-+91-9937148622 |
prerana_bgr@rediffmail.com |
Tuesday 21st April 2026 |
R.N.I. Regd No. ODIODI/2010/46693
Breaking News
22-Oct-2022
ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଅନ୍ତର୍ଗତ ଯୋଗୀସର୍ଡା ହରିହର ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ସୁରଭି କାର୍ଯକ୍ରମକୁ ସଭାପତିତ୍ବ କରିଥିଲେ ପ୍ରଧାନ ଶିକ୍ଷକ ଶ୍ରୀ ଅଶୋକ କୁମାର୍ ତ୍ରୀପାଠୀ l ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ ଲୋଇସିଂହା ବିଧାୟକ ଡକ୍ଟର ମୁକେଶ ମହାଳିଙ୍ଗ ମହୋଦୟ l ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ଥିଲେ ଅବସର ପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତଥା ଯୋଗୀଶର୍ଡl ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ଶ୍ରୀଯୁକ୍ତ ହେମସାଗର ନନ୍ଦ ଏବଂ ମଞ୍ଚ ପରିଚାଳନା କରିଥିଲେ ପ୍ରଧାନ ଶିକ୍ଷକ ଶ୍ରୀ ବିରେନ୍ଦ୍ର ରଣା ଓ ସମ୍ମାନିତ ଅତିଥି ଭାବରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଟଙ୍କଧର ଭୋଇ, ସିଆରସିସି ଶ୍ରୀ ସୁରେଶ ଚନ୍ଦ୍ର ଭୋଇ l ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ବରିଷ୍ଠ ଶିକ୍ଷକ ଡୋଲାମଣି ସାହୁ l ଏହି ସୁରଭି କାର୍ଯକ୍ରମରେ ଉପସ୍ଥିତ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗିତା ଓ ସଂସ୍କୃତିକ କାର୍ଯ୍ୟକ୍ରମ କରାଯାଇ ସେମାନଙ୍କୁ ପୁରସ୍କୃତ କରାଗଲା l