-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ।

16-Nov-2022



ନବରଙ୍ଗପୁର/ ନବରଙ୍ଗପୁର ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ସ୍ଥାନୀୟ  ବାବାସାହେବ ଆମ୍ବେଡ୍ କର ଛକରୁ  ଦୁର୍ନୀତି ନିବାରଣ ସମ୍ପର୍କିତ ଏକ ସଚେତନ ଶୋଭାଯାତ୍ରା ବାହାରି ମିଶନ ଶକ୍ତି ସଭା ଗୃହ ଯାଏଁ ପରିକ୍ରମା କରିଥିଲା ଏବଂ ଶୋଭାଯାତ୍ରା ପରେ ମିଶନ ଶକ୍ତି ସଭା ଗୃହରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଏକ ସଚେତନ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସମ୍ମାନିତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ, ଏସ ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରାଇତ, ବକ୍ତା ଭାବେ ଡକ୍ଟର ବିଜୟ କୁମାର ମିଶ୍ର, ଜିଲ୍ଲା ଓକିଲ ସଂଘ ର ସଭାପତି ନରସିଂହ ତ୍ରିପାଠୀ,ଯୋଗଦେଇଥିଲେ। ଜିଲ୍ଲାପ୍ରଶାସନ, ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଜିଲ୍ଲାପାଳ ଡକ୍ଟର ମିଶ୍ର ସମସ୍ତଙ୍କୁ ଦୁର୍ନୀତି ନିବାରଣ ସମ୍ପର୍କିତ ସାଧୁ ତାର ଶପଥ ପାଠ କରାଇଥିଲେ। ଜିଲ୍ଲାପାଳ ଡକ୍ଟର ମିଶ୍ର ତାଙ୍କ ବକ୍ତବ୍ୟରେ ଦୁର୍ନୀତି ଏକ ସାମାଜିକ ବ୍ୟାଧି କହି ଦୁର୍ନୀତି ମୁକ୍ତ ରାଷ୍ଟ୍ର ଗଠନ ରେ ସବୁ ସ୍ତରରେ ସମସ୍ତଙ୍କର ପ୍ରମୁଖ ଭୂମିକା ରହିଛି, ବିଶେଷ କରି ସମସ୍ତେ ନିଜ ନିଜ ସ୍ତରରେ ସତର୍କ ରହି, ବିଧି ବ୍ୟବସ୍ଥା ମଧ୍ୟରେ ମାନବିକ ମୂଲ୍ୟବୋଧ ଆଧାର ରେ ସେବା ମନୋଭାବ ନେଇ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ। ବକ୍ତା ଡକ୍ଟର ବିଜୟ ମିଶ୍ର, ତାଙ୍କ ବକ୍ତବ୍ୟରେ ମନୁ ଓ କୋଟଲ୍ୟ ଙ୍କ ନୀତିବାଣୀ ସମ୍ପର୍କରେ ଉଲ୍ଲେଖ କରି ଦୁର୍ନୀତି ଓ ଦୁର୍ନୀତି ନିବାରଣ ବିଷୟରେ ଆଲୋକପାତ କରିଥିଲେ। ଅନ୍ୟତମ ବକ୍ତା ଜିଲ୍ଲା ଓକିଲ ସଂଘ ସଭାପତି ଶ୍ରୀ ତ୍ରିପାଠୀ ଦୁର୍ନୀତି ଗ୍ରସ୍ତ ତଥା ଦୁର୍ନୀତି କୁ ହଟାଇବା ପାଇଁ ଆଇନର ବିଭିନ୍ନ ଦିଗ ସମ୍ପର୍କରେ ସୂଚନା ଦେଇଥିଲେ। ଏହି ଅବସର ଜିଲ୍ଲାସ୍ତରୀୟ ଅନୁଷ୍ଟିତ ପ୍ରବନ୍ଧ, ବକ୍ତୃତା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ  ପୁରସ୍କାର ଓ ପ୍ରଶଂସା ପତ୍ର ଅତିଥି ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୂର୍ତ୍ତିରଞ୍ଜନ୍ ସାମନ୍ତରାୟ,

ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଅଧିକ୍ଷଣ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଦେବୀ ପ୍ରସାଦ ଟାଳି, ପ୍ରକଳ୍ପ ପ୍ରଶାସକ ଜନଜାତି ଉନ୍ନୟନ ବିଭାଗ ବେଣୁଧର ଶବର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ନିର୍ବାହୀ ଯନ୍ତ୍ରୀ ଉଠା ଜଳସେଚନ ବିଭାଗ, ଦିଲିପ୍ କୁମାର ଦାସ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଗୋଷ୍ଟି ଉନ୍ନୟନ ଅଧିକାରୀ, ଶିବ ପ୍ରସାଦ ପଟ୍ଟନାୟକ, ଏସି ଏଫ୍, ଧନୁର୍ଜୟ ମହାପାତ୍ର, ଶିଶୁ ସୁରକ୍ଷା ଅଧିକାରୀ ସୁରେଶ କୁମାର ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନୀଆଳ ପରିଚାଳନା କରିଥିଲେ। ଶେଷରେ ଉପ ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ବିଭାଗ କଳା ବତି  ବାଘ ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like