-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ପର୍ଯ୍ୟଟନ ମନ୍ତ୍ରୀଙ୍କ ସହ ହୋଟେଲ ମାଲିକ ସଂଘର ଆଲୋଚନା, ‘ହରିଶଙ୍କର ରୋପୱେ ପାଇଁ ଶହେ କୋଟି ଟଙ୍କାର ପ୍ରସ୍ତାବ’

23-Oct-2022



ବଲାଙ୍ଗିର(ପ୍ରେରଣା ଖବର):ବଲାଙ୍ଗିର ଜିଲାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ତଥା ପର୍ଯ୍ୟଟକଙ୍କୁ ଆକୃଷ୍ଠ କରିବା ପାଇଁ ବଲାଙ୍ଗିର ଜିଲା ହୋଟେଲ ମାଲିକ ସଂଘର ଏକ ପ୍ରତିନିଧି ଦଳ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଓ ବିଭାଗୀୟ ନିର୍ଦ୍ଦେଶକଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ପ୍ରତିନିଧି ଦଳ ବିଭିନ୍ନ ପ୍ରସଙ୍ଗରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ସହ ପଦକ୍ଷେପ ନେବାକୁ ଆଲୋଚନା କରିଥିବା ଜଣାପଡିଛି । 
  ରାଜ୍ୟ ସରକାର ବଲାଙ୍ଗିର ଜିଲାର ହରିଶଙ୍କର ଓ ବରଗଡ ଜିଲା ନୃସିଂହନାଥ ମନ୍ଦିର ମଧ୍ୟରେ ରୋପୱେ ନିର୍ମାଣ ପାଇଁ ପ୍ରସ୍ତାବ ରଖିଥିଲେ । କିନ୍ତୁ ଏହା ବାତିଲ ହୋଇଯାଇଥିବା ଜଣାପଡିଥିଲା । ଯାହାକୁ ନେଇ ବଲାଙ୍ଗିର ଜିଲାର ବିଭିନ୍ନ ଅଞ୍ଚଳରେ ବିରୋଧ, ଧାରଣା ପ୍ରଦର୍ଶନ କରାଯାଉଥିଲା । ହରିଶଙ୍କର-ନୃସିଂହନାଥ ପର୍ଯ୍ୟଟନ କ୍ଷେତ୍ର ବୁଲିବାକୁ ହେଲେ ସଡକ ପଥରେ ୬୦ କିଲୋମିଟର ଅତିକ୍ରମ କରିବାକୁ ପଡେ । ରୋପୱେ କରାଗଲେ ଏହା ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ । ଏଥିସହିତ ୨ ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ସହ ବିଭିନ୍ନ କ୍ଷେତ୍ରର ଆର୍ଥିନୈତିକ ଉନ୍ନତିକରଣ ହେବ । ବଲାଙ୍ଗିର ଜିଲା ହୋଟେଲ ମାଲିକ ସଂଘର ସଭାପତି ଜୟପ୍ରକାଶ ପୁରୋହିତ, ସଂପାଦକ ରବି ରଞ୍ଜନ ପୂଜାରୀ, ବରିଷ୍ଠ ସଦସ୍ୟ ଅଶୋକ ପାଢୀ, ରାମ ଦାଶ ପ୍ରମୁଖ ପୁରୀର ଏକ ଘରୋଇ ହେଟେଲରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଓ ବିଭାଗୀୟ  ନିର୍ଦ୍ଦେଶକ ସଚିନ ଆର୍ ଯାଦବଙ୍କୁ ସାକ୍ଷାତ କରି ରୋପୱେ ସଂପର୍କରେ ଆଲୋଚନା କରି ଉପରୋକ୍ତ ମତ ରଖିଥିଲେ । ପ୍ରମୁଖ ସଚିବ ଶ୍ରୀ ଯାଦବ ରୋପୱେ ପାଇଁ ଶହେ କୋଟି ଟଙ୍କାର ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଦିଆଯାଇଛି । ପ୍ରସ୍ତାବ ଅନୁମୋଦିତ ହେଲେ ରୋପୱେ କାମ ତ୍ୱରାନ୍ୱିତ ହେବ ବୋଲି ପ୍ରତିନିଧି ଦଳଙ୍କୁ ସୂଚନା ଦେଇଥିଲେ । 
  ଏହି ଅବସରରେ ବଲାଙ୍ଗିର ଜିଲା ହୋଟେଲ ମାଲିକ ସଂଘର ପ୍ରତିନିଧି ଦଳ ହରିଶଙ୍କର, ରାଣୀପୁର ଝିରଆଲରେ ଥିବା ଚଉଷଠି ଯୋଗିନୀ ପୀଠ ତଥା ଅନ୍ୟାନ୍ୟ ମନ୍ଦିରର ବିକାଶ, କିଛି ଅନାଲୋଚିତ ପର୍ଯ୍ୟଟନ କ୍ଷେତ୍ରର ପ୍ରଚାର ପ୍ରସାର କରାଗଲେ ପର୍ଯ୍ୟଟକମାନେ ଆକୃଷ୍ଠ ହେଇପାରନ୍ତେ ବୋଲି ମତ ରଖିଥିଲେ । ମନ୍ତ୍ରୀ ଶ୍ରୀ ପାତ୍ର ହରିଶଙ୍କରର ଉନ୍ନୟନ ପାଇଁ ପ୍ରଥମ ପର୍ଯ୍ୟାୟରେ ୪୦ କୋଟି ଟଙ୍କା ମଞ୍ଜୁର ହୋଇସାରିଥିବା ସୂଚନା ଦେଇଥିଲେ । ଆଉ ୨୦୨୩ ମଧ୍ୟରେ ଏହି ବିକାଶ କାମ ଶେଷ ହେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଥିଲେ । ସେହିପରି ବିଦ୍ୟୁତ ଯୋଗାଣ ସହ ଅନ୍ୟାନ ସମସ୍ୟା ସଂପର୍କରେ ହୋଟେଲ ମାଲିକ ସଂଘ ପ୍ରତିନିଓି ଦଳ ମନ୍ତ୍ରୀ ଶ୍ରୀ ପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହିକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ଶ୍ରୀ ଯାଦବ କମ୍ ଦିନ ମଧ୍ୟରେ ବଲାଙ୍ଗିର ଜିଲା ଗସ୍ତ କରି ପର୍ଯ୍ୟଟନ କ୍ଷେତ୍ରର କାମ ତଦାରଖ କରିବେ । ପର୍ଯ୍ୟଟକଙ୍କୁ ଆକର୍ଷିତ କଲା ଭଳି ଅନ୍ୟ କୌଣସି ସ୍ଥାନ ଥିଲେ ସେହି ଅଞ୍ଚଳ ଦେଖି ତା’ ପାଇଁ କ’ଣ ପଦକ୍ଷେପ ବିଭାଗ ନେଇପାରିବ; ସେଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ପ୍ରତିନିଧି ଦଳଙ୍କୁ ପ୍ରତିଶ୍ରୁତି ଦେଇଥିବା ସଂଘର ସଂପାଦକ ଶ୍ରୀ ପୂଜାରୀ ଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like