିକ୍ଷାଦାନ ଆରମ୍ଭ ହେବାକୁ ଥିବାବେଳେ ୭ତାରିଖରେ ପ୍ରଥମବର୍ଷ ଏମବିବିଏସ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ଏନଏମସି ଏବଂ ସ୍ୱାସ୍ଥ୍ୟ ସଚିବଙ୍କ ନିର୍ଦେଶକୁ ନ ମାନି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ତରବରିଆ ଭାବେ ପରୀକ୍ଷା ଆୟୋଜନ ନିଷ୍ପତ୍ତି ନେଇଛନ୍ତି। ଉଭୟ ହାଇଟେକ ଓ ଏସସିବି ମେଡିକାଲ କଲେଜ ବିଦ୍ୟାର୍ଥୀ ଏହି ପରୀକ୍ଷା ଦେବେ। ନଭେମ୍ବର ୨୦ରୁ ହାଇଟେକ ମେଡିକାଲ କଲେଜରେ ଶିକ୍ଷାଦାନ ଆରମ୍ଭ ହୋଇଥିବାବେଳେଏ ପର୍ଯ୍ୟନ୍ତ ଏସସିବିରେ ଆରମ୍ଭ ହୋଇନି। ଶ୍ରେଣୀଗୃହ ଶିକ୍ଷାଦାନ ଆରମ୍ଭ ହୋଇନଥିବାବେଳେ ହଠାତ ପରୀକ୍ଷା ଆୟୋଜନକୁ ନେଇ ବିଦ୍ୟାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟ ମେଡିକାଲ କଲେଜଗୁଡିକରେ ପରୀକ୍ଷା ପାଇଁ ପ୍ରସ୍ତୁତ ହେବାକୁ ବିଦ୍ୟାର୍ଥୀଙ୍କୁ ଯଥେଷ୍ଟ ସମୟ ଦିଆଯାଇଥିବାବେଳେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏସ୍‌ସିବି ଓ ହାଇଟେକ ଛାତ୍ରଙ୍କ ପାଇଁ ସ୍ୱଳ୍ପ ସମୟ ଦେବାକୁ ନେଇ ଅଭିଭାବକ ମଧ୍ୟ। ଏନଏମସି ମାର୍ଗଦର୍ଶିକାକୁ ସମ୍ପୂର୍ଣ୍ଣ ଉଲ୍ଲଙ୍ଘନ କରି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଥିବା ବହୁ ଅଭିଭାବକ ଅଭିଯୋଗ କରିଛନ୍ତି। ବ୍ରହ୍ମପୁର ମେଡିକାଲ କଲେଜରେ ଜାନୁଆରୀରେ ପ୍ରଥମବର୍ଷ ଏମ୍‌ବିବିଏସ୍‌ ପରୀକ୍ଷା ପାଇଁ ସମୟ ଧାର୍ଯ୍ୟ ହୋଇଛି। କେବଳ ବିଳମ୍ବରେ ପରୀକ୍ଷା ପରିଚାଳନା କରିବା ନୁହେଁ, ଏକାଧିକ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଯୋଗୁଁ ବହୁ ମେଧାବୀ ଡାକ୍ତର ଛାତ୍ରଛାତ୍ରୀ ସର୍ବଭାରତୀୟ ପିଜି ପରୀକ୍ଷା ଦେବାକୁ ବଞ୍ଚିତ ହେଉଛନ୍ତି। ବାରମ୍ବାର ଏ ସମ୍ପର୍କରେ ଅଭିଯୋଗ ହେବା ପରେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ସମସ୍ତ ମେଡିକାଲ କଲେଜ ପାଇଁ ଏକକ ଶିକ୍ଷାବର୍ଷ କ୍ୟାଲେଣ୍ଡର ପ୍ରସ୍ତୁତ କରିବାକୁ ନିର୍ଦେଶ ଦେଇଥିଲେ। ଏ ପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ହୋଇପାରିନାହିଁ। ଶିକ୍ଷାବର୍ଷ କ୍ୟାଲେଣ୍ଡର ନଥିବାରୁ ସୁବିଧା ଅନୁଯାୟୀ ବିଭିନ୍ନ ମେଡିକାଲ କଲେଜ ପାଠ ପଢା ଓ ପରୀକ୍ଷା ଆରମ୍ଭ କରୁଛନ୍ତି। ଏଥିପାଇଁ ଉତ୍କଳବିଶ୍ବବିଦ୍ୟାଳୟ ଅଧିନସ୍ଥ ମେଡିକାଲ କଲେଜଗୁଡିକର ଛାତ୍ରଛାତ୍ରୀ ସର୍ବାଧିକ କ୍ଷତିଗ୍ରସ୍ତ ହେଉଛନ୍ତି। ଏ ଦିଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଓ ସଚିବ ପଦକ୍ଷେପ ନେବା ସହ ପରୀକ୍ଷା ଘୁଞ୍ଚାଇବାକୁ ବହୁ ଅଭିଭାବକ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like