-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||     

HOME   ଜିଲ୍ଲା

-ଜିଲ୍ଲାର ଚାଷ ଓ ଚାଷୀଙ୍କ ଅର୍ଥନୈତିକ ବିକାଶ ଉପରେ ଗୁରୁତ୍ୱାରୋପ

03-Nov-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଅସିତ ତ୍ରିପାଠୀ ଗତକାଲି ଓ ଆଜି ଦୁଇଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତ ରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଗତକାଲି ସଇଁତଳା ଠାରେ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠି ରୁ ନିର୍ମିତ ୨୦୦୦ ଲିଟର କ୍ଷମତା ସମ୍ପନ୍ନ ଦୁଗ୍ଧ ଶୀତଳିକରଣ କେନ୍ଦ୍ର ଓ ୫ ହଜାର କ୍ଷମତା ସମ୍ପନ୍ନ ଦୁଗ୍ଧ ଟ୍ୟାଙ୍କର କୁ ଜଳ ସମ୍ପଦ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଙ୍କ ସହ ଉଦଘାଟନ କରିଥିଲେ । ଏହି ଉଦଘାଟନୀ କାର୍ଯକ୍ରମ ଉପଲକ୍ଷେ ଅନୁଷ୍ଠିତ ଦୁଗ୍ଧ ଚାଷୀ ସଚେତନତା ସଭା ରେ ଉଦବୋଧନ ଦେଇ ଚାଷୀ ମାନଙ୍କର ଯେପରି ଅର୍ଥନୈତିକ ଅଭିବୃଦ୍ଧି ହୋଇପାରିବ ସେଥିପ୍ରତି ସରକାର ବିଶେଷ ଗୁରୁତ୍ୱ ପ୍ରଦାନ କରୁଛନ୍ତି । ଚାଷୀ ମାନେ ଉତ୍ସାହିତ ହେଲେ ସରକାର ସମସ୍ତ ପ୍ରକାର ଆନୁସାଙ୍ଗିକ ସୁବିଧା ସୁଯୋଗ ଯୋଗାଇଦେବେ । ଚାଷୀ ମାନେ ଧାନ ଚାଷ ବ୍ୟତିତ ଅନ୍ୟାନ୍ୟ ଅର୍ଥକାରୀ ଫସଲ କାଲେ ବିଶେଷ ଲାଭବାନ ହୋଇପାରିବେ ବୋଲି ସେ ପ୍ରକାଶ କରିଥିଲେ । ପର୍ଯ୍ୟାପ୍ତ ଦୁଗ୍ଧ ଉତ୍ପାଦନ ହେଲେ ଏଠାରେ ଏକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଳାଣ୍ଟ ପ୍ରତିଷ୍ଠା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଥିଲେ ।

