-+91-9937148622 |
prerana_bgr@rediffmail.com |
Friday 18th September 2026 |
R.N.I. Regd No. ODIODI/2010/46693
Breaking News
16-Nov-2022
ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) -ରେଢାଖୋଲ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ଏନ୍ ଏସି ,ଭୀମ ଭୋଇ କଲ୍ୟାଣ ମଣ୍ଡପ ଠାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ସଂଘ ସଭାପତି ରମାକାନ୍ତ ମହାନନ୍ଦଙ୍କ ସଭାପତିତ୍ଵରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବରେ ଯୁବ ବୈଜ୍ଞାନିକ ଶେଷ କିସାନ , ମୁଖ୍ୟବକ୍ତା ଭାବରେ ଭୀମଭୋଇ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ଅଂଞନ
କୁମାର ମିଶ୍ର ଯୋଗ ଦେଇଥିଲେ । ଗଣମାଧ୍ୟମ ମୋଜୀବନର ମୋଡ ବଦଳାଇଛି ଯାହା ପାଇଁ ଆଜି ମୁଁ ପରିଚୟ ସୃଷ୍ଟି କରିପାରିଛି ଗଣମାଧ୍ୟମ ଯୋଗୁଁ ଆଜିର ଦିନରେ ବଣର ମଲ୍ଲୀ ଏବେ ବଣରେ ଫୁଟି ମଉଳି ନଯାଇ ଲୋକଲୋଚନକୁ ଆସିପାରୁଛି , ବିଭିନ୍ନ କ୍ଷେତ୍ରରେ କୃତକାର୍ଯ୍ୟ ହୋଇଥିବା ବ୍ୟକ୍ତିମାନଙ୍କୁ ଖୋଜି ସାମ୍ନାକୁ ଆଣିପାରୁଛି ଆଜିର ଗଣମାଧ୍ୟମର ବୋଲି ଯୁବ ବୈଜ୍ଞାନିକ ଶେଷ କିସାନ ନିଜର ବକ୍ତବ୍ୟରେ କହିଛନ୍ତି। ସେହିପରି ଦେଶ ଗଠନରେ ଗଣମାଧ୍ୟମର ଗୁରୁତ୍ଵ ପୂର୍ଣ୍ଣ ଭୂମିକା ରହିଛି , ଆଜିର ମିଡ଼ିଆ ବଜାରରେ ଖବର ଗୁଡ଼ିକର କିଣା ବିକା ଚାଲିଛି ସେଥିପାଇଁ ସକରାତ୍ମକ ରିପୋର୍ଟ, ତଦନ୍ତ ମୂଳକ ଖବର ଉପରେ ଗୁରୁତ୍ବ ଦେବା ସହିତ ଖବର ଭିତରେ ଲୁଚି ରହିଥିବା ଖବର ଲୋକଙ୍କ ପାଖକୁ ପହଞ୍ଚିଇବା ଗଣମାଧ୍ୟମର ମୁଖ୍ୟ ଲକ୍ଷ୍ୟ ହେବା ଦରକାର ବୋଲି ମୁଖ୍ୟବକ୍ତା କହିଥିଲେ । ଜାତୀୟ ପ୍ରେସ ଦିବସ ପାଳନ ଅବସରରେ ସଂଘ ସମ୍ପାଦକ କନ୍ଦର୍ପ ବେହେରା ବୀବରଣୀ ପାଠ କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ, ସାମ୍ବାଦିକ ଜୟନ୍ତ ଖଡିରତ୍ନ, ଶରତ ପ୍ରଧାନ, ଶଙ୍କର ପୃଷ୍ଟି , ତପନ ବିଶ୍ବାଳ, ଅରୁଣ ପ୍ରଧାନ, ଯଶୋବନ୍ତ ନାରାୟଣ ସାହୁ, ସୁଶାନ୍ତ ନାଗ , ଅନୀଲ ପୃଷ୍ଟି, ବିନୋଦ କୁମାର ସେଠୀ, ସୁଧିର ସୁନା, ବିଦ୍ୟାଧର ମାଝୀ, ସରୋଜ କୁମାର ସାହୁ, ମଦନ ବେହେରା ସମେତ ଉପଖଣ୍ଡର ସମସ୍ତ ସାମ୍ବାଦିକ ଉପସ୍ଥିତ ଥିଲେ ।