-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଅନ୍ଧାରରେ ଡୁମ୍ପୁରୀଛକ, ଅସୁରକ୍ଷିତ ଯାତ୍ରୀ

11-Nov-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ  ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଡୁମ୍ପୁରୀଛକ ଏବେ ଅନ୍ଧାରରେ ଘେରରେ ରହିଛି। ଏହି ଛକ ଉପରେ ଅନେକ ଗ୍ରାମର ବହୁ ସଂଖ୍ୟକ ଜନସାଧାରଣ ନିର୍ଭର କରିଥାନ୍ତି। ସକାଳ ଠାରୁ ମଧ୍ୟ ରାତ୍ରୀ ପର୍ଯ୍ୟନ୍ତ ଏହି ଛକ ନିକଟରେ ବିଭିନ୍ନ ସ୍ଥାନକୁ ଯିବା ପାଇଁ ଯାତ୍ରୀ ମାନେ ଅପେକ୍ଷା କରିଥାନ୍ତି। ଦିନ ବେଲା ଯାତ୍ରୀ ମାନେ ଏଠାରେ ଥିବା ଦୋକାନ ପାଖରେ ଆଶ୍ରୟ ନେଇ ବସ କୁ ଅପେକ୍ଷା କରିଥାନ୍ତି। ଖରା, ବର୍ଷା,କାକରକୁ ସମ୍ମୁଖୀନ କରି  ନିଜ ଗନ୍ତବ୍ୟ ସ୍ଥଳକୁ ଯିବା ପାଇଁ ବିଭିନ୍ନ ଯାନବାହାନ କୁ ଅପେକ୍ଷା କରିଥାନ୍ତି।‌ ହେଲେ ବହୁତ ଦୁଃଖର କଥା ଏଠାରେ ପିଇବା ପାଣି ର ବ୍ୟବସ୍ଥା ନଥିବାରୁ ଯାତ୍ରୀ ମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଆଶ୍ରୟ ନେବା ପାଇଁ ବିଶ୍ରାମ ଗୃହ ଥିଲେ ମଧ୍ୟ ତାହା ଜରାଜୀର୍ଣ୍ଣ ଓ ବିପଦପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଏଠାରେ ନଳକୂପ ଥିଲେ ମଧ୍ୟ ଦୀର୍ଘ ବର୍ଷ ହେବ ଅଚଳ ଅବସ୍ଥାରେ ପଡ଼ିରହିଛି।‌  ଏହି ଅଚଳ ନଳକୂପ ରାସ୍ତା ମଝିରେ ରହିଥିବା ଯୋଗୁଁ ବିଭିନ୍ନ ସମୟରେ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ସ୍ଥାନୀୟ ଲୋକେ କହିଛନ୍ତି।  ଏଥିପ୍ରତି ସ୍ଥାନୀୟ ପ୍ରଶାସନ ଦୃଷ୍ଟି ଦେବା ପାଇଁ ଅସମର୍ଥ।‌ ଏହି ଛକ ଉପରେ ବିଦ୍ୟୁତ ଆଲୁଅ ବ୍ୟବସ୍ଥା ନଥିବାରୁ ସନ୍ଧ୍ୟା ସମୟରେ ଯାତ୍ରୀ ମାନେ ଅସୁରକ୍ଷିତ ଭାବରେ ରାତ୍ରି ବସ କୁ ଯୋଗି ରହୁଛନ୍ତି। ଏଠାରେ ଅପେକ୍ଷା କରୁଥିବା ଯାତ୍ରୀମାନେ ଅସାମାଜିକ ଯୁବକଙ୍କ ଆକ୍ରମଣ ର ଶିକାର ହେଉଥିବା ବିଭିନ୍ନ ସମୟରେ ଶୁଣିବାକୁ ମିଳିଛି। ଏହି ଛକ ଠାରେ ଗତ ସପ୍ତାହରେ ଭୁବନେଶ୍ୱର ବଡ ମେଡିକାଲକୁ ଯିବାପାଇଁ  ଦୁଇ ଜଣ ଯାତ୍ରୀ ବସକୁ ଅପେକ୍ଷା କରିଥିଲେ।‌ ଅନ୍ଧାରର ସୁଯୋଗ ନେଇ ଦୁର୍ବୃତ୍ତ ମାନେ ଏମାନଙ୍କ ଠାରୁ ଟଙ୍କା ଲୁଟି ନେଇଥିଲେ। ଏହି ଛକ ଦେଇ ପ୍ରତେକ ଦିନ କଟକ,‌ଭୁବନେଶ୍ଵର, ରେଢ଼ାଖୋଲ,‌ସମ୍ବଲପୁର, ବଲାଙ୍ଗିର ତଥା ବିଭିନ୍ନ ସ୍ଥାନକୁ ଯାନବାହାନ ଯିବା ପାଇଁ ଜନସାଧାରଣ ଅପେକ୍ଷା କରିଥାନ୍ତି। ଏହା ପାଖରେ ପ୍ରସିଦ୍ଧ ଶୈବପୀଠ ଗୋଧନେଶ୍ଵର ମନ୍ଦିର ରହିଛି। ଫଲରେ ସକାଳ ହେବା ମାତ୍ରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଏହି ଛକ ଦେଇ ଯିବା ଆସିବା କରିଥାନ୍ତି। ଏନେଇ ଆଗରୁ ବହୁ ବାର ସ୍ଥାନୀୟ ପ୍ରଶାସନକୁ ଜଣାଇଥିଲେ ଥିଲେ ମଧ୍ୟ ତାହା ଏପର୍ଯ୍ୟନ୍ତ ‌ସୁଫଳ ମିଲିପାରି ନାହିଁ।‌ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ତୁରନ୍ତ ଏଠାରେ ପିଇବା ପାଣି , ଯାତ୍ରୀ ଅପେକ୍ଷା ଗୃହ ସାଙ୍ଗକୁ ରାତ୍ରି ସମୟ ଆଲୁଅ ବ୍ୟବସ୍ଥା କରିବା ପାଇଁ ଜନସାଧାରଣ ଦାବି ହୁଏ।‌


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like