ଏତଦବ୍ୟତୀତ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠି ରୁ ନିର୍ମିତ ଅଭ୍ୟର୍ଥନା ପ୍ରକୋଷ୍ଠ ର ଉଦଘାଟନ କରିଥିଲେ । ଏହି ପ୍ରକଳ୍ପ ହେଲେ ବଲାଙ୍ଗିର ସହର ବାସୀ ବିଶେଷ ଉପକୃତ ହେବା ସହ ଟ୍ରାଫିକ ନିୟନ୍ତ୍ରଣରେ ମଧ୍ୟ ବେଶ ସହାୟକ ହେବ ବୋଲି ପ୍ରକାଶ କରିଥିଲେ । ଏହି କାର୍ଯକ୍ରମ ରେ ଓଡିଶା ଗୃହ ନିର୍ମାଣ ବୋର୍ଡ ର ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହ ଦେଓ ,ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷ । ଲିକା ସାହୁ , ପଶ୍ଚିମ ଓଡିଶା ବିକାଶ ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼ଃ ଅଜିତ କୁମାର ମିଶ୍ର, ଜିଲ୍ଲାପାଳ ଚଞ୍ଚଳ ରାଣା ,ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର ପ୍ରମୁଖ ଉପସ୍ଥିତ ଥିଲେ । ସେଠାରୁ ସେ ବଲାଙ୍ଗିରର ନୂତନ ବସ ଟର୍ମିନାଲ କୁ ପରିଦର୍ଶନ ରେ ଯାଇ ପରିଚାଳନା ବ୍ୟବସ୍ଥାର ତଦାରଖ କରିବା ସହ ଓଏସଆରଟିସି କର୍ତୃପକ୍ଷ ଏବଂ ପ୍ରାଇଭେଟ ବସ ମାଲିକ ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ଶକ୍ତି କାଫେ ପରିଦର୍ଶନ କରିଥିଲେ । ପରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ତ୍ରିପାଠୀ ବଲାଙ୍ଗିର ସହରରେ ଭଲ୍ଟ ଏଗ୍ରୋଟେକ ଦ୍ୱାରା ପରିଚାଳିତ ପାସ୍ତା ପ୍ଳାଣ୍ଟ ପରିଦର୍ଶନ କରିଥିଲେ । ସେଠାରୁ ସେ ବଲାଙ୍ଗିର ସହରରେ ଥିବା ପ୍ରିଣ୍ଟିଙ୍ଗ ଓ ପ୍ୟାକେଜିଂ ୟୁନିଟ ଦେବଶ୍ରୀ ଟ୍ରେଡ଼ର୍ସ ପରିଦର୍ଶନରେ ଯାଇ ସେଠାରେ କାର୍ଯ୍ୟ କରୁଥିବା କର୍ମଚାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଅପରାହ୍ନରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ତ୍ରିପାଠୀ ବଲାଙ୍ଗିର ର ଜୀବନ ରେଖା କୁହାଯାଉଥିବା ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନ ରେ ଯାଇ ଡ୍ୟାମ ଓ ସ୍ପିଳୱେ ନିର୍ମାଣ କାର୍ଯ୍ୟ ର ଅଗ୍ରଗତି ,ବାମ ପାର୍ଶ୍ୱ ଭୂତଳ ପାଇପ ଜଳସେଚନ ନେଟୱାର୍କ ପ୍ରଣାଳୀ, ଡାହାଣ ପାର୍ଶ୍ୱ ଭୂତଳ ପାଇପ ଜଳସେଚନ ନେଟୱାର୍କ ପ୍ରଣାଳୀ କାର୍ଯ୍ୟ ସମ୍ପର୍କରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ନିରଞ୍ଜନ ରାଉତ ତଥା କାର୍ଯ୍ୟ ନିର୍ବାହୀ ସଂସ୍ଥା ର ଅଧିକାରୀ ଓ ବିଭାଗୀୟ ଯନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ । ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ ର ଡ୍ୟାମ ଓ ସ୍ପିଳୱେ ନିର୍ମାଣ କାର୍ଯ୍ୟ ର ଅଗ୍ରଗତି ସମ୍ପର୍କରେ ସେ ସନ୍ତୋଷ ପ୍ରକାଶ କରିଥିଲେ । ପରେ ସେ ଲର୍କିପାଳି ସ୍ଥିତ ଆଞ୍ଚଳିକ କୃଷି ସଂପ୍ରସାରଣ ତାଲିମ ପ୍ରତିଷ୍ଠାନ କୁ ଯାଇ ସେଠାରେ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଅନ୍ତର୍ଗତ ଜିଲ୍ଲା ସ୍ତରୀୟ କାର୍ମଶାଳା ରେ ଯୋଗଦେଇ ଯୋଜନା ସମ୍ପର୍କରେ ଉପସ୍ଥିତ କୃଷି ଉଦ୍ୟୋଗୀ ମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । ଧାନ ଚାଷ ବ୍ୟତୀତ ଅନ୍ୟ ଅର୍ଥକାରୀ ଫସଲ କରିବା ସମ୍ପର୍କରେ ଚାଷୀ ମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ସଚେତନ କରିବାକୁ କୃଷି ବିଭାଗ ର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । କମ ଜମିରେ କିପରି ଅର୍ଥକାରୀ ଫସଲ କରି ଚାଷୀ ମାନେ ଲାଭବାନ ହୋଇପାରିବେ ସେ ସମ୍ପର୍କରେ ମଧ୍ୟ ପରାମର୍ଶ ଦେବାକୁ ସେ କୃଷି ବିଭାଗର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ସେ ଏହି ଅବସରରେ ଚାଷୀ ମାନଙ୍କୁ କେବଳ ଧାନ ଚାଷ ନକରି ଅନ୍ୟାନ୍ୟ ଅଣଧାନ ଅଧିକ ଲାଭକାରୀ ଚାଷ କରିବା ଉପରେ ପରାମର୍ଶ ଦେଇଥିଲେ, ଯାହା ଦ୍ୱାରା ଜିଲ୍ଳା ର ଚାଷ ଓ ଚାଷୀ ଙ୍କ ଅର୍ଥନୈତିକ ଅଭିବୃଦ୍ଧି ହୋଇପାରିବ କ୍ଷ ଚାଷୀ ମାନଙ୍କ ଦକ୍ଷତା ବିକାଶ ନିମନ୍ତେ ନିୟମିତ ତାଲିମ ପ୍ରଦାନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ପରେ ସେ ଜିଲ୍ଲାପାଳ ଙ୍କ କାର୍ଯ୍ୟ ।ଲୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ର ଟେରାକୋଟା କାରିଗର ମାନଙ୍କ ସମାବେଶ ରେ ଯୋଗଦେଇ ସେମାନେ ପ୍ରସ୍ତୁତ କରୁଥିବା ସାମଗ୍ରୀ ,ବଜାର ବ୍ୟବସ୍ଥା, ଅର୍ଥନୈତିକ ଅଭିବୃଦ୍ଧି ସମ୍ପର୍କରେ ପଚାରି ବୁଝିଥିଲେ । ଟେରାକୋଟା କାରିଗର ମାନଙ୍କ ଦକ୍ଷତା ବିକାଶ ନିମନ୍ତେ ପ୍ରସ୍ତାବିତ ଦକ୍ଷତା ବିକାଶ କେନ୍ଦ୍ରର ପ୍ରସ୍ତାବନା ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ରାଣା ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଅବଗତ କରିଥିଲେ ।ଗତକାଲି ଏଠାରେ ରାତ୍ରି ଯାପନ କରି ଆଜି ସକାଳୁ ଲୋଇସିଂହା ବ୍ଲକ ସିଙ୍ଘାଣି ମୁଣ୍ଡା ଓ ବାଦୀ ମୁଣ୍ଡା ରେ ଲେମନ ଗ୍ରାସ ଓ ଧାନ ବିହନ ପ୍ରକ୍ରିୟା କରଣ କେନ୍ଦ୍ରକୁ ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ ଙ୍କ ଯିବା କାର୍ଯ୍ୟକ୍ରମ ଥିଲା ତାକୁ ବାତିଲ କରି ଆଜି ଫେରିଯାଇଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026

You Might Also Like